‘ମୋ ଭୋଟ ହିଁ ମୋ ଭବିଷ୍ୟତ-ଗୋଟିଏ ଭୋଟର ଶକ୍ତି’

ବାଲେଶ୍ୱର ଅଫିସ, ୨୨।୨ ଦେଶରେ ପ୍ରଚଳିତ ଗଣତାନ୍ତ୍ରିକ ଶାସନ ବ୍ୟବସ୍ଥାକୁ ଅଧିକ ସଶକ୍ତ କରିବା ସହିତ ଏଥିରେ ମତଦାତାମାନଙ୍କ ଅଂଶଗ୍ରହଣକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଭାରତ ନିର୍ବାଚନ ଆୟୋଗଙ୍କ ଦ୍ୱାରା ‘ମୋ ଭୋଟ ହିଁ ମୋ ଭବିଷ୍ୟତ-ଗୋଟିଏ ଭୋଟର ଶକ୍ତି’ ବିଷୟ ଆଧାରିତ ରାଷ୍ଟ୍ରୀୟ ମତଦାତା ସଚେତନତା ପ୍ରତିଯୋଗିତାର ଶୁଭାରମ୍ଭ ହୋଇଛି। ଏଥିରେ ଅଧିକରୁ ଅଧିକ ଜିଲାବାସୀ ଭାଗନେବା ପାଇଁ ବାଲେଶ୍ୱର ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦୀପକ କୁମାର ସାହୁ ସୋମବାର ଏକ ପ୍ରେସ୍‌ ବିବୃତ୍ତିରେ ଜଣାଇଛନ୍ତି।
ରାଷ୍ଟ୍ରୀୟ ମତଦାତା ଦିବସ-୨୦୨୨ ପାଳନ ଅବସରରେ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ସମସ୍ତ ବୟସର ଲୋକଙ୍କ ପାଇଁ ଉପଲବ୍ଧ ଥିବା ବେଳେ ମାର୍ଚ୍ଚ ୧୫, ୨୦୨୨ ପର୍ଯ୍ୟନ୍ତ ଏହା ଖୋଲା ରହିବ। ୫ ବର୍ଗ ଯଥା- କୁଇଜ୍‌, ସ୍ଲୋଗାନ ପ୍ରସ୍ତୁତି, ଭିଡିଓ ପ୍ରସ୍ତୁତି, ଗୀତ ଗାଇବା ଏବଂ ପୋଷ୍ଟର ଡିଜାଇନ କରିବାରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେଉଛି। ଆନୁଷ୍ଠାନିକ, ପେସାଦାର ଓ ଅନଭିଜ୍ଞ ଭଳି ତିନୋଟି ସ୍ତରରେ ହେଉଥିବା ଏହି ପ୍ରତିଯୋଗିତା ସମ୍ବନ୍ଧରେ ସବିଶେଷ ତଥ୍ୟ ଭାରତ ନିର୍ବାଚନ ଆୟୋଗଙ୍କ ୱେବସାଇଟ୍‌ https://ecisveep.nic.in/contest/ ତଥା voterawarenesscontest.in ମିଳିପାରିବ। ପ୍ରତିଯୋଗିତାରେ ଭାଗ ନେବା ପାଇଁ ପ୍ରତିଯୋଗୀମାନେ ସବିଶେଷ ବିବରଣୀ ସହିତ ଆବେଦନଗୁଡିକୁ ଇ-ମେଲ ଆଇଡ଼ିରେ voter-contest@eci.gov.in ଇମେଲ୍‌ କରିବେ। ଏଥିସହିତ କେଉଁ ପ୍ରତିଯୋଗିତା ଏବଂ ବର୍ଗ ପାଇଁ ପ୍ରତିଯୋଗୀ ଆବେଦନ କରୁଛନ୍ତି ତାହା ସ୍ପଷ୍ଟ ଭାବେ ଉଲ୍ଲେଖ କରିବେ। ସଙ୍ଗୀତ, ଭିଡ଼ିଓ ପ୍ରସ୍ତୁତି ଓ ପୋଷ୍ଟର ଡିଜାଇନକୁ ୩ଟି ଲେଖାଏଁ ବର୍ଗରେ ବର୍ଗୀକରଣ କରାଯାଇଛି ଓ ସେଥିନିମନ୍ତେ ଆର୍ଥିକ ପୁରସ୍କାର ବ୍ୟବସ୍ଥା ରଖାଯାଇଛି। କୃତି ପ୍ରତିଯୋଗୀଙ୍କୁ ଆର୍ଥିକ ପୁରସ୍କାର ବ୍ୟବସ୍ଥା ରହିଛି। କୁଇଜ୍‌ ପ୍ରତିଯୋଗିତାର ବିଜେତାମାନଙ୍କୁ ଇସିଆଇର ପ୍ରତୀକ ସମ୍ବଳିତ ବ୍ୟାଜ୍‌ ପ୍ରଦାନ କରାଯିବାକୁ ଥିବା ବେଳେ ଏଥିରେ ହେବାକୁ ଥିବା ୩ ସ୍ତରୀୟ ସମସ୍ତ ପ୍ରତିଯୋଗିତାରେ ଭାଗ ନେଇଥିବା ସମସ୍ତ ପ୍ରତିଯୋଗୀଙ୍କୁ ଇ-ସାର୍ଟିଫିକେଟ୍‌ ପ୍ରଦାନ କରାଯିବ। ଏହି ପ୍ରତିଯୋଗିତାରେ ପ୍ରତିଯୋଗୀମାନେ ବିଶେଷ କରି ଆନୁଷ୍ଠାନିକ ବର୍ଗରେ ଥିବା ବିଦ୍ୟାଳୟ, ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟର ବିଦ୍ୟାର୍ଥୀମାନେ ଯେପରି ବହୁଳ ଭାବେ ଭାଗ ନିଅନ୍ତି ସେଥିପାଇଁ ରାଜ୍ୟ ସରକାରଙ୍କ ଗୃହ (ନିର୍ବାଚନ) ବିଭାଗ ତଥା ଜିଲା ପ୍ରଶାସନ ତରଫରୁ ଗୁରୁତ୍ୱାରୋପ କରାଯାଇଛି ା ସେହିପରି ଏ ଦିଗରେ ବିହିତ ପଦକ୍ଷେପ ନେବା ପାଇଁ ଜିଲାର ସମସ୍ତ ଉପଖଣ୍ଡ, ବ୍ଲକ, ପୌର ପରିଷଦସ୍ତରୀୟ ନିର୍ବାଚନ ଅଧିକାରୀ ଏବଂ ଅନ୍ୟ ବିଭାଗୀୟ ଅଧିକାରୀମାନଙ୍କୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?