ରହସ୍ୟରେ ଲିଭ୍‌ ଇନ୍‌ ପାର୍ଟନରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୩୧।୧୦(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱର ଇନ୍‌ଫୋସିଟି ଥାନା ଅନ୍ତର୍ଗତ ଶିଖରଚଣ୍ଡୀନଗର ମୁସଲିମ୍‌ ବସ୍ତିର ଏକ ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଲିଭ୍‌ ଇନ୍‌ ପାର୍ଟନରଙ୍କ ମୃତଦେହକୁ ସୋମବାର ସାଇଣ୍ଟିଫିକ୍‌ ଟିମ୍‌ ଉପସ୍ଥିତିରେ ପୋଲିସ ଜବତ କରିଛି। କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ଶୁଭସ୍ମିତା ନାୟକ (୨୦) ଓ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ କଳାରାହାଙ୍ଗ ଅଞ୍ଚଳର ପିଣ୍ଟୁ ନାଥ (୩୦)ଙ୍କ ମୃତଦେହକୁ ପୋଲିସ କ୍ୟାପିଟାଲ ହସ୍ପିଟାଲ ପଠାଇଥିଲା। ସେଠାରେ ବ୍ୟବଚ୍ଛେଦ ପରେ ଉଭୟଙ୍କ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।
ମୃତା ଶୁଭସ୍ମିତାଙ୍କ ବାପା କହିଛନ୍ତି, ତାଙ୍କ ଝିଅ ୯ ମାସ ହେଲା ଗାଁରୁ ଆସି ଭୁବନେଶ୍ୱରରେ ଏକ ଶପିଂ ମଲ୍‌ରେ କାମ କରୁଥିଲେ। ଦେଢ଼ ମାସ ତଳେ ସେ ଜଣେ ଯୁବକଙ୍କୁ ପ୍ରେମ କରୁଛନ୍ତି ଓ ତାଙ୍କୁ ମନ୍ଦିରରେ ବିବାହ କରୁଥିବା କହିଥିଲେ। ପରେ ନମ୍ବର ବଦଳାଇ ପରିବାର ଲୋକଙ୍କ ସହ କଥା ହେବା ବନ୍ଦ କରିଦେଇଥିଲେ ବୋଲି ସେ କହିଛନ୍ତି। ଏପଟେ ପିଣ୍ଟୁ ବିବାହିତ ଥିବାବେଳେ ତାଙ୍କର ୪ ବର୍ଷର ଗୋଟିଏ ପୁଅ ମଧ୍ୟ ଅଛନ୍ତି। ତାଙ୍କ ସ୍ତ୍ରୀ ବେଙ୍ଗାଲୁରୁରେ ରହୁଥିବାବେଳେ ପିଣ୍ଟୁ ଅନ୍ୟଜଣେ ଯୁବତୀଙ୍କ ସହ ଅଲଗା ରହୁଥିବା ନେଇ ତାଙ୍କ ପରିବାର ଲୋକ ମଧ୍ୟ ଜାଣି ନ ଥିଲେ। ରବିବାର ସକାଳ ୮ଟା ୩୦ରେ ସେ ଘରୁ ଆସି ଫେରି ନ ଥିଲେ ବୋଲି ତାଙ୍କର ଜଣେ ସମ୍ପର୍କୀୟ କହିଛନ୍ତି। ତେବେ କେଉଁ କାରଣରୁ ପିଣ୍ଟୁ ଓ ଶୁଭସ୍ମିତା ଏଭଳି ଚରମ ନିଷ୍ପତ୍ତି ନେଲେ ତାହା ଏବେ ରହସ୍ୟ ଘେରରେ ରହିଛି। ଉଲ୍ଲେଖଯୋଗ୍ୟ, ସ୍ବାମୀ-ସ୍ତ୍ରୀ ପରିଚୟ ଦେଇ ଶୁଭସ୍ମିତା ଓ ପିଣ୍ଟୁ ଏକାଠି ରହୁଥିଲେ। ରବିବାର ଉକ୍ତ ଘରର କବାଟ ବନ୍ଦ ଥିବାରୁ ସ୍ଥାନୀୟ ଲୋକଙ୍କ ସନ୍ଦେହ ହୋଇଥିଲା। ସା ପ୍ରାୟ ୭ଟା ବେଳେ ସ୍ଥାନୀୟ ଲୋକେ ସ୍କାଏ ଲାଇଟ୍‌ ଦ୍ୱାରା ଘଟଣା ବିଷୟରେ ଜାଣିବାକୁ ପାଇ ପୋଲିସକୁ ଖବର ଦେଇଥିଲେ। ପୋଲିସ ଏ ସଂକ୍ରାନ୍ତରେ ଏକ ଅପମୃତ୍ୟୁ ମାମଲା(ନଂ.୮୭/୨୦୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?