ପୌରାଣିକ ନାଟକ ରାମାୟଣ ମଞ୍ଚସ୍ଥ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି.ତୁରୁବୁଡି ଗ୍ରାମରେ ନବରାତ୍ରୀ ଦୂର୍ଗା ପୂଜା ଅବସରରେ ପୌରାଣିକ ରାମାୟଣ ନାଟକ ମଞ୍ଚସ୍ଥ ହୋଇଯାଇଛି। ଗ୍ରାମର ଯୁବକ ସଂଘ ପକ୍ଷରୁ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା ଜିଲା ପରିଷଦ ସଦସ୍ୟ ବିପିନ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାମାୟଣ ନାଟକକୁ ଉଦ୍‌ଘାଟନ କରିଥିଲେ।

ବ୍ରହ୍ମପୁର ଏମ୍‌.ପିଙ୍କ ପ୍ରତିନିଧି କେ.ହରିବନ୍ଧୁ ରେଡ୍ଡୀ, ବଡ଼ଡୁମୁଳା ପଞ୍ଚାୟତ ସମିତି ସଭ୍ୟ ରମେଶ ଚନ୍ଦ୍ର ପାଢ଼ୀ, ବି. ତୁରୁବୁଡିି ପଞ୍ଚାୟତ ସରପଞ୍ଚ ଲିଙ୍ଗରାଜ ଦୋରା, ବମକୋଇ ପଞ୍ଚାୟତ ସରପଞ୍ଚ ତପନ କୁମାର ପ୍ରଧାନ, ପୂର୍ବତନ ସରପଞ୍ଚ ଭଗବାନ ବାଡତ୍ୟା, କୁରେଶୁ ସେଠୀ, ନିଳାଞ୍ଚଳ ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

ଗ୍ରାମର ନବରାତ୍ର ଦୂର୍ଗା ପୂଜା କମିଟିର ଅନୁରୋଧ ରକ୍ଷାକରି ଅତିଥିବୃନ୍ଦ ଗ୍ରାମରେ ପହଞ୍ଚିବା ପରେ ଶୋଭାଯାତ୍ରାରେ ସେମାନଙ୍କୁ ଗ୍ରାମ ପରିକ୍ରମା କରାଯାଇ ସଭା ମଞ୍ଚକୁ ପାଛୋଟି ନିଆଯାଇଥିଲା। କବିସୂର୍ଯ୍ୟନଗରର ରାମାୟଣ ନାଟକର କଳାକାର ବୃନ୍ଦ ନାଟକ ପରିବେଷଣ କରିଥିଲେ। ଗ୍ରାମ୍ୟ ଯୁବକ ସଂଘ କାର୍ଯ୍ୟକର୍ତ୍ତା ଏଫ୍‌. ରାଜୀବ ରେଡ୍ଡୀ, ନରସିଂହ ରେଡ୍ଡୀ, ଅଜିତ ରେଡ୍ଡୀ, ଅସିତ କୁମାର ସାହୁ ପ୍ରମୁଖ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।…

ବଂଶଧାରାରେ ବିଦାୟ ନେଲେ ମା’ ଦୁର୍ଗା, ଆରବର୍ଷକୁ ଅପେକ୍ଷା…

ଗୁଡାରି,୨୫।୧୦(ପ୍ରମୋଦ କୁମାର ପତି): ଗୁଡାରି ଟାଉନ ଦୁର୍ଗା ପୂଜା କମିଟି ପକ୍ଷରୁ ଆୟୋଜିତ ଦୁର୍ଗା ପୂଜାର ରବିବାର ରାତିରେ ଭଷାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭସାଣି ଉତ୍ସବ…

ଗଜଲକ୍ଷ୍ମୀ ପୂଜା ପାଇଁ ଭଞ୍ଜନଗର ଉତ୍ସବ ମୁଖର

ଭଞ୍ଜନଗର,୨୫।୧୦(ବାବୁଲା ପ୍ରଧାନ): ଗଜଲକ୍ଷ୍ମୀ ପୂଜା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର ସହର ଉତ୍ସବ ମୁଖର ହୋଇଉଠିଛି। ରବିବାର ଭଞ୍ଜନଗର ସହରର ବିଭିନ୍ନ ସ୍ଥାନ ସମେତ ସହରତଳି ଅଞ୍ଚଳ…

ଧାର ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ: ଜେଲ ଗଲେ ବାପ-ପୁଅ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଏକ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମର ଜି. ଆପ୍ପା ରାଓ ଏବଂ ତାଙ୍କ ପୁଅ…

କୋଟିଆରେ ଓଡ଼ିଶା ପ୍ରଶାସନର ତତ୍ପରତା, ସୀମାନ୍ତର ୩ ସ୍ଥାନରେ ପୋଲିସ ପୋଷ୍ଟ ସ୍ଥାପନ

ପଟ୍ଟାଙ୍ଗି,୨୫।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ତପ୍ତତରତା ଦେଖାଇଛି ଜିଲା ପ୍ରଶାସନ । ପଡୋଶୀ ଆନ୍ଧ୍ର ରାଜ୍ୟର ସମିତି…

ଡକାୟତି ଘଟଣାର ପର୍ଦ୍ଦାଫାସ କଲା ପାଟପୁର ପୋଲିସ, ଜେଲ୍ ଗଲେ ୪ ଅଭିଯୁକ୍ତ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଏକ ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି । ଛିନତାଇ ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ରବିବାର…

ଗୋଟିଏ ଦିନରେ ୪୮ ଜୁଆ ଆଡ୍ଡାରେ ଚଢ଼ାଉ: ୨୮୭ ଜୁଆଡ଼ି ଗିରଫ, ୯ ଲକ୍ଷ ଟଙ୍କା ଜବତ

ଛତ୍ରପୁର,୨୫।୧୦(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପାର୍ବଣ ଋତୁରେ ଗଞ୍ଜାମ ଜିଲାରେ ଜୁଆ ଖେଳ ଉପରେ ପୋଲିସର ଚଢ଼ାଉ ଅଭିଯାନ ଜାରି ହୋଇଛି। ଗତ ୫ ଦିନ ମଧ୍ୟରେ ଗଞ୍ଜାମ…

ସମ୍ଭାବ୍ୟ ବାତ୍ୟାକୁ ନେଇ ଗୁଡାରି ପ୍ରଶାସନ ସଜାଗ, ଗର୍ଭବତୀଙ୍କ ସୁରକ୍ଷା ଉପରେ ଫୋକସ୍‌

ଗୁଡାରି,୨୫ା୧୦(ପ୍ରମୋଦ କୁମାର ପତି ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଗୁଡାରି ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଏବଂ ସଜାଗ ଥିବା ବିଡ଼ିଓ ଶୁଚିସ୍ମିତା ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?