ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାଇଡ଼ୁ, ବଦଳିଲା ଶପଥ ଉତ୍ସବ ତାରିଖ

ନୂଆଦିଲ୍ଲୀ, ୬।୬: ବିଧାନସଭା ନିର୍ବାଚନ ଜିତିବା ପରେ ଆନ୍ଧ୍ରପ୍ରଦେଶରେ ସରକାର ଗଢ଼ିବ ଟିଡିପି ବା ତେଲୁଗୁ ଦେଶମ୍‌ ପାର୍ଟି। ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଟିଡିପି ମୁଖ୍ୟ ଏନ୍‌ ଚନ୍ଦ୍ରବାବୁ ନାଇଡ଼ୁ। ଏଥିପାଇଁ ଆସନ୍ତା ୯ ତାରିଖରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବା ନେଇ ଦଳ ପକ୍ଷରୁ ଘୋଷଣା କରାଯାଇଥିଲା। କିନ୍ତୁ ଏବେ ଏହି ଉତ୍ସବ ୧୨ ତାରିଖକୁ ଘୁଞ୍ଚାଇ ଦିଆଯାଇଛି।

ଏନ୍‌ଡିଏ ଲୋକସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ କରିଥିବାରୁ ଦେଶରେ ପୁଣିଥରେ ଭାଜପା ସରକାର ଗଠନ ହେବାକୁ ଯାଉଛି। ଭାଜପା ନେତା ନରେନ୍ଦ୍ର ପୁଣିଥରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ । ଏଥିପାଇଁ ୮ ତାରିଖରେ ଶପଥ ଗ୍ରହଣ ଉତ୍ସବ କରାଯିବ। ଏହାର ଦିନକ ପରେ ଅନ୍ଧ୍ରରେ ଶପଥ ଉତ୍ସବ ପାଇଁ ଘୋଷଣା ହୋଇଥିଲା । କିନ୍ତୁ ଏହାକୁ ଘୁଞ୍ଚାଇ ଦିଆଯାଇଛି।

୧୭୫ ଆସନ ବିଶିଷ୍ଟ ଆନ୍ଧ୍ରପ୍ରଦେଶ ବିଧାନସଭା ପାଇଁ ଏଥର ଜୋରଦାର ଫାଇଟ୍ ହୋଇଥିଲା । ୱାଇଏସ୍‌ଆର୍‌ କଂଗ୍ରେସକୁ ସତ୍ତାରୁ ହଟାଇବା ପାଇଁ ଟିଡିପି ଓ ଜନ ସେନା ପାର୍ଟି ବିଜେପି ନେତୃତ୍ୱାଧୀନ ଏନଡିଏ ସହ ମେଣ୍ଟ କରିଥିଲେ । ଟିଡିପିକୁ ୧୩୫ ଆସନ ମିଳିଥିବା ବେଳେ ଜନ ସେନାକୁ ୨୧ ଓ ବିଜେପିକୁ ମିଳିଥିଲା ୮ଟି ଆସନ। ସଂଖ୍ୟା ଗରିଷ୍ଠତା ସହ ଟିଡିପି ସୁପ୍ରିମୋ ଚନ୍ଦ୍ରବାବୁ ନାଇଡୁ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଅନ୍ୟପଟେ ମୋଦି ପ୍ରଧାନମନ୍ତ୍ରୀ ହେବା ନେଇ ବୁଧବାର ଦିଲ୍ଲୀରେ ବସିଥିବା ବୈଠକରେ ଟିଡିପି ସମର୍ଥନ ଜଣାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri