Posted inଜାତୀୟ

‘ପୁଅ ରାଜଧର୍ମ, ମୁଁ ରାଷ୍ଟ୍ରଧର୍ମ ପାଳନ କରିବି’

ନୂଆଦିଲ୍ଲୀ,୨୬।୬: ଆସନ୍ତା ଜୁଲାଇ ୧୮ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏନ୍‌ଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁ ନାମାଙ୍କନପତ୍ର ଦାଖଲ କରିସାରିଛନ୍ତି। ବିରୋଧୀ ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନା ଜୁନ୍‌ ୨୭ରେ ନାମାଙ୍କନ ପତ୍ର ଦାଖଲ କରିବେ। ଏହା ପୂର୍ବରୁ ରବିବାର ଯଶଓ୍ବନ୍ତ କହିଛନ୍ତି, ଜୁଲାଇ ୧୮ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ଏକ ବ୍ୟକ୍ତିଗତ ପ୍ରତିଯୋଗିତାରୁ ଅଧିକ ଏବଂ ସରକାରଙ୍କ କ୍ଷମତାସୀନ ପ୍ରବୃତ୍ତିକୁ ପ୍ରତିହତ କରିବା ଦିଗରେ ଏକ ପଦକ୍ଷେପ।
ଏକ ସାକ୍ଷାତ୍‌କାରରେ ସିହ୍ନା କହିଛନ୍ତି, ତାଙ୍କ ପୁଅ ତଥା ଭାଜପା ଏମ୍‌ପି ଜୟନ୍ତ ସିହ୍ନାଙ୍କ ସମର୍ଥନ ନ ପାଇ ସେ କୌଣସି ଧର୍ମ ସଙ୍କଟରେ ନାହାନ୍ତି। ପୁଅ ତାଙ୍କର ‘ରାଜଧର୍ମ’କୁ ଅନୁସରଣ କରୁଛନ୍ତି, ମୁଁ ମୋର ‘ରାଷ୍ଟ୍ରଧର୍ମ’ ଅନୁସରଣ କରିବି।
ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥୀ କରାଯିବା ନେଇ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସିହ୍ନା କହିଛନ୍ତି, ଜଣେ ବ୍ୟକ୍ତିଙ୍କୁ ଉପରକୁ ଉଠାଇବା ସମଗ୍ର ସମ୍ପ୍ରଦାୟର ଉନ୍ନତି ନିଶ୍ଚିତ କରେ ନାହିଁ। ମୁର୍ମୁଙ୍କ ଉପରେ ଭାଜପାର ବାଜି ରାଜନୈତିକ ପ୍ରତୀକ ଛଡା ଆଉ କିଛି ନୁହେଁ। ଆଜି ଆମ ଦେଶର ରାଜନୀତିରେ ଏତେ ଦୁର୍ବଳତା ଦେଖାଦେଇଛି ଯେ ଲୋକମାନେ ରାସ୍ତାରେ ଯିବାକୁ ବାଧ୍ୟ ହେଉଛନ୍ତି। ଗଣତନ୍ତ୍ରରେ ଏହା ହେବା ଉଚିତ ନୁହେଁ। ସେ ଯଦି ନିର୍ବାଚିତ ହୁଅନ୍ତି,ତେବେ ତୁରନ୍ତ ସରକାରୀ ଏଜେନ୍ସିର ଅପବ୍ୟବହାରକୁ ରୋକିବାକୁ ଚେଷ୍ଟା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ହତ୍ୟା ଧମକ

ଇନ୍ଦୋର,୨୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସେତେବେଳେ ଆତଙ୍କ ଖେଳିଗଲା ଯେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ହତ୍ୟା କରିବାର ଧମକ ମିଳିଲା। ଏହି ଘଟଣା ପୋଲିସ ଏବଂ ରାଜନୈତିକ…

ବିଧାୟକଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼; ଟିଏମସି ନେତା କହିଲେ ଚାଲିଛି ‘ଜଙ୍ଗଲ ରାଜ’

କୋଲକାତା,୨୬।୯: ପଶ୍ଚିମବଙ୍ଗରେ ପୁଣିଥରେ ଜଣେ ଟିଏମସି (TMC) ନେତା ଜନସାଧାରଣଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ଟିଏମସି ବିଧାୟକ କୁନାଲ ଘୋଷ ଅଭିଯୋଗ କରିଛନ୍ତି ଯେ ତାଙ୍କ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?