ମୋ ସରକାର ଲକ୍ଷ୍ୟ ନିରନ୍ତର ସେବା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): କେବଳ ଜନସାଧାରଣଙ୍କ ସନ୍ତୋଷ ନୁହେଁ, ନିରନ୍ତର ଉତ୍ତମ ସେବା ହେଉଛି ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ତେଣୁ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଆମ ସମସ୍ତଙ୍କୁ କ୍ରମାଗତ ଭାବରେ ପରିବର୍ତ୍ତନ କରିବାକୁ ହେବ। ମଙ୍ଗଳବାର ‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାସନିକ ଅଧିକାରୀମାନଙ୍କୁ ଏହି ବାର୍ତ୍ତା ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ମୋ ସରକାର କାର୍ଯ୍ୟକ୍ରମ ୨ ବର୍ଷ ଧରି ଆରମ୍ଭ ହୋଇଛି। ପ୍ରଶାସନିକ ସ୍ତରରେ ସରକାରଙ୍କ ଏହି ରୂପାନ୍ତର ଉଦ୍ୟମ ଜନସାଧାରଣଙ୍କ ମଧ୍ୟରେ ସରକାରଙ୍କ ସପକ୍ଷରେ ବିଶ୍ୱାସ ସୃଷ୍ଟି କରିପାରିଛି। ଏହି ପ୍ରକ୍ରିୟା ବର୍ତ୍ତମାନ ରାଜ୍ୟ ସରକାରଙ୍କ ବିଭିନ୍ନ ପଦାଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ ବ୍ୟବହାରିକ ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇଛି।
ସରକାରୀ ଅଧିକାରୀଙ୍କ ମଧ୍ୟରେ ବୃତ୍ତିଗତ ବ୍ୟବହାର ଆଣିବା ପାଇଁ ରାଜ୍ୟ ସରକାରଙ୍କ କ୍ରମାଗତ ଉଦ୍ୟମ ସଫଳ ହୋଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିଛନ୍ତି। ସରକାରୀ ଅଧିକାରୀମାନେ ଏବେ ଜନସାଧାରଣଙ୍କ ସହିତ ଅଧିକ ଦାୟିତ୍ୱସମ୍ପନ୍ନ ତଥା ସହୃଦୟତାର ସହ ବ୍ୟବହାର କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୋ ସରକାରରୁ ମିଳିଥିବା ଫିଡ୍‌ବ୍ୟାକ୍‌ ଅନୁଯାୟୀ ସରକାରଙ୍କ ଅନେକ ବିଭାଗ ଭଲ ପ୍ରଦର୍ଶନ କରିଛନ୍ତି।
ରାଜ୍ୟ ସରକାରଙ୍କ ସବୁ କାର୍ଯ୍ୟକ୍ରମ ଓ ସେବା ମୋ ସରକାରର ଲକ୍ଷ୍ୟ ଅନୁଯାୟୀ ଯେପରି ସର୍ବୋତ୍ତମ ଭାବେ କାର୍ଯ୍ୟ କରିବ, ସେଥିପାଇଁ ଧ୍ୟାନ ଦେବା ଲାଗି ସମୟ ଆସିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିପାଇଁ ନାଗରିକମାନଙ୍କ ଡାଟାବେସ୍‌କୁ ସବୁ ସମୟରେ ନବୀକୃତ କରିବା ଜରୁରୀ। ଏହା ଦୁର୍ନୀତି ପ୍ରତି ଶୂନ୍ୟ ସହିଷ୍ଣୁତା ନୀତିକୁ ନିଶ୍ଚିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ବୈଠକରୁ ମିଳିଥିବା ସୂଚନା ଅନୁଯାୟୀ ମୋ ସରକାର କାର୍ଯ୍ୟକ୍ରମରେ ୨୮ଟି ବିଭାଗର ୨୨୨ ସେବା ଅନ୍ତର୍ଭୁକ୍ତ କରାଯାଇଛି। ଏ ସମ୍ପର୍କରେ ଲୋକମାନଙ୍କ ପାଖରୁ ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭ କରି ଜିଲାପାଳଙ୍କ ପର୍ଯ୍ୟନ୍ତ ବିଭିନ୍ନ ସ୍ତରରେ ନିୟମିତ ତଥ୍ୟ ସଂଗ୍ରହ କରାଯାଉଛି। ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସ୍ବରାଷ୍ଟ୍ର, ମହିଳା ଓ ଶିଶୁ ବିକାଶ ବିଭାଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଉପସ୍ଥାପନ ଜରିଆରେ ସେମାନଙ୍କ ବିଭାଗରେ ମୋ ସରକାର କାର୍ଯ୍ୟକ୍ରମର କାର୍ଯ୍ୟକାରିତା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା। ଏହି ବିଭାଗ ସମୂହର ସେବା ପାଇଁ ମୋଟାମୋଟି ଭାବରେ ସନ୍ତୋଷଜନକ ପ୍ରତିକ୍ରିୟା ମିଳିଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ଆହୁରି ଅଧିକ ନିଷ୍ଠାର ସହ ସେବା ଯୋଗାଇ ଦେବାପାଇଁ ପରାମର୍ଶ ଦେଇଥିଲେ।
ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମର କିପରି ଅଧିକ ଉନ୍ନତି ଆସିପାରିବ, ସେ ସମ୍ପର୍କରେ ମତାମତ ରଖିଥିଲେ। ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ପୋଲିସ ମହାନିର୍ଦ୍ଦେଶକ ଅଭୟ, ଉନ୍ନୟନ କମିଶନର ପି.କେ. ଜେନା ଏବଂ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ ଓ ଶାସନ ସଚିବମାନେ ଉପସ୍ଥିତ ଥିଲେ। ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗର ସଚିବ ମନୋଜ ମିଶ୍ର ମୋ ସରକାର କାର୍ଯ୍ୟକ୍ରମ ସମ୍ପର୍କରେ ଏକ ସାମଗ୍ରିକ ଉପସ୍ଥାପନା ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri