ତୁର୍କୀରେ ଋଷିଆ କୂଟନୀତିଜ୍ଞଙ୍କ ରହସ୍ୟମୟ ମୃତ୍ୟୁ

ଇସ୍ତାନବୁଲ,୧୪।୧୦: ଋଷିଆର ବରିଷ୍ଠ କୂଟନୀତିଜ୍ଞ ନିକୋଲାଇ କ୍ରୋବ୍ରିନେଟ୍ସ ତୁର୍କୀର ଇସ୍ତାନବୁଲରେ ରହସ୍ୟଜନକ ଭାବରେ ମୃତ୍ୟୁବରଣ କରିଛନ୍ତି। ତାଙ୍କ ମୃତଦେହ ଏକ ହୋଟେଲ ରୁମରେ ମିଳିଛି। ତୁର୍କୀ ପୋଲିସ ଏହି ଘଟଣାର ତଦନ୍ତ ପାଇଁ ହୋଟେଲର ସିସିଟିଭି ଫୁଟେଜ ଯାଞ୍ଚ କରୁଛି। ବିଶେଷଜ୍ଞମାନେ ଫିଙ୍ଗର ପ୍ରିଣ୍ଟ ପରୀକ୍ଷା କରୁଛନ୍ତି। ଅନ୍ତର୍ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ନିକୋଲାଇ ଅନେକ ଦେଶର ରାଷ୍ଟ୍ରଦୂତଙ୍କ ସହ ଶିଖର ସମ୍ମିଳନୀରେ ଯୋଗଦେବାକୁ ତୁର୍କୀ ଆସିଥିଲେ। ଇସ୍ତାନବୁଲର ତାକ୍ସିମ ଜିଲାର ଏକ ହୋଟେଲରେ ଯାଞ୍ଚ କରିବା ପରେ ନିକୋଲାଇଙ୍କ ମୃତଦେହ ମିଳିଛି।

ନିକୋଲାଇ ଯେତେବେଳେ ସକାଳେ ଶିଖର ସମ୍ମିଳନୀରେ ପହଞ୍ଚି ନ ଥିଲେ, ତାଙ୍କ ସହକର୍ମୀମାନେ ଉଦ୍‌ବେଗ ପ୍ରକାଶ କରିଥିଲେ। ଏହି ସମୟ ମଧ୍ୟରେ ତାଙ୍କ ହୋଟେଲ ରୁମ ଯାଞ୍ଚ କରାଯାଇଥିଲା। ଯାଞ୍ଚବେଳେ ତାଙ୍କ ମୃତଦେହ ଖଟ ଉପରେ ମିଳିଥିଲା। ପ୍ରାଥମିକ ଅନୁସନ୍ଧାନ ରିପୋର୍ଟରୁ ଜଣାପଡିଛି ଯେ, ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଛି, କିନ୍ତୁ ହତ୍ୟାକାଣ୍ଡ ହୋଇପାରେ ଅନୁମାନ କରି ପୋଲିସ ତଦନ୍ତ କରୁଛି। ନିକୋଲାଇଙ୍କ ମୃତଦେହ ପୋଷ୍ଟମର୍ଟମ ପାଇଁ ପଠାଯାଇଛି। ତାଙ୍କ ମୃତଦେହକୁ ବାଚେଲିଭଲର୍‌ ୟେନିବୋସନାରେ ଥିବା ଫରେନସିକ ମେଡିସିନ ପ୍ରତିଷ୍ଠାନର ମର୍ଗକୁ ନିଆଯାଇଥିଲା। ଗତ ବର୍ଷ ଠାରୁ ଚାଲିଥିବା ଋଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଋଷିଆର ବହୁ ବରିଷ୍ଠ କୂଟନୀତିଜ୍ଞ ଏବଂ ଅଧିକାରୀ ରହସ୍ୟମୟ ଭାବରେ ମୃତ୍ୟୁ ଘଟୁଛି।

ଗତ କିଛି ବର୍ଷ ମଧ୍ୟରେ ଋଷିଆର ୪୦ଜଣ ହାଇ-ପ୍ରୋଫାଇଲ ଲୋକଙ୍କର ରହସ୍ୟଜନକ ଭାବେ ମୃତ୍ୟୁ ଘଟୁଛି। ଗତ ବର୍ଷ ଫେବୃଆରୀରେ ପୁଟିନ ୟୁକ୍ରେନ ଉପରେ ଆକ୍ରମଣ ଆରମ୍ଭ କରିବା ପରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ଏଥିମଧ୍ୟରୁ ଅନେକ ରହସ୍ୟମୟ ଭାବେ ଆକସ୍ମିକ ମୃତ୍ୟୁବରଣ କରିଛନ୍ତି। କେତେକ କ୍ଷେତ୍ରରେ ଆତ୍ମହତ୍ୟା ମଧ୍ୟ ହୋଇଛି।
ଭ୍ଲାଦିମିର ପୁଟିନଙ୍କ ବିରୋଧଭାସ କରିଥିବା ୱାଗନର୍‌ ଗ୍ରୁପ ମୁଖ୍ୟ ପ୍ରିଗୋଝିନ ୟେଭେଗିନର ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ଅନୁସନ୍ଧାନ ପରେ ଜଣାପଡିଥିଲା ଯେ ସେ ଯେଉଁ ବେସରକାରୀ ଜେଟରେ ଯାତ୍ରା କରୁଥିଲେ ତାହା ଭିତରେ ବିସ୍ଫୋରଣ ପଦାର୍ଥ ଥିଲା। ବିମାନରେ ୩ଜଣ କ୍ରୁ ସଦସ୍ୟଙ୍କ ସମେତ ମୋଟ ୧୦ଜଣଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ; ସର୍ଚ୍ଚ ଅପରେଶନ ଆରମ୍ଭ

ଜାକର୍ତ୍ତା,୧୩।୯: ଜାଭା ସାଗରରେ ରବିବାର ୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଜାହାଜ ନିଖୋଜ ହୋଇଯାଇଛି। ଅଧିକାରୀଙ୍କ କହିବାନୁସାରେ, ବୋର୍ଣ୍ଣିଓ ଦ୍ୱୀପର ପୂର୍ବ ଜାଭାରୁ ଦକ୍ଷିଣ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?