Posted inଜାତୀୟ

ମୋ କଣ୍ଠରୋଧ କରାଯାଇଛି, ଦେଶରେ ଚାଲିଛି ଏକଛତ୍ରବାଦୀ ଶାସନ: ରାହୁଲ…

ଜୟପୁର,୨୩।୯ : ରାଜସ୍ଥାନ ବିଧାନସଭା ନିର୍ବାଚନ ପୂର୍ବରୁ ରାଜଧାନୀ ଜୟପୁରର ମାନସରୋଭରରେ ରାଜ୍ୟ କଂଗ୍ରେସ କମିଟିର ନୂତନ ଭବନର ମୂଳଦୁଆ ପକାଇବାକୁ ଆସିଥିବା ରାହୁଲ ଗାନ୍ଧୀ ଏଠାରୁ ନିର୍ବାଚନ ବିଗୁଲ ବଜାଇଥିଲେ। କେନ୍ଦ୍ର ସରକାର ଏବଂ ଭାଜପାକୁ କଡ଼ା ସମାଲୋଚନା କରି ରାହୁଲ ପୁଣିଥରେ କଂଗ୍ରେସକୁ ପ୍ରେମର ଦୋକାନ ବୋଲି ବର୍ଣ୍ଣନା କରିଛନ୍ତି। କଂଗ୍ରେସ ଏବଂ ଭାଜପା ମଧ୍ୟରେ ଆଦର୍ଶର ଲଢ଼େଇ ଚାଲିଛି। ସେ ତାଙ୍କ ଲୋକସଭା ସଦସ୍ୟତା ରଦ୍ଦ ଏବଂ ମହିଳା ସଂରକ୍ଷଣ ବିଲ ନେଇ କେନ୍ଦ୍ର ସରକାରଙ୍କୁ ରାହୁଲ ଟାର୍ଗେଟ କରିଛନ୍ତି।

ଇଣ୍ଡିଆ ଏବଂ ଭାରତ ମଧ୍ୟରେ କୌଣସି ବିବାଦ ନାହିଁ। ଉଭୟ ସମାନ। ଏନେଇ ଲଢ଼େଇ ଜୋରଦାର କରିବାକୁ ଚେଷ୍ଟା କରାଯାଇଥିଲା କିନ୍ତୁ ତାହା ହୋଇପାରିଲା ନାହିଁ। ମହିଳା ସଂରକ୍ଷଣକୁ କଂଗ୍ରେସ ସମ୍ପୂର୍ଣ୍ଣ ସମର୍ଥନ କରୁଛି କିନ୍ତୁ ଆମେ ଆଜି ଏହାକୁ କାର୍ଯ୍ୟକାରୀ କରିବାକୁ ଚାହୁଁ ଏବଂ ମହିଳାମାନେ ତୁରନ୍ତ ଲାଭ ପାଇବା ଉଚିତ। ଓବିସି ପ୍ରସଙ୍ଗରେ କେନ୍ଦ୍ର ସରକାର ନୀରବ ରହିବା ଠିକ ନୁହେଁ।

ଭାରତରେ କ’ଣ ଘଟୁଛି ତାହା କେବଳ ୯୦ ଜଣ ଲୋକ ସ୍ଥିର କରୁଛନ୍ତି। ସେମାନେ ହିଁ ଆଜିର ଭାରତ ଚଳାଉଛନ୍ତି । ଏହି ୯୦ ଜଣଙ୍କ ମଧ୍ୟରେ ଓବିସି ବର୍ଗର କେବଳ ତିନି ଜଣ ଅଛନ୍ତି। ସରକାରରେ ଓବିସି ବର୍ଗଙ୍କ ପାଖରେ କୌଣସି ଶକ୍ତି ନାହିଁ। ମୁଁ ଏହି ପ୍ରସଙ୍ଗରେ ସ୍ବର ଉତ୍ତୋଳନ କରିବାକୁ ଚେଷ୍ଟା କରିଥିଲି। କିନ୍ତୁ ଏହାକୁ ଦମନ କରିବାକୁ ଚେଷ୍ଟା କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?