ବିଜ୍ଞାନ ଶିକ୍ଷାର ପ୍ରସାର କରିବ ‘ମୋ ସ୍କୁଲ୍‌’

ଭୁବନେଶ୍ୱର, ୨୬।୫(ବ୍ୟୁରୋ): ଗଣିତ, ବିଜ୍ଞାନ, କମ୍ପ୍ୟୁଟର ବିଜ୍ଞାନରେ ସରକାରୀ ସ୍କୁଲ୍‌ର ପିଲାଙ୍କୁ ଅଧିକ ଦକ୍ଷ କରିବାକୁ ‘ମୋ ସ୍କୁଲ୍‌ ଅଭିଯାନ’ ପୁରାତନ ଛାତ୍ର ଓ ବିଭିନ୍ନ ସଙ୍ଗଠନ ମାଧ୍ୟମରେ ଏକାଧିକ କାର୍ଯ୍ୟକ୍ରମ ହାତକୁ ନେଇଛି। ଶିକ୍ଷକଙ୍କ ଦକ୍ଷତା ବିକାଶ ଲାଗି ଦ୍ୱିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆସନ୍ତା ଜୁନ୍‌ ୩ୟ ସପ୍ତାହରୁ ଆରମ୍ଭ କରିବାକୁ ‘ମୋ ସ୍କୁଲ୍‌ ଅଭିଯାନ’ର ୩୪ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ନିଷ୍ପତ୍ତି ହୋଇଛି। ବୁଧବାର ଅନୁଷ୍ଠିତ ଏହି ଭର୍ଚୁଆଲ ବୈଠକରେ ଅଧ୍ୟକ୍ଷତା କରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ପ୍ରତିଷ୍ଠିତ ତଥା ସଫଳ ବ୍ୟକ୍ତି ବିଶେଷଙ୍କୁ ନେଇ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଟକ୍‌ ସେସନ୍‌ର ଆୟୋଜନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ବୈଠକରେ ଓଡ଼ିଶାର ୨୬ଟି ଜିଲାର ମୋଟ ୨୧ କୋଟି ୯୦ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି। ୨ ହଜାରରୁ ଊର୍ଦ୍ଧ୍ୱ ଉଚ୍ଚ ବିଦ୍ୟାଳୟକୁ ୩ୟ ପର୍ଯ୍ୟାୟ ରୂପାନ୍ତରୀକରଣ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବାକୁ ବୈଠକରେ ଆଲୋଚନା ହୋଇଥିଲା। ରୂପାନ୍ତରିତ ବିଦ୍ୟାଳୟଗୁଡ଼ିକରେ ପ୍ରାକ୍ଟିକାଲ ସାଇନ୍ସ କ୍ଲାସ୍‌ ଉପରେ ଗୁରୁତ୍ୱ ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ରୂପାନ୍ତରିତ ହୋଇଥିବା ୧୦୭୬ଟି ଉଚ୍ଚ ବିଦ୍ୟାଳୟରେ କୋଡିଂ ଶିକ୍ଷାର ପ୍ରସାର ପାଇଁ ୨ଟି ପର୍ଯ୍ୟାୟରେ ‘କୋଡ୍‌ କ୍ଲବ୍‌’ କାର୍ଯ୍ୟକ୍ରମ ଆରମ୍ଭ ହେବ। ଆସନ୍ତା ଜୁନ୍‌ରେ ୪୪୧ଜଣ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ କୋଡିଂ ସମ୍ପର୍କିତ ପ୍ରଶିକ୍ଷଣ ପ୍ରଦାନ କରାଯିବ। ସେହିପରି ବିଜ୍ଞାନ ଶିକ୍ଷାର ପ୍ରସାର ପାଇଁ ଓଡ଼ିଶା ବିଜ୍ଞାନ ଏକାଡେମୀ ସହ ମୋ ସ୍କୁଲ୍‌ ଅଭିଯାନ ମିଳିତ ଭାବରେ କାର୍ଯ୍ୟ କରିବ। ସ୍କୁଲଗୁଡ଼ିକରେ ପାଳନ ହେଉଥିବା ପ୍ରମୁଖ ଦିବସଗୁଡ଼ିକରେ ବୈଜ୍ଞାନିକ ଏବଂ ବିଶିଷ୍ଟ ବିଜ୍ଞାନ ଶିକ୍ଷାବିତ୍‌ମାନଙ୍କୁ ନିମନ୍ତ୍ରଣ କରିବା ସହ ବିଜ୍ଞାନଭିତ୍ତିକ ପ୍ରଦର୍ଶନୀର ଆୟୋଜନ କରିବାକୁ ଓଡ଼ିଶା ବିଜ୍ଞାନ ଏକାଡେମୀ ପ୍ରସ୍ତାବ ଦେଇଛି। ସେହିଭଳି ବିଜ୍ଞାନ ଶିକ୍ଷକଙ୍କ ପାଇଁ ସ୍ବତନ୍ତ୍ର ପ୍ରଶିକ୍ଷଣ ଆୟୋଜନ ପାଇଁ ପ୍ରସ୍ତାବ ରହିଛି।

ଅନ୍ୟପକ୍ଷରେ ଓଡ଼ିଶା ଓ ରାଜ୍ୟ ବାହାରେ ଥିବା ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରମାନେ ‘ମୋ ସ୍କୁଲ୍‌ ଅଭିଯାନ’ରେ ଇଣ୍ଟର୍ନସିପ୍‌ କରିବାର ସୁଯୋଗ ପାଇପାରିବେ। ରୁରାଲ୍‌ ମ୍ୟାନେଜମେଣ୍ଟ୍‌, ରୁରାଲ୍‌ ଡେଭଲପ୍‌ମେଣ୍ଟ୍‌, ଏଜୁକେଶନ୍‌, ପବ୍ଲିକ୍‌ ପଲିସି ଏବଂ ସୋସିଆଲ୍‌ ୱାର୍କ ଛାତ୍ରୀଛାତ୍ରମାନେ ‘ଷ୍ଟୁଡେଣ୍ଟ୍‌ ଇଣ୍ଟର୍ନସିପ୍‌ ପ୍ରୋଗ୍ରାମ’ ମାଧ୍ୟମରେ ଏହି ସୁବିଧା ପାଇପାରିବେ ବୋଲି କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବୈଠକରେ ‘ମୋ ସ୍କୁଲ୍‌’ ସଦସ୍ୟ ସଚିବ ତଥା ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହାଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?