ପୁଣି କଣମଣା ମଣ୍ଡଳର ସଭାପତି ହେଲେ ଏନ. ଦୀନବନ୍ଧୁ, ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର ,ଦିଲ୍ଲୀପ ସାମଲ ୯ା୧: ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାନଆର୍ଯ୍ୟପଲ୍ଲୀ ଗ୍ରାମର ଯୁବ ସଂଗଠକ, ମତ୍ସ୍ୟଜୀବୀ ଏବଂ ଭାରତୀୟ ଜନତା ପାର୍ଟିର ନେତା ଏନ. ଦୀନବନ୍ଧୁ ପୁଣି ଥରେ କଣମଣା ମଣ୍ଡଳ ସଭାପତି ଭାବେ ଚୟନ ହୋଇଛନ୍ତି। ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ବାଣିଜ୍ୟ ଓ ପରିବହନ ବିଭାଗର ମନ୍ତ୍ରୀ ବିଭୁତି ଭୂଷଣ ଜେନା, ବ୍ରହ୍ମପୁର ଏମ୍‌ପି ପ୍ରଦୀପ କୁମାର ପାଣିଗ୍ରାହୀ ଓ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ଠାରୁ ଆରମ୍ଭ କରି ସମସ୍ତ ଦଳୀୟ କର୍ମକର୍ତ୍ତା ଓ କର୍ମୀଙ୍କୁ ସେ କୃତଜ୍ଞତା ଜଣାଇଛନ୍ତି। ଦଳୀୟ ସଂଗଠନ ପ୍ରତି ଗୁରୁତ୍ୱ ଦେବା ସହ ତୃଣମୂଳସ୍ତରୀୟ କର୍ମୀଙ୍କ ସୁଖଦୁଃଖରେ ସାମିଲ ହେବେ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଭାଜପା ନେତା ଏନ. ଦୀନବନ୍ଧୁ । ପୂର୍ବରୁ ସେ ଗତ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭାଜପାର ୨୦ନଂ ଜିଲା ପରିଷଦ ପ୍ରାର୍ଥୀ ଭାବେ ନିର୍ବାଚନ ମଇଦାନରେ ଓହ୍ଲାଇଥିଲେ। ସେ ଦଳୀୟ ସଂଗଠନକୁ ମଜବୁତ କରିବା ନିମନ୍ତେ ବିଭିନ୍ନ କାର୍ଯ୍ୟ କରି ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରି ପାରିଛନ୍ତି। ବିଭିନ୍ନ ସମୟରେ ଲୋକଙ୍କ ସୁଖଦୁଃଖରେ ସାମିଲ ହୋଇ ସମସ୍ତଙ୍କ ପ୍ରିୟଭାଜନ ହୋଇପାରିଛନ୍ତି। କଣମଣା ମଣ୍ଡଳର ପୁଣିଥରେ ସଭାପତି ଭାବେ ଚୟନ ହେବା ପରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri