Posted inଖେଳ

‘ସ୍ତ୍ରୀ ମୋତେ ଚେନ୍ନାଇ ଜର୍ସି ପିନ୍ଧିବାକୁ ଦେଉନାହାନ୍ତି’

ୟୁଏଇ,୨୬।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ଲିଗ ଆଇପିଏଲ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ୟୁଏଇରେ ଖେଳାଯାଉଛି। ଏହିପର୍ଯ୍ୟାୟରେ ପ୍ରଶଂସକମାନଙ୍କୁ ଷ୍ଟାଡିୟମରେ ପ୍ରବେଶ କରିବାକୁ ଅନୁମତି ଦିଆଯାଇଛି। ଏହି କାରଣରୁ ଦର୍ଶକମାନେ ଷ୍ଟାଡିୟମରେ ସେମାନଙ୍କର ପ୍ରିୟ ଦଳ ଏବଂ ପ୍ରିୟ ଖେଳାଳିଙ୍କୁ ଉତ୍ସାହିତ କରୁଛନ୍ତି। ବେଳେବେଳେ ପ୍ରଶଂସକଙ୍କର କାର୍ଯ୍ୟ ଏବଂ ପ୍ଲାକାର୍ଡ ମଧ୍ୟ ଧ୍ୟାନ ଆକର୍ଷଣ କରିଥାଏ। ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ହୋଇଥିବା ମ୍ୟାଚରେ ଏହିପରି ଗୋଟିଏ ପ୍ଲାକାର୍ଡ ଦେଖିବାକୁ ମିଳିଥିଲା। ଜଣେ ବ୍ୟକ୍ତି ଏକ ପ୍ଲାକାର୍ଡ ଧରିଥିଲେ। ଯେଉଁଥିରେ ଲେଖାଥିଲା – ମୋ ସ୍ତ୍ରୀ ମୋତେ ଚେନ୍ନାଇ ସୁପର କିଙ୍ଗ୍ସ ଜର୍ସି ପିନ୍ଧିବାକୁ ଦିଅନ୍ତି ନାହିଁ ।
ଚେନ୍ନାଇ ସୁପର କିଙ୍ଗ୍ସର ଅଫିସିଆଲ ଟୁଇଟର ଆକାଉଣ୍ଟରେ ଏହି ପ୍ରଶଂସକଙ୍କ ଫଟୋ ପୋଷ୍ଟ କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ ଏହି ଫଟୋ ସହିତ କ୍ୟାପସନ ଲେଖିଛନ୍ତି, ‘ପ୍ରେମ ଅନ୍ଧ’ ଏହି ଫଟୋ ୧୯୦୦ରୁ ଅଧିକ ଥର ରିଟୁଇଟ କରାଯାଇଛି। ସମ୍ପୃକ୍ତ ଦର୍ଶକ ଜଣଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଦଳର ଜର୍ସି ପିନ୍ଧିଥିଲେ। ଏହି ଫଟୋ ରେ ୧୭ ହଜାରରୁ ଅଧିକ ଲାଇକ କରାଯାଇଛି। ଏହି ଫଟୋ ଦେଖିବା ପରେ ଲାଗୁଛି ଯେ, ତାଙ୍କ ହାତରେ ପ୍ଲାକାର୍ଡ ଧରିଥିବା ବ୍ୟକ୍ତି ଚେନ୍ନାଇ ସୁପର କିଙ୍ଗ୍ସକୁ ପସନ୍ଦ କରନ୍ତି କିନ୍ତୁ ତାଙ୍କ ସ୍ତ୍ରୀ ବିରାଟ କୋହଲିଙ୍କ ଟିମ ଆରସିବିର ପ୍ରଶଂସକ ଅଟନ୍ତି। ଶାରଜାରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ସିଏସକେ ଆରସିବିକୁ ୪ ଉଇକେଟରେ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri