ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ଘୋଷଣା କରାଯାଇଛି। ଶୁକ୍ରବାର ମଧ୍ୟାହ୍ନ ୧୨ଟା ୩୦ରୁ କଲେଜ ବନ୍ଦ ରହିବ ବୋଲି କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି। କଲେଜ ପରିସରରେ ଉତ୍ତେଜନା ଓ ଶାନ୍ତିପୂର୍ଣ୍ଣ ଶୈକ୍ଷିକ ପରିବେଶ ବ୍ୟାହତ ହେଉଥିବାରୁ ଛାତ୍ରୀଛାତ୍ର, ଅଧ୍ୟାପକ, କର୍ମଚାରୀ ଓ ଅନ୍ୟମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ପଦକ୍ଷେପ ନିଆଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ଜାରି ନ ହେବା ପର୍ଯ୍ୟନ୍ତ କଲେଜ ବନ୍ଦ ରହିବ। କଲେଜର ସ୍ବାଭାବିକ କାର୍ଯ୍ୟକଳାପ ପୁନଃ ଆରମ୍ଭ ସମ୍ପର୍କରେ ପରବର୍ତ୍ତୀ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯିବ ବୋଲି କର୍ତ୍ତୃପକ୍ଷ ସ୍ପଷ୍ଟ କରିଛନ୍ତି। ଏଥିସହ ସମସ୍ତ ଛାତ୍ରୀଛାତ୍ର, ଅଧ୍ୟାପକ ଓ ଅଣଶିକ୍ଷକ କର୍ମଚାରୀଙ୍କୁ ବିଜ୍ଞପ୍ତିର ନିର୍ଦ୍ଦେଶ ପାଳନ କରିବାକୁ କୁହାଯାଇଛି। ଛାତ୍ର ସଂସଦ ନିର୍ବାଚନ ବାତିଲ ଘୋଷଣା ପରେ କଲେଜ ଗେଟ୍‌ ଆଗରେ ପିଲାମାନେ ହୋହଲ୍ଲା କରିବା ସହ ନାରାବାଜି କରିଥିଲେ। ନିର୍ବାଚନ କରିବା ପାଇଁ ଜିଦ୍‌ କରି ପ୍ରତିବାଦ ଜଣାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ ଆସି…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍‌ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି…

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….

ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?