ସ୍କୁଲ ଉପରେ ହେଲିକପ୍ଟରରୁ ଗୁଳି ବର୍ଷା କଲେ ମ୍ୟାନମାର ସୈନ୍ୟ, ୭ ସ୍କୁଲ ପିଲାଙ୍କ ସମେତ ୧୩ ଜଣଙ୍କ ମୃତ୍ୟୁ…

ନାପିଦ୍ୱ, ୨୦।୯ : ମ୍ୟାନମାରର ଏକ ସ୍କୁଲ ଉପରେ ସୈନ୍ୟବାହିନୀ ହେଲିକପ୍ଟରରୁ ଗୁଳି ବର୍ଷା ହୋଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ବିଦ୍ୟାଳୟରେ ଉପସ୍ଥିତ ଥିବା ୧୩ ଜଣଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୭ ଜଣ ସ୍କୁଲ ପିଲା ମଧ୍ୟ ଅଛନ୍ତି। ଏହି ସ୍କୁଲଟି ଏକ ବୌଦ୍ଧ ମଠରେ ଅବସ୍ଥିତ ଥିଲା। ସୂଚନାନୁସାରେ, ଏହି ଘଟଣାରେ ୧୭ରୁ ଅଧିକ ଲୋକ ଆହତ ହୋଇଛନ୍ତି। କେନ୍ଦ୍ରୀୟ ସାଗିଙ୍ଗ ଅଞ୍ଚଳରେ ଅବସ୍ଥିତ ଏହି ସ୍କୁଲରେ ଗୁଳି ବର୍ଷା କରାଯାଇଛି। ବିଦ୍ରୋହୀମାନେ ସ୍କୁଲରେ ଲୁଚି ରହିଥିଲେ ବୋଲି ସୈନ୍ୟବାହିନୀ ପକ୍ଷରୁ କୁହାଯାଇଛି।

ମୃତକଙ୍କୁ ବିଦ୍ୟାଳୟଠାରୁ ୧୧ କିଲୋମିଟର ଦୂରରେ ଅବସ୍ଥିତ ଏକ ସହରରେ ପୋତି ଦିଆଯାଇଥିଲା। ସେନା ପକ୍ଷରୁ ଦାବି କରାଯାଇଛି ଯେ ବିଦ୍ରୋହୀମାନେ ପ୍ରଥମେ ଗୁଳି ଚଳାଇଥିଲେ। ଏହା ପରେ ଏହାର ପାଲଟା ଜବାବ ଦିଆଯାଇଥିଲା। ପ୍ରାୟ ଏକ ଘଣ୍ଟା ଧରି ଗୁଳି ବିନିମୟ ହୋଇଥିଲା।

ସ୍କୁଲ ପ୍ରଶାସକ ମାର୍‌ ମାରଙ୍କ କହିବାନୁସାରେ, ସେ ପିଲାମାନଙ୍କୁ ଏକ ସୁରକ୍ଷିତ ସ୍ଥାନରେ ଲୁଚାଇବାକୁ ଚେଷ୍ଟା କରୁଥିଲେ। ତା’ପରେ ଚାରିଟି ଏମ୍‌ଆଇ-୩୫ ହେଲିକପ୍ଟର ପହଞ୍ଚି ଗୁଳି ଚଳାଇବା ଆରମ୍ଭ କରିଥିଲେ। ମେସିନ ଗନ୍‌ରୁ ସ୍କୁଲ ଉପରକୁ ଗୁଳି ଚଳା ଯାଇଥିଲା।

ଗଣମାଧ୍ୟମ ରିପୋର୍ଟ କରିଛି ଯେ ପିପୁଲ୍ସ ଡିଫେନ୍ସ ଫୋର୍ସର ସଦସ୍ୟମାନେ ଲୁଚି ରହିଥିବା ସୂଚନା ଉପରେ ସୈନ୍ୟବାହିନୀ ପକ୍ଷରୁଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା

ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?