Posted inଜାତୀୟ

ମୋ କଣ୍ଠରୋଧ କରାଯାଇଛି, ଦେଶରେ ଚାଲିଛି ଏକଛତ୍ରବାଦୀ ଶାସନ: ରାହୁଲ…

ଜୟପୁର,୨୩।୯ : ରାଜସ୍ଥାନ ବିଧାନସଭା ନିର୍ବାଚନ ପୂର୍ବରୁ ରାଜଧାନୀ ଜୟପୁରର ମାନସରୋଭରରେ ରାଜ୍ୟ କଂଗ୍ରେସ କମିଟିର ନୂତନ ଭବନର ମୂଳଦୁଆ ପକାଇବାକୁ ଆସିଥିବା ରାହୁଲ ଗାନ୍ଧୀ ଏଠାରୁ ନିର୍ବାଚନ ବିଗୁଲ ବଜାଇଥିଲେ। କେନ୍ଦ୍ର ସରକାର ଏବଂ ଭାଜପାକୁ କଡ଼ା ସମାଲୋଚନା କରି ରାହୁଲ ପୁଣିଥରେ କଂଗ୍ରେସକୁ ପ୍ରେମର ଦୋକାନ ବୋଲି ବର୍ଣ୍ଣନା କରିଛନ୍ତି। କଂଗ୍ରେସ ଏବଂ ଭାଜପା ମଧ୍ୟରେ ଆଦର୍ଶର ଲଢ଼େଇ ଚାଲିଛି। ସେ ତାଙ୍କ ଲୋକସଭା ସଦସ୍ୟତା ରଦ୍ଦ ଏବଂ ମହିଳା ସଂରକ୍ଷଣ ବିଲ ନେଇ କେନ୍ଦ୍ର ସରକାରଙ୍କୁ ରାହୁଲ ଟାର୍ଗେଟ କରିଛନ୍ତି।

ଇଣ୍ଡିଆ ଏବଂ ଭାରତ ମଧ୍ୟରେ କୌଣସି ବିବାଦ ନାହିଁ। ଉଭୟ ସମାନ। ଏନେଇ ଲଢ଼େଇ ଜୋରଦାର କରିବାକୁ ଚେଷ୍ଟା କରାଯାଇଥିଲା କିନ୍ତୁ ତାହା ହୋଇପାରିଲା ନାହିଁ। ମହିଳା ସଂରକ୍ଷଣକୁ କଂଗ୍ରେସ ସମ୍ପୂର୍ଣ୍ଣ ସମର୍ଥନ କରୁଛି କିନ୍ତୁ ଆମେ ଆଜି ଏହାକୁ କାର୍ଯ୍ୟକାରୀ କରିବାକୁ ଚାହୁଁ ଏବଂ ମହିଳାମାନେ ତୁରନ୍ତ ଲାଭ ପାଇବା ଉଚିତ। ଓବିସି ପ୍ରସଙ୍ଗରେ କେନ୍ଦ୍ର ସରକାର ନୀରବ ରହିବା ଠିକ ନୁହେଁ।

ଭାରତରେ କ’ଣ ଘଟୁଛି ତାହା କେବଳ ୯୦ ଜଣ ଲୋକ ସ୍ଥିର କରୁଛନ୍ତି। ସେମାନେ ହିଁ ଆଜିର ଭାରତ ଚଳାଉଛନ୍ତି । ଏହି ୯୦ ଜଣଙ୍କ ମଧ୍ୟରେ ଓବିସି ବର୍ଗର କେବଳ ତିନି ଜଣ ଅଛନ୍ତି। ସରକାରରେ ଓବିସି ବର୍ଗଙ୍କ ପାଖରେ କୌଣସି ଶକ୍ତି ନାହିଁ। ମୁଁ ଏହି ପ୍ରସଙ୍ଗରେ ସ୍ବର ଉତ୍ତୋଳନ କରିବାକୁ ଚେଷ୍ଟା କରିଥିଲି। କିନ୍ତୁ ଏହାକୁ ଦମନ କରିବାକୁ ଚେଷ୍ଟା କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri