ଭୁବନେଶ୍ୱର,୨୪।୨: ଟାଟା ପାୱାର ନେତୃତ୍ୱାଧୀନ ଓଡ଼ିଶା ଡିସ୍କମ୍ଗୁଡ଼ିକ ପକ୍ଷରୁ ଆୟୋଜିତ ‘ମାଇଁ ଓଡ଼ିଶା, ଇଣ୍ଡିଆଜ୍ ପ୍ରାଇଡ୍’ ଶୀର୍ଷକ ପ୍ରତିଯୋଗିତାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ରାଜ୍ୟ ସରକାରଙ୍କ ‘ସ୍କିଲ୍ଡ ଇନ୍ ଓଡ଼ିଶା’ ଅଭିଯାନ ସହ ମିଶି ଆରମ୍ଭ ହୋଇଥିଲା। ଏପରିକି ବିଭିନ୍ନ କ୍ଷେତ୍ରର ବିଶେଷଜ୍ଞମାନଙ୍କୁ ନେଇ ଗଠିତ ଏକ ବିଶିଷ୍ଟ ବିଚାରକ ମଣ୍ଡଳୀ ଦ୍ୱାରା ସମୀକ୍ଷା ପରେ ବିଜେତାଙ୍କ ନାମ ଓ ଫଳାଫଳ ପ୍ରକାଶିତ ହୋଇଥିଲା। ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱର ଏମ୍ଡିସିଠାରେ ଆୟୋଜିତ ଉଦ୍ଯାପନୀ ସମାରୋହରେ ୩୦ ଜଣ ବିଜେତା ଓ ୨୦ଜଣ ଶ୍ରେଷ୍ଠ ଯୋଗଦାନକାରୀଙ୍କୁ ଡିସ୍କମ୍ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏପରିକି ବିଜେତାମାନଙ୍କୁ ସେମାନଙ୍କ ବୟସ ବର୍ଗ (୮ରୁ ୧୨ ଏବଂ ୧୩ରୁ ୧୬) ଏବଂ ବିଭିନ୍ନ ବର୍ଗର ଚିତ୍ରାଙ୍କନ, ସ୍କେଚିଂ (ଚିତ୍ରକଳା), ପ୍ରବନ୍ଧ, ଗଳ୍ପ ଓ କବିତା ସମେତ କଳାତ୍ମକ ଅଭିବ୍ୟକ୍ତି ଆଧାରରେ ପୁରସ୍କୃତ କରାଯାଇଥିଲା। ପ୍ରତ୍ୟେକ ବିଜେତାଙ୍କୁ ଟ୍ରଫି ସହ ସ୍ବର୍ଣ୍ଣ, ରୌପ୍ୟ ଓ କାଂସ୍ୟ ପଦକ ଓ ସାର୍ଟିଫିକେଟ୍ ପ୍ରଦାନ କରାଯାଇଥିଲା। ଏହାବ୍ୟତୀତ ୫୦ ଜଣ ମନୋନୀତ ଆବେଦନକୁ ୨୦୦୦ଟଙ୍କା ଲେଖାଏ ଗିଫ୍ଟ ଭାଉଚର ଓ ଅଂଶଗ୍ରହଣ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଏହି ଅବସରରେ କିଟ୍ର କୁଳପତି ପ୍ରଫେସର ଡ. ଶରଣଜିତ୍ ସିଂହ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ କିଟ୍ର ପ୍ଲେସ୍ମେଣ୍ଟ ଅଧିକାରୀ ତ୍ରିପତି ପ୍ରସାଦ ବକ୍ସି ପ୍ରମୁଖ ଉପସ୍ଥିତ ଥିଲେ।
ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …
ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…
ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଟିମ୍ର ପୂର୍ବତନ ଓପନର୍ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…
FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ
ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…
ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….
ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…
ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…
ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା
ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…
ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…
ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…
ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା
ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍ ଓ ଦୁଇଟି ବାଇକ୍ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

