ମୋ ସରକାର ମମିତାଙ୍କୁ ନ୍ୟାୟ ଦେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାର ପାଖାପାଖି ଦୁଇ ମାସ ପରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁହିଁ ଖୋଳିଛନ୍ତି। ମମିତା ହତ୍ୟା ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ ବିଧାନସଭାରେ ଏକ ବିବୃତି ଦେଇଛନ୍ତି।

ବିବୃତିରେ ମମିତା ହତ୍ୟା ଘଟଣାକୁ ନେଇ ଯେଭଳି ଭାବେ ରାଜନୀତି କରାଯାଉଛି, ତାହା ତାଙ୍କୁ ବ୍ୟଥିତ କରୁଥିବା ଉଲ୍ଲେଖ କରିଛନ୍ତି। ପରିବାର ଲୋକଙ୍କ ନିବେଦନ ସତ୍ତ୍ୱେ ଘଟଣାକୁ ଆଧାର କରି ବିରୋଧୀ ରାଜନୀତି କରୁଛନ୍ତି। ମହିଳାଙ୍କ ନ୍ୟାୟ ପ୍ରତି ସେ ସର୍ବଦା କାର୍ଯ୍ୟ କରୁଛନ୍ତି। ବିନା ଭୟ ଏବଂ ଦ୍ୱନ୍ଦ୍ୱରେ ପୋଲିସକୁ ତଦନ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରମାଣ ମିଳିଲେ ଯିଏ ହେଉନା କାହିଁକି ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଅବସରପ୍ରାପ୍ତ ଜିଲା ଜଜ୍‌ ତଦନ୍ତ ପ୍ରକ୍ରିୟାର ତଦାରଖ କରିବେ। ଏନେଇ ରାଜ୍ୟ ସରକାର ହାଇକୋର୍ଟଙ୍କୁ ଅନୁରୋଧ କରିଥିଲେ। ନ୍ୟାୟିକ ତତ୍ତ୍ୱାବଧାନରେ ତଦନ୍ତ ପ୍ରକ୍ରିୟା ଚାଲିଛି। କିଛି ପ୍ରମାଣ ଥିଲେ କୋର୍ଟକୁ ଦିଅନ୍ତୁ। ଜଣେ ସଦସ୍ୟଙ୍କୁ ବିଧାନସଭା ଆସିବାକୁ ବାଧା ଦିଆଯାଉଛି। ଏହା ଗଣତନ୍ତ୍ରରେ ଏକ ଖରାପ ପରମ୍ପରା ସୃଷ୍ଟି କରୁଛି। ଗୃହ କାର୍ଯ୍ୟରେ ସହଯୋଗ କରିବାକୁ ବିରୋଧୀଙ୍କୁ ସେ ନିବେଦନ କରିଛନ୍ତି। ମମିତା ମେହେରଙ୍କୁ ନ୍ୟାୟ ଦେବାକୁ ମୋ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ବିବୃତିରେ ଦୋହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri