ଶିଶୁଙ୍କ ନିକଟରେ ଅଜଣା ରୋଗ ବଢାଇଲାଣି ଚିନ୍ତା

ଜେନେଭା,୩ ।୫: ସାରା ବିଶ୍ୱରେ ୨୦ରୁ ଅଧିକ ଦେଶରେ ୨୦୦ରୁ ଊର୍ଦ୍ଧ୍ୱ ଶିଶୁ ଲିଭର ସମସ୍ୟାରେ ପୀଡିତ ହେବା ଚିନ୍ତାର କାରଣ ପାଲଟି ଯାଇଛି । ଆକ୍ରାନ୍ତ ଶିଶୁଙ୍କ ମଧ୍ୟରେ ସବୁଠାରୁ ଅଧିକ ୟୁରୋପୀୟ ଦେଶର ବୋଲି ଜଣାପଡିଛି । ଏଥିମଧ୍ୟରୁ କେବଳ ବ୍ରିଟେନରେ ୧୦୦ରୁ ଅଧିକ ଶିଶୁ ରହିଛନ୍ତି ।
ପୀଡ଼ିତ ଶିଶୁଙ୍କ ବୟସ ଶୂନ୍ୟରୁ ୧୭ ବର୍ଷ ମଧ୍ୟରେ ବୋଲି କୁହାଯାଉଛି । ଆମେରିକାର ଅଲବାମାରେ ୯ ଜଣ ଶିଶୁ ଏଭଳି ରୋଗରେ ଆକ୍ରାନ୍ତ ହୋଇଛନ୍ତି । ଏବେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ଏହାକୁ ନେଇ ଚିନ୍ତା ପ୍ରକଟ କରିଛି । ଯେତେବେଳେ ଏପ୍ରିଲ ଶେଷ ସପ୍ତାହ ବେଳକୁ ସ୍କଟଲାଣ୍ଡରେ ଏକାଥରେ ୧୦ ଶିଶୁ ରୋଗଗ୍ରସ୍ତ ହୋଇଯାଇଥିଲେ ସେତେବେଳେ ଡବ୍ଲୁଏଚଓ ଏହାକୁ ଗମ୍ଭିରତାର ସହ ନେଇଥିଲା ।
ତେବେ ରୋଗଗ୍ରସ୍ତ ଶିଶୁଙ୍କର ଲିଭର ଶୀଘ୍ର ଆକ୍ରାନ୍ତ ହେଉଥିବା କୁହାଯାଉଛି । ଏମିତିକି ୨୦ ଜଣ ଶିଶୁଙ୍କର ଲିଭର ଟ୍ରାନ୍ସପ୍ଲାଣ୍ଟ କରାଯାଇଛି । ହେଲେ ଲିଭର ଅକାମୀ ହେବା ଫଳରେ ଜଣେ ଶିଶୁଙ୍କ ମୃତ୍ୟୁ ହୋଇଛି । ମାତ୍ର ୧୦ ପ୍ରତିଶତଙ୍କ କ୍ଷେତ୍ରରେ ଲିଭର ଟ୍ରାନ୍ସପ୍ଲାଣ୍ଟ କରିବାର ଆବଶ୍ୟକତା ପଡୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଈର କଞ୍ଚା କ୍ଷୀରରୁ ମିଳିଲା H5N1 ବାର୍ଡ ଫ୍ଲୁ ଷ୍ଟ୍ରେନ୍‌; ସତର୍କ କଲା WHO

ନୂଆଦିଲ୍ଲୀ,୨୦।୪: ଆମେରିକାରେ ଗାଈର କଞ୍ଚା କ୍ଷୀରରେ ବାର୍ଡ ଫ୍ଲୁ ଭାଇରସ୍‌ ଷ୍ଟ୍ରେନ୍‌ ଏଚ୍‌୫ଏନ୍‌୧(H୫N୧) ଚିହ୍ନଟ ହୋଇଛି। ଏହାକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ଚିନ୍ତା ପ୍ରକଟ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅତି ଜରୁରୀ ନ ଥିଲେ ଯାତ୍ରା କରନ୍ତୁ ନାହିଁ

ଆବୁଧାବି,୨୦।୪: ସଂଯୁକ୍ତ ଆରବ ଏମିରେଟ୍‌ସ(ୟୁଏଇ)ରେ ଭୟଙ୍କର ବନ୍ୟା ମଧ୍ୟରେ ଫସିରହିଥିବା ଭାରତୀୟଙ୍କ ପାଇଁ ନୂଆ ଆଡ୍‌ଭାଇଜରି ଜାରି ହୋଇଛି। ଦୁବାଇରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ...

ଇରାନରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ଦୁବାଇ,୨୦ା୪: ଇରାନ୍‌ ଉପରେ ଇସ୍ରାଏଲୀ ସେନା ଶୁକ୍ରବାର ମିଶାଇଲ୍‌ ଆକ୍ରମଣ କରିଥିବା ଆମେରିକାର ଜଣେ ବରିଷ୍ଠ ସେନା ଅଧିକାରୀ ସୂଚନା ଦେଇଛନ୍ତି। ଇରାକ୍‌ ଓ ସିରିଆରେ...

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri