ପୂର୍ବ ସରକାରରେ ଚାକିରିରେ ହେଉଥିଲା ଚଞ୍ଚକତା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬ା୧୨(ଅନିଲ ଦାସ)-ପୂର୍ବ ସରକାର ସମୟରେ ସରକାରୀ ନିଯୁକ୍ତିରେ ଚଞ୍ଚକତା ହେଉଥିଲା। ଏଏସ୍‌ଓ ଚାକିର ୨୫ରୁ ୩୦ ଲକ୍ଷରେ ବିକ୍ରି ହେଉଥିଲା। ଶୁକ୍ରବାର ବିଧାନସଭାରେ ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଲ୍‌ ଆଗତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବ ସରକାର ଉପରେ ଅସନ୍ତୋଷ ଝାଡ଼ିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ପୂର୍ବ ସରକାର ରାଜ୍ୟର ଭବିଷ୍ୟତଙ୍କ ସହ ଛଳନା କରୁଥିଲେ । ପୂର୍ବ ସରକାରଙ୍କ ନିଯୁକ୍ତିରେ ସ୍ବଚ୍ଛତା ନ ଥିଲା। ଦୁର୍ନୀତି ଭରି ରହିଥିଲା। ଦୁର୍ନୀତି ସରକାରଙ୍କ ନାକ ତଳେ ହେଉଥିଲେ ସୁଦ୍ଧା କାହିଁକି ଚୁପ୍‌ ରହୁଥିଲେ ବୋଲି ମୁଖ୍ୟମନ୍ତ୍ରୀ ପ୍ରଶ୍ନ କରିଛନ୍ତି । ଏଥିସହ ଅଯୋଗ୍ୟଙ୍କୁ ଯୋଗ୍ୟ ବନାଇ ନିଯୁକ୍ତି ଦେଉଥିଲେ । ଦାୟିତ୍ୱରେ ଥିବା ଅଧିକାରୀ ପରୀକ୍ଷାପତ୍ର ପ୍ରଘଟ ର଼୍ୟାକେଟ୍‌ରେ ସମ୍ପୃକ୍ତ ଥିଲେ; ଯାହାର ଉଦାହରଣ ୨୦୨୩ ମସିହାର ଜେଇଇ ପରୀକ୍ଷା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତ। ପିଲାଙ୍କ ଭବିଷ୍ୟତ ଅନ୍ଧାରକୁ ଠେଲି ପୂର୍ବ ସରକାର ଆଉଟ୍‌ସୋର୍ସରେ ରହି ଯାଇଥିଲେ। ସ୍ବଚ୍ଛତା ଓ ସାଧୁତା ଆମ ସରକାରର ଦାୟିତ୍ୱ। ପ୍ରତିଶ୍ରୁତି ପାଳନ କରିବୁ। ଆଗକୁ ଦେଢ଼ ଲକ୍ଷ ନିଯୁକ୍ତି ଦେବୁ। ଖାଲିଥିବା ସମସ୍ତ ପଦବୀ ପୂରଣ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

CBI ତଦନ୍ତ ନେଇ ମୁହଁ ଖୋଲିଲେ ଦୀପାଳି, ମୋହନ ସରକାରଙ୍କୁ କଲେ ପ୍ରଶ୍ନ

ଭୁବନେଶ୍ୱର,୧୫।୧: ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ମୁହଁ ଖୋଲିଛନ୍ତି ଝିଅ ଦୀପାଳି ଦାସ। ଭାଜପା ନେତାମାନେ ବାରମ୍ବାର ଏହି ପ୍ରସଙ୍ଗ ଉଠାଉଥିବାରୁ ଅସନ୍ତୋଷ...

ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି (NEP) ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୧୫।୧: ଭାରତ ସରକାର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଜାତୀୟ ଶିକ୍ଷା ନୀତି ୨୦୨୦ କୁ ରାଜ୍ୟରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା...

ଶ୍ରୀମନ୍ଦିରରେ ଟଳିପଡ଼ିଲେ ସୁଆର ବଡୁ ସେବାୟତ

ପୁରୀ,୧୫ା୧(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା କରିବା ସମୟରେ ଜଣେ ସୁଆରବଡୁ ସେବକଙ୍କ ମୃତ୍ୟୁ ଘଟିଛି। ମୃତ ସେବାୟତ ଜଣଙ୍କ ହେଉଛନ୍ତି ଜଗନ୍ନାଥ ସୁନାଥାଳି। ଶ୍ରୀମନ୍ଦିରରେ...

ଆଲୋକ ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, କେନ୍ଦୁଝରରେ ଥିଲେ…

ଭୁବନେଶ୍ୱର,୧୫।୧: ଓଡ଼ିଶା ସରକାର ବରିଷ୍ଠ ଓଏଏସ୍ ଅଧିକାରୀ ଆଲୋକ କୁମାର ପ୍ରଧାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ କରିଛନ୍ତି। ଏନେଇ...

ଟ୍ରଲରକୁ ଧକ୍କା ଦେଇ ବୁଡ଼ିଲା ବୋଟ୍‌, ୮ ଯାତ୍ରୀଙ୍କୁ ଉଦ୍ଧାର କଲେ ମତ୍ସ୍ୟଜୀବୀ

ଚାନ୍ଦବାଲି,୧୫ା୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଧାମରାଠାରେ ମାଛଧରା ଟ୍ରଲରକୁ ଧକ୍କା ଦେଇ ବୁଧବାର ଏକ ଯାତ୍ରୀବାହୀ ବୋଟ୍‌ ବୁଡ଼ିଯାଇଛି। ଖବରରୁ ପ୍ରକାଶ ଏକ ଯାତ୍ରୀବାହୀ ବୋଟ୍‌...

ଫେରିବ ଶୀତ, ଘନ କୁହୁଡି ପାଇଁ ଏସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୧୫।୧: ଗତ ଦୁଇ ଦିନ ମଧ୍ୟରେ କିଛି ଆରାମ ପାଇବା ପରେ ଶୀତ ପୁଣି ଓଡିଶା ଫେରିବାର ସମ୍ଭାବନା ରହିଛି। ଆସନ୍ତା ତିନିରୁ ଚାରି ଦିନ...

୩ ବ୍ୟବସାୟୀଙ୍କୁ ଲହୁଲୁହାଣ କରି ୧୫ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଉମରକୋଟ,୧୫ା୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ଥମୁନି ଲୁଟେରାଙ୍କ ଆତଙ୍କରାଜ। ସଂଘବଦ୍ଧ ଆକ୍ରମଣ କରି ୧୫ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି ଲୁଟେରା। ଦୁଇ ଦିନ ତଳେ...

ଅନାସ୍ଥା ପ୍ରସ୍ତାବ ପରେ ସାଂଘାତିକ ଅଭିଯୋଗ ଆଣିଲେ ପୌର ପରିଷଦ ଅଧ୍ୟକ୍ଷା: ସାଙ୍ଗେସାଙ୍ଗେ ଦୀପାଳୀଙ୍କୁ…

ଭୁବନେଶ୍ୱର,୧୫।୧: ବ୍ରଜରାଜନଗର ପୌର ପରିଷଦ ଅଧ୍ୟକ୍ଷା ଯାଜ୍ଞସେନୀ ଓରାମଙ୍କ ବିରୋଧରେ ଅନାସ୍ଥା ଆସିଥିବା ବେଳେ ନବୀନ ନିବାସରୁ ବିଜେଡି ନେତ୍ରୀ ଦୀପାଳି ଦାସଙ୍କୁ ଡାକରା ଆସିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri