ପ୍ରକଳ୍ପ ତଦାରଖକୁ ଜୋର୍‌ଦାର କରିବ ‘ମୋ ସ୍କୁଲ’

ଭୁବନେଶ୍ୱର, ୫।୩(ବ୍ୟୁରୋ):ସରକାରୀ ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ଉନ୍ନତି ପାଇଁ କାର୍ଯ୍ୟ କରୁଥିବା ‘ମୋ ସ୍କୁଲ୍‌’ ଅଭିଯାନକୁ ବ୍ୟାପକ କରାଯାଇଛି। ଏହା ମାଧ୍ୟମରେ ୨୫,୫୨୦ ବିଦ୍ୟାଳୟ ଯୋଡ଼ି ହୋଇଛି। ବର୍ତ୍ତମାନ ସୁଦ୍ଧା ପୁରାତନ ଛାତ୍ରୀଛାତ୍ର ମୋଟ ୮୦କୋଟି ୩୪ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଥିବାବେଳେ ରାଜ୍ୟ ସରକାରଙ୍କ ସହାୟତା ରାଶିକୁ ମିଶାଇ ମୋଟ ୨୪୦ କୋଟି ଟଙ୍କାର ପ୍ରକଳ୍ପ ଏବେ ବିଭିନ୍ନ ବିଦ୍ୟାଳୟରେ କାର୍ଯ୍ୟକାରୀ ହେଉଛି। ଶନିବାରଠାରୁ ବିଦ୍ୟାଳୟସ୍ତରରେ ପ୍ରକଳ୍ପ ତଦାରଖ ଓ ଡକ୍ୟୁମେଣ୍ଟେଶନ କାର୍ଯ୍ୟକୁ ଜୋରଦାର କରିବାକୁ ଅଭିଯାନ ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ ଗୁରୁବାର ‘ମୋ ସ୍କୁଲ୍‌’ ପରିଚାଳନା ଟିମ୍‌କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ୫୦ଦିନ ମଧ୍ୟରେ ୨୦୦ଟି ବିଦ୍ୟାଳୟର ଉନ୍ନତିମୂଳକ କାର୍ଯ୍ୟର ତଦାରଖ କରାଯିବ। ଏସବୁ ବିଦ୍ୟାଳୟର ପୁରାତନ ଛାତ୍ରମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଧନ୍ୟବାଦ ପତ୍ର ପ୍ରଦାନ କରାଯିବ। ପ୍ରଥମ ଦିନ ଶନିବାର ଅଭିଯାନ ଅଧ୍ୟକ୍ଷା ବାଗ୍‌ଚୀ ଖୋର୍ଦ୍ଧା ଜିଲାର ୨ଟି ସ୍କୁଲ୍‌କୁ ଗସ୍ତ କରି ପ୍ରକଳ୍ପର ତଦାରଖ କରି ଭଲ ପ୍ରଦର୍ଶନ କରିଥିବା ବିଦ୍ୟାଳୟର ପୁରାତନ ଛାଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କରିବେ। ପରବର୍ତ୍ତୀ ପର୍ଯ୍ୟାୟରେ ଏହି ଯୋଜନା କାର୍ଯ୍ୟକାରୀ ହେଉଥିବା ଅନ୍ୟ ବିଦ୍ୟାଳୟଗୁଡ଼ିକରେ ପ୍ରକଳ୍ପ ତଦାରଖ ଓ ଡକ୍ୟୁମେଣ୍ଟେଶନ କାର୍ଯ୍ୟ କରାଯିବାକୁ ନିଷ୍ପତ୍ତି ହୋଇଛି। ଏହାବ୍ୟତୀତ ମୋ ସ୍କୁଲ୍‌ର ବରିଷ୍ଠ ଅଧିକାରୀଙ୍କୁ ନେଇ ଗଠିତ ଅନ୍ୟ ୩ ଟିମ୍‌ ନିୟମିତ ଭାବେ ବିଭିନ୍ନ ଜିଲା ଗସ୍ତ କରି ପ୍ରକଳ୍ପଗୁଡ଼ିକର ସମୀକ୍ଷା କରିବେ। ଏହି ଅଭିଯାନ ଅନ୍ତର୍ଗତ ବିଭିନ୍ନ ପ୍ରକଳ୍ପର ପବ୍ଲିକ୍‌ ଡିସ୍‌କ୍ଲୋଜର୍‌ ଓ ସୋସିଆଲ ଅଡିଟ୍‌ ଉପରେ ଗୁରୁତ୍ୱ ଦିଆଯାଇଥିବାବେଳେ କାର୍ଯ୍ୟକ୍ରମକୁ ଅଧିକ ସ୍ବଚ୍ଛ ଓ ନିରପେକ୍ଷ କରିବାକୁ ଏହି ମନିଟରିଂ ଡ୍ରାଇଭ୍‌ ଆରମ୍ଭ କରାଯିବାକୁ ବାଗ୍‌ଚୀ ଗୁରୁତ୍ୱ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?