ମୋ ସରକାର’ରେ ମିଶିଲା ଆଉ ୩ ବିଭାଗ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ମୋ ସରକାର’ ବ୍ୟବସ୍ଥାରେ ଅର୍ଥ, ପୂର୍ତ୍ତ, ବାଣିଜ୍ୟ ଓ ପରିବହନ ବିଭାଗକୁ ସାମିଲ କରାଯାଇଛି। ଏହାପରେ ମୋଟ୍‌ ୩୧ଟି ବିଭାଗର ୨୫୦ ସେବା ଏହା ଅଧୀନକୁ ଆସିଛି। ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ‘ମୋ ସରକାର’ ନୂଆ ମଡେଲ ଦେଇପାରିଛି। କାର୍ଯ୍ୟକ୍ରମରେ ଅଧିକରୁ ଅଧିକ ଲୋକଙ୍କୁ ସାମିଲ କରିବା ସହ ନିୟମିତ ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।
ମୋ ସରକାର ସମ୍ପର୍କିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଦୁଇ ଦଶନ୍ଧି ମଧ୍ୟରେ ଓଡ଼ିଶାରେ ବ୍ୟାପକ ବିକାଶ ହୋଇଛି। ଅନେକ କ୍ଷେତ୍ରରେ ରାଜ୍ୟ ଆଦର୍ଶ ସୃଷ୍ଟି କରିଛି। ୨୦୧୯ ଅକ୍ଟୋବର ୨ରେ ଆରମ୍ଭ ହୋଇଥିବା ମୋ ସରକାର କାର୍ଯ୍ୟକ୍ରମ ଲୋକଙ୍କ ଦୃଷ୍ଟିଭଙ୍ଗୀରେ ପରିବର୍ତ୍ତନ ଆଣିଛି। ଜନସାଧାରଣ ଓ ସରକାରୀ ଅନୁଷ୍ଠାନ ମଧ୍ୟରେ ଆସ୍ଥା ସୃଷ୍ଟି କରିବାରେ ସଫଳ ହୋଇପାରିଛି। କର୍ମଚାରୀଙ୍କ ବ୍ୟବହାରିକ ପରିବର୍ତ୍ତନ ଆଣିବାରେ ଅନେକ ବିଭାଗ ସଫଳ ହେଉଛନ୍ତି। ତୃଣମୂଳସ୍ତରରୁ ଯେଉଁ ଫିଡ୍‌ବ୍ୟାକ ମିଳୁଛି, ତାହା ଉତ୍ସାହଜନକ।

ଲୋକଙ୍କ ମତାମତ ସଂଗ୍ରହ କରି ସମସ୍ୟାର ସମାଧାନ କରିବା ଲାଗି ପଦକ୍ଷେପ ନେବା ଏବଂ ଉଲ୍ଲେଖନୀୟ ପ୍ରଦର୍ଶନ କରୁଥିବା କର୍ମଚାରୀଙ୍କୁ ସମ୍ପୃକ୍ତ ବିଭାଗ ମାନ୍ୟତା ଦେବା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ବୈଠକରେ ଗୃହ ବିଭାଗ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶିଳ୍ପ, ଅଣୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ଜଳସମ୍ପଦ ବିଭାଗ ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଥିଲା। ଆଲୋଚନାରେ ଭାଗ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ, ଲୋକଙ୍କଠାରୁ ଫିଡ୍‌ବ୍ୟାକ ଗ୍ରହଣ କରିବାର ସବୁଠାରୁ ବଡ଼ କାର୍ଯ୍ୟ। ଏଥିରେ ପ୍ରାୟତଃ ସବୁ ବିଭାଗ ସାମିଲ ହୋଇଛନ୍ତି। ‘୫-ଟି’ ସଚିବ ଭି.କେ. ପାଣ୍ଡିଆନ କହିଲେ, ଅଧିକାଂଶ ବିଭାଗର ଫିଡ୍‌ବ୍ୟାକ ଉନ୍ନତମାନର ଅଛି। ସାଧାରଣ ଲୋକଙ୍କଠାରୁ ମତାମତ ସଂଗ୍ରହ କରିବାରେ ବିଭାଗଗୁଡ଼ିକ ତତ୍ପରତା ଦେଖାଇବା, ଭୁଲ କରୁଥିବା କର୍ମଚାରୀଙ୍କ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଉପରେ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ। ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗର ସଚିବ ମନୋଜ ମିଶ୍ର କହିଲେ, ପୂର୍ବରୁ ରାଜ୍ୟରେ ୨୮ଟି ବିଭାଗର ୨୩୩ଟି ସେବା ‘ମୋ ସରକାର’ ଅଧୀନକୁ ଆସିଥିଲା। ଏବେ ଏଥିରେ ୩ ବିଭାଗ ଅନ୍ତର୍ଭୁକ୍ତ ହେବା ପରେ ମୋଟ ବିଭାଗ ସଂଖ୍ୟା ୩୧ ଏବଂ ସେବା ସଂଖ୍ୟା ୨୫୦ରେ ପହଞ୍ଚତ୍ଛି। କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପୋଲିସ ମହାନିର୍ଦ୍ଦେଶକ, ପ୍ରମୁଖ ସଚିବ, ଜ଼ିଲାପାଳ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri