‘ମୋ ସ୍କୁଲ ଅଭିଯାନ’ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ: ୧୫ କୋଟିର ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ‘ମୋ ସ୍କୁଲ ଅଭିଯାନ’ର ୨୯ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲରେ ଅନୁଷ୍ଠିତ ହୋଇଛି। ରାଜ୍ୟର ୨୪ ଜିଲାରୁ ମୋଟ ୧,୧୪୬ ବିଦ୍ୟାଳୟ ପାଇଁ ୧୫ କୋଟି ୧୮ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଗତ ମାସକ ମଧ୍ୟରେ ୧୪ ହଜାର ପୁରାତନ ଛାତ୍ରୀଛାତ୍ର ଅଭିଯାନ ସହ ଯୋଡ଼ି ହୋଇଥିବାବେଳେ ସେମାନେ ନିଜ ବିଦ୍ୟାଳୟର ବିକାଶ ପାଇଁ ୫ କୋଟି ୬୨ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ରାଜ୍ୟ ସରକାର ଏହାର ଦୁଇଗୁଣା ଆର୍ଥିକ ଅନୁଦାନ ଦେଇଥିବାବେଳେ ନୂଆ ପ୍ରକଳ୍ପକୁ କାର୍ଯ୍ୟନିର୍ବାହୀ ପରିଷଦ ଅନୁମାଦନ କରିଛି। ବାଲେଶ୍ୱରରେ ସର୍ବାଧିକ ୧ କୋଟି ୧୪ ଲକ୍ଷ, ସୋନପୁରରେ ୫୫ ଲକ୍ଷ ୯୮ ହଜାର, କଟକରେ ୩୨ ଲକ୍ଷ ୧୬ ହଜାର, ଯାଜପୁରରେ ୩୦ ଲକ୍ଷ ୪୧ ହଜାର ଏବଂ ମୟୂରଭଞ୍ଜରେ ୨୦ ଲକ୍ଷ ୪୭ ହଜାର ଟଙ୍କା ପୁରାତନ ଛାତ୍ରୀଛାତ୍ରମାନେ ପ୍ରଦାନ କରିଛନ୍ତି। ଏବେ ସୁଦ୍ଧା ମୋଟ୍‌ ୬,୦୬,୯୦୮ ଜଣ ପୁରାତନ ଛାତ୍ରୀଛାତ୍ର ‘ମୋ ସ୍କୁଲ’ ମାଧ୍ୟମରେ ନିଜ ନିଜ ବିଦ୍ୟାଳୟ ସହ ଯୋଡ଼ି ହୋଇଛନ୍ତି। ସେହିଭଳି ବିଭିନ୍ନ ସିଏସ୍‌ଆର୍‌ ପାଣ୍ଠିରୁ ବିଦ୍ୟାଳୟର ଉନ୍ନତିକରଣ ପାଇଁ ମୋଟ୍‌ ୩୩୩.୪ କୋଟି ଟଙ୍କାର ଅନୁଦାନ ମିଳିଛି।
ନିର୍ଦ୍ଧାରିତ ସମୟରେ ମୋ ସ୍କୁଲ ଅନ୍ତର୍ଗତ ପ୍ରକଳ୍ପଗୁଡ଼ିକ ଶେଷ ହେବ। କାର୍ଯ୍ୟରେ ସ୍ବଚ୍ଛତା ବଜାୟ ରଖିବାକୁ ଫିଲ୍ଡ ମନିଟରିଂ ଏବଂ ସୋସିଆଲ୍‌ ଅଡିଟ୍‌କୁ କଡ଼ାକଡ଼ି ଭାବରେ କାର୍ଯ୍ୟକାରୀ କରିବାକୁ ସତ୍ୟବ୍ରତ ସାହୁ ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲସ୍ତରରେ ‘ମୋ ସ୍କୁଲ’ ପ୍ରକଳ୍ପର ଅଡିଟ୍‌ କାର୍ଯ୍ୟକୁ ଜୋରଦାର କରିବାକୁ ସ୍ବତନ୍ତ୍ର ଅଡିଟ୍‌ ଟିମ୍‌ ପଠାଇବାକୁ ସ୍ଥିର ହୋଇଛି। ବୈଠକରେ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ, ଟିଇ, ଏସ୍‌ସିଇଆର୍‌ଟି ନିର୍ଦ୍ଦେଶକ, ବିଭାଗୀୟ ଅତିରିକ୍ତ ଶାସନ ସଚିବ, ଅତିରିକ୍ତ ସଚିବ ତଥା ବିଭାଗୀୟ ବିତ୍ତ ପରାମର୍ଶଦାତା, ‘ମୋ ସ୍କୁଲ’ର ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ଏବଂ ଭାରପ୍ରାପ୍ତ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri