ମୋ ସରକାର’ରେ ମିଶିଲା ଆଉ ୩ ବିଭାଗ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ମୋ ସରକାର’ ବ୍ୟବସ୍ଥାରେ ଅର୍ଥ, ପୂର୍ତ୍ତ, ବାଣିଜ୍ୟ ଓ ପରିବହନ ବିଭାଗକୁ ସାମିଲ କରାଯାଇଛି। ଏହାପରେ ମୋଟ୍‌ ୩୧ଟି ବିଭାଗର ୨୫୦ ସେବା ଏହା ଅଧୀନକୁ ଆସିଛି। ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ‘ମୋ ସରକାର’ ନୂଆ ମଡେଲ ଦେଇପାରିଛି। କାର୍ଯ୍ୟକ୍ରମରେ ଅଧିକରୁ ଅଧିକ ଲୋକଙ୍କୁ ସାମିଲ କରିବା ସହ ନିୟମିତ ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।
ମୋ ସରକାର ସମ୍ପର୍କିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଦୁଇ ଦଶନ୍ଧି ମଧ୍ୟରେ ଓଡ଼ିଶାରେ ବ୍ୟାପକ ବିକାଶ ହୋଇଛି। ଅନେକ କ୍ଷେତ୍ରରେ ରାଜ୍ୟ ଆଦର୍ଶ ସୃଷ୍ଟି କରିଛି। ୨୦୧୯ ଅକ୍ଟୋବର ୨ରେ ଆରମ୍ଭ ହୋଇଥିବା ମୋ ସରକାର କାର୍ଯ୍ୟକ୍ରମ ଲୋକଙ୍କ ଦୃଷ୍ଟିଭଙ୍ଗୀରେ ପରିବର୍ତ୍ତନ ଆଣିଛି। ଜନସାଧାରଣ ଓ ସରକାରୀ ଅନୁଷ୍ଠାନ ମଧ୍ୟରେ ଆସ୍ଥା ସୃଷ୍ଟି କରିବାରେ ସଫଳ ହୋଇପାରିଛି। କର୍ମଚାରୀଙ୍କ ବ୍ୟବହାରିକ ପରିବର୍ତ୍ତନ ଆଣିବାରେ ଅନେକ ବିଭାଗ ସଫଳ ହେଉଛନ୍ତି। ତୃଣମୂଳସ୍ତରରୁ ଯେଉଁ ଫିଡ୍‌ବ୍ୟାକ ମିଳୁଛି, ତାହା ଉତ୍ସାହଜନକ।

ଲୋକଙ୍କ ମତାମତ ସଂଗ୍ରହ କରି ସମସ୍ୟାର ସମାଧାନ କରିବା ଲାଗି ପଦକ୍ଷେପ ନେବା ଏବଂ ଉଲ୍ଲେଖନୀୟ ପ୍ରଦର୍ଶନ କରୁଥିବା କର୍ମଚାରୀଙ୍କୁ ସମ୍ପୃକ୍ତ ବିଭାଗ ମାନ୍ୟତା ଦେବା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ବୈଠକରେ ଗୃହ ବିଭାଗ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶିଳ୍ପ, ଅଣୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ଜଳସମ୍ପଦ ବିଭାଗ ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଥିଲା। ଆଲୋଚନାରେ ଭାଗ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ, ଲୋକଙ୍କଠାରୁ ଫିଡ୍‌ବ୍ୟାକ ଗ୍ରହଣ କରିବାର ସବୁଠାରୁ ବଡ଼ କାର୍ଯ୍ୟ। ଏଥିରେ ପ୍ରାୟତଃ ସବୁ ବିଭାଗ ସାମିଲ ହୋଇଛନ୍ତି। ‘୫-ଟି’ ସଚିବ ଭି.କେ. ପାଣ୍ଡିଆନ କହିଲେ, ଅଧିକାଂଶ ବିଭାଗର ଫିଡ୍‌ବ୍ୟାକ ଉନ୍ନତମାନର ଅଛି। ସାଧାରଣ ଲୋକଙ୍କଠାରୁ ମତାମତ ସଂଗ୍ରହ କରିବାରେ ବିଭାଗଗୁଡ଼ିକ ତତ୍ପରତା ଦେଖାଇବା, ଭୁଲ କରୁଥିବା କର୍ମଚାରୀଙ୍କ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଉପରେ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ। ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗର ସଚିବ ମନୋଜ ମିଶ୍ର କହିଲେ, ପୂର୍ବରୁ ରାଜ୍ୟରେ ୨୮ଟି ବିଭାଗର ୨୩୩ଟି ସେବା ‘ମୋ ସରକାର’ ଅଧୀନକୁ ଆସିଥିଲା। ଏବେ ଏଥିରେ ୩ ବିଭାଗ ଅନ୍ତର୍ଭୁକ୍ତ ହେବା ପରେ ମୋଟ ବିଭାଗ ସଂଖ୍ୟା ୩୧ ଏବଂ ସେବା ସଂଖ୍ୟା ୨୫୦ରେ ପହଞ୍ଚତ୍ଛି। କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପୋଲିସ ମହାନିର୍ଦ୍ଦେଶକ, ପ୍ରମୁଖ ସଚିବ, ଜ଼ିଲାପାଳ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri