କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ ଗ୍ରାମକୁ ଫେରାଇ ଆଣିବା ପାଇଁ ଲକ୍ଷାଧିକ ଟଙ୍କା ଆବଶ୍ୟକ ହେଉଥିବାରୁ ଅର୍ଥାଭାବ ବାଧକ ସାଜିଛି ଏବଂ ପରିବାରବର୍ଗ ଗଭୀର ଚିନ୍ତାରେ ପଡ଼ିଛନ୍ତି।

ମୃତକ ଜଣଙ୍କ ହେଲେ କୁନ୍ଦୁପାଙ୍ଗା ଗ୍ରାମର ୫୨ ବର୍ଷୀୟ ବିସୋଶ ଦିଗାଲ। ମୃତକଙ୍କ ପୁଅ ମୁନା ଦିଗାଲଙ୍କ ସୂଚନା ଅନୁଯାୟୀ, ଗ୍ରାମରେ କାମଧନ୍ଦା ନ ମିଳିବାରୁ ବିସୋଶ ଓ ତାଙ୍କ ପୁଅ ବହୁ ବର୍ଷ ହେବ କେରଳରେ ଦାଦନ ଖଟି ଆସୁଛନ୍ତି। ଗତ ରବିବାର ସକାଳେ ବିସୋଶ କେରଳର ଏର୍ଣ୍ଣାକୁଲମ ଜିଲା କୁରୁପ୍ପମ୍ ପଡ଼ି ଥାନା ରାୟମଙ୍ଗଲମ ଗ୍ରାମରେ ପହଞ୍ଚିଥିଲେ ଏବଂ ଦିନେ କିମ୍ବା ଦୁଇ ଦିନ ମଧ୍ୟରେ କାମରେ ଯୋଗଦେବାର ଥିଲା। କିନ୍ତୁ ରବିବାର ସନ୍ଧ୍ୟାରୁ ସେ ରହୁଥିବା ସ୍ଥାନରୁ ନିଖୋଜ ହୋଇଯାଇଥିଲେ।

ପୁଅ ମୁନା ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଖୋଜାଖୋଜି କରି ନପାଇବାରୁ ସେହିଦିନ ରାତିରେ ସ୍ଥାନୀୟ କୁରୁପ୍ପମ୍ ପଡ଼ି ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ। ବୁଧବାର ସକାଳେ ଜଣେ ମହିଳା କୂଅରୁ ପାଣି ଆଣିବାକୁ ଯାଇଥିବା ସମୟରେ କୂଅ ଭିତରେ ଏକ ମୃତଦେହ ଭାସୁଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଖବର ଦେବା ପରେ ମୁନା ସେଠାରେ ପହଞ୍ଚି ନିଜ ବାପାଙ୍କ ମୃତଦେହକୁ ଚିହ୍ନଟ କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇ ମୁନାଙ୍କୁ ହସ୍ତାନ୍ତର କରିଛି।

ତେବେ ବାପାଙ୍କ ମୃତଦେହକୁ ଗ୍ରାମକୁ ଆଣିବା ପାଇଁ ଟ୍ୟାକ୍ସି ଭଡ଼ା ବାବଦକୁ ପ୍ରାୟ ଦେଢ଼ ଲକ୍ଷ ଟଙ୍କା ଜମା କରିବାକୁ ପଡ଼ିବ ବୋଲି ଜଣାପଡ଼ିଛି। ନିଜେ ମଧ୍ୟ ସେଠାରେ ଦାଦନ ଶ୍ରମିକ ଭାବେ କାମ କରୁଥିବାରୁ ମୁନାଙ୍କ ପାଖରେ ଏତେ ପରିମାଣର ଅର୍ଥ ନାହିଁ। ଅର୍ଥ ଅଭାବରୁ ବାପାଙ୍କ ମୃତଦେହକୁ ଆଣିବା କିପରି ସମ୍ଭବ ହେବ, ସେନେଇ ପରିବାର ଓ ସମ୍ପର୍କୀୟମାନେ ଚିନ୍ତାରେ ଅଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

‘ମାନବ ଚାଲାଣ ରୋକିବା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ’

ଭଞ୍ଜନଗର,୩୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଗୁରୁବାର ବିଶ୍ୱ ମାନବ ଚାଲାଣ ବିରୋଧୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମାନବ…

ଜମିରୁ ଫେରିବା ବେଳେ ଚାଷୀଙ୍କୁ ଦନ୍ତା ଆକ୍ରମଣ: ଉଜୁଡ଼ିଲା ସଂସାର, ଘର ଚଳାଇବା କଷ୍ଟକର

ଜି.ଉଦୟଗିରି,୩୦।୭ (ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ବନାଞ୍ଚଳ ଅନ୍ତର୍ଗତ ଡଙ୍ଗାଏଜୁ ଗ୍ରାମର ସିରାପାଦେରୀ ନିକଟରେ ଦନ୍ତାହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। କିଛି…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri