ଏନ୍‌.ଚନ୍ଦ୍ରଶେଖରନ ଏୟାର ଇଣ୍ଡିଆ ଚେୟାରମ୍ୟାନ

ନୂଆଦିଲ୍ଲୀ, ୧୫।୩ ଟାଟା ସନ୍ସର ମୁଖ୍ୟ ନଟରାଜ ଚନ୍ଦ୍ରଶେଖରନ ଏୟାର ଇଣ୍ଡିଆର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ଟାଟା ଗ୍ରୁପ୍‌ ପକ୍ଷରୁ ସୋମବାର ଏନେଇ ଘୋଷଣା କରାଯାଇଛି। କିଛିଦିନ ତଳେ ତୁର୍କୀ ଏୟାରଲାଇନ୍ସର ପୂର୍ବତନ ଚେୟାରମ୍ୟାନ ଇଲ୍‌କର ଅୟସିଙ୍କୁ ଏୟାର ଇଣ୍ଡିଆର ମୁଖ୍ୟ କାର୍ଯ୍ୟନିର୍ବାହୀ ଓ ପରିଚାଳନା ନିର୍ଦ୍ଦେଶକ ଭାବେ ଟାଟା ଗ୍ରୁପ୍‌ ପକ୍ଷରୁ ଅଫର ଦିଆଯାଇଥିଲା। କିନ୍ତୁ ଏହାକୁ ଭାରତରେ ବହୁ ବିରୋଧ କରାଯାଇଥିଲା। ଫଳରେ ଟାଟାର ଏୟାର ଇଣ୍ଡିଆ ମୁଖ୍ୟ କାର୍ଯ୍ୟନିର୍ବାହୀ ହେବାକୁ ଇଲ୍‌କର ଅୟସି ମନା କରିଦେଇଥିଲେ। ଟାଟା ସନ୍ସ ଅଧୀନରେ ୧୦୦ରୁ ଊର୍ଦ୍ଧ୍ୱ ଟାଟା ଅପରେଟିଂ କମ୍ପାନୀ କାର୍ଯ୍ୟକରୁଛି। ଏନ୍‌. ଚନ୍ଦ୍ରଶେଖରନ ୨୦୧୬ ଅକ୍ଟୋବରରେ ଟାଟା ସନ୍ସ ବୋର୍ଡରେ ଯୋଗଦେଇଥିଲେ ଏବଂ ୨୦୧୭ ଜାନୁୟାରୀରେ ଟାଟା ସନ୍ସର ଚେୟାରମ୍ୟାନ ନିଯୁକ୍ତ ହୋଇଥିଲେ। ଟାଟା ଷ୍ଟିଲ୍‌, ଟାଟା ମୋଟର୍ସ, ଟାଟା ପାଓ୍ବାର, ଟାଟା କନ୍ସଲଟାନ୍ସ ସର୍ଭିସେସ୍‌(ଟିସିଏସ୍‌) ଭଳି କେତେକ ଗ୍ରୁପ୍‌ ଅପରେଟିଂ କମ୍ପାନୀର ବୋର୍ଡଗୁଡ଼ିକରେ ଚନ୍ଦ୍ରଶେଖରନ ରହିଛନ୍ତି। ତାମିଲନାଡ଼ୁର ନମକ୍କଲ ଜିଲା ମୋହନୁର ଗ୍ରାମରେ ୧୯୬୩ ଜୁନ୍‌ ୨ରେ ଜନ୍ମଗ୍ରହଣ କରିଥିବା ଚନ୍ଦ୍ରଶେଖରନ ୧୯୮୬ରେ ଏମ୍‌ସିଏ ଡିଗ୍ରୀ ହାସଲ କରିଥିଲେ। ୧୯୮୭ରେ ସେ ଟିସିଏସ୍‌ରେ ଯୋଗଦେଇଥିଲେ। ୨୦୦୯ ଅକ୍ଟୋବର ୬ରେ ସେ ଟିସିଏସ୍‌ର ସିଇଓ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ୨୦୧୬ ଅକ୍ଟୋବର ୨୫ରେ ସେ ଟିସିଏସ୍‌ର ପରିଚାଳନା ନିର୍ଦ୍ଦେଶକ ଏବଂ ଟାଟା ସନ୍ସ ବୋର୍ଡର ଅତିରିକ୍ତ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଥିଲେ। ପରେ ପ୍ରଥମ ଅଣପାର୍ସୀ ଚନ୍ଦ୍ରଶେଖରନ ଟାଟା ଗ୍ରୁପ୍‌ର ମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?