ଆମେରିକା ଆକାଶରେ ରହସ୍ୟମୟ ଡ୍ରୋନ୍‌ , ଲୋକେ ଭୟଭୀତ

ଓ୍ବାଶିଂଟନ,୧୬ା୧୨: ଆମେରିକାର ନ୍ୟୁ ଜର୍ସି ଓ ଅନ୍ୟାନ୍ୟ ରାଜ୍ୟର ଆକାଶରେ କିଛିଦିନ ହେଲା କେତେକ ରହସ୍ୟମୟ ଡ୍ରୋନ୍‌ ଉଡ଼ୁଥିବାର ଦେଖାଯାଇଛି। ଏହାକୁ ନେଇ ଦେଶବାସୀ ଭୟଭୀତ ହୋଇଥିବାବେଳେ ଆମେରିକା ବାୟୁସୀମା ସୁରକ୍ଷାରେ ତ୍ରୁଟି ରହିଥିବା ନେଇ ପ୍ରଶ୍ନ ଉଠିଛି। ଏୟାରସ୍ପେସ୍‌ରେ ରହିଥିବା ଫାଙ୍କ ବନ୍ଦ ହେବା ଆବଶ୍ୟକ ବୋଲି ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ମନୋନୀତ ଜାତୀୟ ସୁରକ୍ଷା ପରାମର୍ଶଦାତା ମାଇକ୍‌ ଓ୍ବାଲ୍ଟଜ କହିଛନ୍ତି। ଅନ୍ୟପକ୍ଷରେ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ପ୍ରଶାସନ ଅଭିଯୋଗକୁ ଖଣ୍ଡନ କରିଛି। ଆମେରିକା ଆକାଶରେ ଗତ କିଛିଦିନ ହେଲା ଉଡ଼ୁଥିବା ଡ୍ରୋନ୍‌ଗୁଡ଼ିକ ମଧ୍ୟରୁ ଅଧିକାଂଶ ଚାଳକଯୁକ୍ତ ଏୟାରକ୍ରାଫ୍ଟ। ଜାତୀୟ ସୁରକ୍ଷା ପ୍ରତି ବିପଦର କୌଣସି ପ୍ରମାଣ ନ ଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଏହା ସତ୍ତ୍ୱେ ବାଇଡେନ୍‌ଙ୍କ ଦଳ ସମେତ ଅନ୍ୟ ଆଇନ ପ୍ରଣେତାମାନେ ଚିନ୍ତାବ୍ୟକ୍ତ କରିଛନ୍ତି। ଜନସାଧାରଣଙ୍କ ଚିନ୍ତା ଦୂର କରିବା ଦିଗରେ ସରକାର ଅଧିକ ସ୍ବଚ୍ଛ ତଥା ତତ୍ପର ହେଉ ନ ଥିବାରୁ ସେମାନେ ନିରାଶା ପ୍ରକଟ କରିଛନ୍ତି। ନଭେମ୍ବର ୧୮ରୁ ପ୍ରତ୍ୟେକ ରାତିରେ ନ୍ୟୁ ଜର୍ସିରେ ରହସ୍ୟମୟ ଡ୍ରୋନ୍‌ ଦେଖିବାକୁ ମିଳୁଥିବା ସଂଘୀୟ ବିମାନ ଚଳାଚଳ ପ୍ରଶାସନ ପକ୍ଷରୁ କୁହାଯାଇଛି। ନ୍ୟୁୟର୍କ, କନେକ୍ଟିକଟ୍‌, ପେନ୍‌ସିଲ୍‌ଭାନିଆ, ମାସୁଚୁସେଟ୍ସ ଏବଂ ଭିର୍ଜିନିଆ ଆକାଶରେ ମଧ୍ୟରେ ଡ୍ରୋନ୍‌ ଦେଖିବାକୁ ମିଳିଛି। ତେବେ ସେଗୁଡ଼ିକ ସାଧାରଣ ସୁରକ୍ଷା ପ୍ରତି ବିପଦ ନୁହେଁ ବୋଲି ହ୍ବାଇଟ୍‌ ହାଉସ୍‌ ଜାତୀୟ ସୁରକ୍ଷା ପରିଷଦ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri