ଆମେରିକା ଆକାଶରେ ରହସ୍ୟମୟ ଡ୍ରୋନ୍‌ , ଲୋକେ ଭୟଭୀତ

ଓ୍ବାଶିଂଟନ,୧୬ା୧୨: ଆମେରିକାର ନ୍ୟୁ ଜର୍ସି ଓ ଅନ୍ୟାନ୍ୟ ରାଜ୍ୟର ଆକାଶରେ କିଛିଦିନ ହେଲା କେତେକ ରହସ୍ୟମୟ ଡ୍ରୋନ୍‌ ଉଡ଼ୁଥିବାର ଦେଖାଯାଇଛି। ଏହାକୁ ନେଇ ଦେଶବାସୀ ଭୟଭୀତ ହୋଇଥିବାବେଳେ ଆମେରିକା ବାୟୁସୀମା ସୁରକ୍ଷାରେ ତ୍ରୁଟି ରହିଥିବା ନେଇ ପ୍ରଶ୍ନ ଉଠିଛି। ଏୟାରସ୍ପେସ୍‌ରେ ରହିଥିବା ଫାଙ୍କ ବନ୍ଦ ହେବା ଆବଶ୍ୟକ ବୋଲି ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ମନୋନୀତ ଜାତୀୟ ସୁରକ୍ଷା ପରାମର୍ଶଦାତା ମାଇକ୍‌ ଓ୍ବାଲ୍ଟଜ କହିଛନ୍ତି। ଅନ୍ୟପକ୍ଷରେ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ପ୍ରଶାସନ ଅଭିଯୋଗକୁ ଖଣ୍ଡନ କରିଛି। ଆମେରିକା ଆକାଶରେ ଗତ କିଛିଦିନ ହେଲା ଉଡ଼ୁଥିବା ଡ୍ରୋନ୍‌ଗୁଡ଼ିକ ମଧ୍ୟରୁ ଅଧିକାଂଶ ଚାଳକଯୁକ୍ତ ଏୟାରକ୍ରାଫ୍ଟ। ଜାତୀୟ ସୁରକ୍ଷା ପ୍ରତି ବିପଦର କୌଣସି ପ୍ରମାଣ ନ ଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଏହା ସତ୍ତ୍ୱେ ବାଇଡେନ୍‌ଙ୍କ ଦଳ ସମେତ ଅନ୍ୟ ଆଇନ ପ୍ରଣେତାମାନେ ଚିନ୍ତାବ୍ୟକ୍ତ କରିଛନ୍ତି। ଜନସାଧାରଣଙ୍କ ଚିନ୍ତା ଦୂର କରିବା ଦିଗରେ ସରକାର ଅଧିକ ସ୍ବଚ୍ଛ ତଥା ତତ୍ପର ହେଉ ନ ଥିବାରୁ ସେମାନେ ନିରାଶା ପ୍ରକଟ କରିଛନ୍ତି। ନଭେମ୍ବର ୧୮ରୁ ପ୍ରତ୍ୟେକ ରାତିରେ ନ୍ୟୁ ଜର୍ସିରେ ରହସ୍ୟମୟ ଡ୍ରୋନ୍‌ ଦେଖିବାକୁ ମିଳୁଥିବା ସଂଘୀୟ ବିମାନ ଚଳାଚଳ ପ୍ରଶାସନ ପକ୍ଷରୁ କୁହାଯାଇଛି। ନ୍ୟୁୟର୍କ, କନେକ୍ଟିକଟ୍‌, ପେନ୍‌ସିଲ୍‌ଭାନିଆ, ମାସୁଚୁସେଟ୍ସ ଏବଂ ଭିର୍ଜିନିଆ ଆକାଶରେ ମଧ୍ୟରେ ଡ୍ରୋନ୍‌ ଦେଖିବାକୁ ମିଳିଛି। ତେବେ ସେଗୁଡ଼ିକ ସାଧାରଣ ସୁରକ୍ଷା ପ୍ରତି ବିପଦ ନୁହେଁ ବୋଲି ହ୍ବାଇଟ୍‌ ହାଉସ୍‌ ଜାତୀୟ ସୁରକ୍ଷା ପରିଷଦ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ: ଦୁଇ ବର୍ଷ ମଧ୍ୟରେ…ଶୁଣିଲେ ସରକାର ହେବେ ଛାନିଆ!

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri