କୁମଝରିଆ ହାଇସ୍କୁଲରେ ମୋ ସ୍କୁଲ ଅଭିଯାନ, ରକ୍ତଦାନ କାର୍ଯ୍ୟକ୍ରମ

କୁଆଁରମୁଣ୍ଡା,୧୬।୧୨(ଡି.ଏନ.ଏ)-ସ୍କୁଲ ପ୍ରତି ଅଧିକ ସଂଖ୍ୟକ ଛାତ୍ରୀଛାତ୍ରମାନଙ୍କୁ ଆକୃଷ୍ଟ କରିବା ଓ ସ୍କୁଲର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଅଭିଭାବକ, ଜନସାଧାରଣ,ପୁରାତନ ଛାତ୍ରୀଛାତ୍ରମାନଙ୍କୁ ସଂଶ୍ଳିଷ୍ଟ କରି ଅଞ୍ଚଳରେ ସରକାରୀ ସ୍କୁଲ ଶିକ୍ଷାର ପ୍ରସାର ଘଟାଇବା ପାଇଁ ରାଜ୍ୟ ଗଣଶିକ୍ଷା ବିଭାଗ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ହାତକୁ ନେଉଛି। ଅଧୁନା କରୋନା ପରିପ୍ରେକ୍ଷୀରେ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ଛାତ୍ରୀଛାତ୍ରଙ୍କ ପାଇଁ ବନ୍ଦ ରହିଛି। ହେଲେ ମୋ ସ୍କୁଲ ଅଭିଯାନରେ ପୁରାତନ ଛାତ୍ରୀଛାତ୍ର, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ଯୋଗ ଦେଇ ସ୍ବେଚ୍ଛାକୃତ ରକ୍ତଦାନ କରିବା ଏକ ବିରଳ ଘଟଣା। ମୋ ସ୍କୁଲ ଅଭିଯାନରେ ଏହି ରକ୍ତଦାନ ଶିବିର ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାର ବଣ, ପାହାଡଘେରା କୁଆଁରମୁଣ୍ଡା ବ୍ଲକ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ କୁମଝିରଆ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ସୋମବାର ଅନୁଷ୍ଠିତ ହୋଇଥିଲା। ଏଥିରେ ରାଉରକେଲା ବିଧାୟକ ସାରଦା ପ୍ରସାଦ ନାଏକ ଯୋଗଦେଇ ମୋ ସ୍କୁଲ ଅଭିଯାନରେ ଛାତ୍ରୀଛାତ୍ର, ଅଭିଭାବକ, ଶିକ୍ଷୟିତ୍ରୀ, ଶିକ୍ଷକ ସ୍ବେଚ୍ଛାକୃତ ରକ୍ତଦାନ କରି ରାଜ୍ୟର ରକ୍ତ ଶିକୁଳିଜନିତ ରୋଗରେ ପୀଡିତ ରୋଗୀ, ଥାଲାସେମିଆ ରୋଗୀ ଇତ୍ୟାଦିଙ୍କ ରକ୍ତ ଆବଶ୍ୟକତାରେ ସହାୟକ ପାଇଁ ଯେଉଁ ପ୍ରୟାସ କରିଛନ୍ତି ତାହା ସାରା ରାଜ୍ୟରେ ସ୍ବତନ୍ତ୍ର ବୋଲି ନିଜ ବକ୍ତବ୍ୟରେ କହିଥିଲେ। ଏହି ଅବସରରେ ସ୍କୁଲର ପ୍ରଧାନଶିକ୍ଷକ ସଞ୍ଜୟ କୁମାର ସାମଲ ନିଜେ ରକ୍ତଦାନ କରି ଅନ୍ୟ ଶିକ୍ଷକମାନଙ୍କୁ ରକ୍ତଦାନ କରି ରୋଗୀଙ୍କର ଜୀବନ ବଞ୍ଚାଇବାକୁ ଉତ୍ସାହିତ କରିଥିବାରୁ ମୁଖ୍ୟ ଅତିଥି ରାଉରକେଲା ବିଧାୟକ ନାଏକ ପ୍ରଧାନଶିକ୍ଷକ ସାମଲଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି। ଏହି ରକ୍ତଦାନ ଶିବିରରେ ୨୦ ଜଣଙ୍କ ଠାରୁ ମୋଟ ୨୦ ୟୁନିଟ୍‌ ରକ୍ତ ସଂଗ୍ରହ କରାଯାଇଥିଲା। ରାଉରକେଲା ସରକାରୀ ଡାକ୍ତରଖାନାର ସ୍ବାସ୍ଥ୍ୟ ଅଧିକାରୀମାନେ ଉପସ୍ଥିତ ରହି ରକ୍ତ ସଂଗ୍ରହ କରିଥିଲେ। ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଭାବେ ଜିଲା ପରିଷଦ ଅଧ୍ୟକ୍ଷା ଏମ୍ମା ଏକ୍କା, କୁମଝରିଆ ପଞ୍ଚାୟତ ସରପଞ୍ଚ ବାତିଆ ଲାକ୍ରା, ବୀରମିତ୍ରପୁର ବିଜେଡ଼ି ଯୁବନେତା ସନ୍ଦୀପ ମିଶ୍ରା, କୁଆଁରମୁଣ୍ଡା ସମିତି ସଭ୍ୟ ତଥା ବିଜେଡ଼ି ବ୍ଲକ ସଭାପତି ରାଜେଶ ହାଁସଦା, ଡୁମେରଯୋର ସମିତି ସଭ୍ୟ ରାଜେନ୍ଦ୍ର କୁଜୁର, ଜିଲା ପରିଷଦ ସଭ୍ୟା ସୁନିତା ଅହିର, ରାଜେଶ ଖାଲଖୋ ଓ ଅନ୍ୟମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri