ମାଇଁଲାବ୍‌ ପକ୍ଷରୁ ନୂତନ ଡିଭାଇସ ଉନ୍ମୋଚିତ

ନୂଆଦିଲ୍ଲୀ,୧୨।୧୨: ମାଇଁଲାବ୍‌ ପକ୍ଷରୁ ନିକଟରେ କେତେକ ନୂତନ ଡିଭାଇସର ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି କୋଭିଡ-୧୯ ପାଇଁ ଡାଇଗ୍ନୋସିସ ଉଦ୍ଭାବନକୁ ଟେକ୍ନୋଲୋଜି ଭିତ୍ତିକ କରାଯାଇଛି। ଏପରିକି ଏହାକୁ ଆଗେଇ ନେବା ପରେ ଯକ୍ଷ୍ମା ଚିହ୍ନଟ କରିବା ଲାଗି ପ୍ରଥମ କରି ଭାରତରୁ ଟିବି ନିରୂପଣ କିଟ୍‌ ସିଡିଏସକୋ ଟିବି ବିଶେଷଜ୍ଞ କମ୍ପାନୀ ଓ ଆଇସିଏମଆର ଅନୁମୋଦନ ଲାଭ କରିଛି, ଉକ୍ତ କିଟ୍‌ର ନାମ ଏମ୍‌ଟିବି ଆରଆଇଏଫ ଓ ଆଇଏନଏଚ୍‌ ଡ୍ରଗ ରେଜିଷ୍ଟାନ୍‌ସ କିଟ୍‌ ଭାବେ ନାମିତ କରାଯାଇଛି। ଉକ୍ତ କିଟ୍‌ ଆରଟିପିସିଆର ଆଧାରିତ କିଟ୍‌, ଯେଉଁଥିରେ ମାଇଁଲାବ କମ୍ପାକ୍ଟ ଡିଭାଇସ ସିଷ୍ଟମ ଦ୍ୱାରା ରୋଗ ଠିକ୍‌ ଚିହ୍ନଟ କରାଯାଇପାରିବ।

ମାତ୍ର ୨ ଘଣ୍ଟା ମଧ୍ୟରେ ଅନେକ ପରୀକ୍ଷା ଏକା ସାଙ୍ଗରେ କରିବାର ସୁଯୋଗ ମଧ୍ୟ ମିଳିବ। ଭାରତରୁ ୨୦୨୫ସୁଦ୍ଧା ଟିବି ଦୂର କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମାଦିଙ୍କ ଲକ୍ଷ୍ୟକୁ ପୂରଣ କରିବା ପାଇଁ ଏହା ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି କମ୍ପାନୀ ପକ୍ଷରୁ ଆଶା କରାଯାଇଛି। ଏ ସମ୍ପର୍କରେ ମାଇଁଲାବର ଏମଡି ହସମୁଖ ରାୱଲ କହିଛନ୍ତି, ଆମେ ଏକାସାଙ୍ଗରେ ଅନେକ ସମସ୍ୟାର ସମାଧାନ କରୁଛୁ। ପ୍ରଥମେ ସ୍ବୟଂଚାଳିତ ସିଷ୍ଟମ ଦ୍ୱାରା ପରୀକ୍ଷାକୁ ତ୍ୱରାନ୍ବିତ କରିବାରେ ଏହା ସକ୍ଷମ ହେବ ଓ ଅନେକ ପରୀକ୍ଷାକୁ ଏକାସାଙ୍ଗରେ କରିହେବ। ବିଶେଷ କରି ପାଥୋ ଡିଟେକ୍ଟ କିଟ୍‌ ମାଇଁଲାବ କମ୍ପାକ୍ଟ ସହ ଟିବି ପରୀକ୍ଷା ପାଇଁ ବେଶ୍‌ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri