ସ୍ବର୍ଗତଃ ନବ ଦାସଙ୍କ ହତ୍ୟା ଘଟଣା: ହାଇକୋର୍ଟରେ ଜନସ୍ବାର୍ଥ ମାମଲା

ଭୁବନେଶ୍ୱର,୧୮।୧: ପୂର୍ବତନ ମନ୍ତ୍ରୀ ସ୍ବର୍ଗତଃ ନବ ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ଆବେଦନ କରି ହାଇକୋର୍ଟରେ ଜନସ୍ବାର୍ଥ ମାମଲା ହୋଇଛି। ଭାରତୀୟ ବିକାଶ ପରିଷଦର ଆବାହକ ସୁରେନ୍ଦ୍ର ପାଣିଗ୍ରାହୀ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରିଥିଲେ । ମମିତା ମେହେର ଭଳି ନବଙ୍କ ମାମଲାରେ ଘଟଣାରେ ହୋଇଥିବା କ୍ରାଇମବ୍ରାଞ୍ଚ ତଦନ୍ତ ସନ୍ତୋଷଜନକ ନଥିବା କହି ତାଙ୍କ ଆବେଦନରେ ଦର୍ଶାଇଥିଲେ । ତେଣୁ ନବ ଦାସ ହତ୍ୟା ମାମଲାର ସିବିଆଇ ତଦନ୍ତ କରାଯାଉ ବୋଲି ସୁରେନ୍ଦ୍ର ପାଣିଗ୍ରାହୀ କହିଛନ୍ତି। ରାଜନୈତିକ ଅଭିସନ୍ଧି ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି । ତେଣୁ ରାଜ୍ୟ ପୋଲିସ ଓ କ୍ରାଇମବ୍ରାଞ୍ଚ ତଦନ୍ତ ହେଲେ ତଦନ୍ତରେ ସ୍ବଚ୍ଛତା ରହିବ ନାହିଁ । ଯେହେତୁ ଏହା ଏକ ହାଇପ୍ରୋଫାଇଲ ହତ୍ୟାକାଣ୍ଡ, ସିବିଆଇ ହିଁ ତଦନ୍ତ କରିବା ଆବଶ୍ୟକ ବୋଲି ପାଣିଗ୍ରାହୀ ଦର୍ଶାଇଛନ୍ତି ।

୨୦୨୩ ଜାନୁଆରୀ ୨୯ ତାରିଖରେ ଝାରସୁଗୁଡାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିଲେ ପଶ୍ଚିମ ଓଡ଼ିଶାର ଟାଣୁଆ ତେନା ତଥା ପୂର୍ବତନ ସୱାସ୍ଥ୍ୟମନ୍ତ୍ରୀ ନବ ଦାସ । ଘଟଣାସ୍ଥଳରେ ପହଞ୍ଚିବା ପରେ କାରରୁ ଓହ୍ଲାଇବା ସମୟରେ ନବଙ୍କୁ ଖୁବ ଧୁମଧାମରେ ସୱାଗତ କରାଯିବା ସହ ଫୁଲମାଳ ପିନ୍ଧାଇ ପାଛୋଟି ନେବା ସମୟରେ ଫୁଟିଥିଲା ଗୁଳି । ସୁରକ୍ଷା ଦାୟିତ୍ୱରେ ଥିବା ଏଏସଆଇ ଗୋପାଳ ଦାସ ସୱାସ୍ଥ୍ୟମନ୍ତ୍ରୀଙ୍କୁ ଗୁଳି କରିଥିଲେ । ଫଳରେ ଘଟଣାସ୍ଥଳରେ ଟଳିପଡିଥିଲେ ସୱାସ୍ଥ୍ୟମନ୍ତ୍ରୀ ନବ ଦାସ । ତୁରନ୍ତ ପ୍ରଥମେ ଝାରସୁଗୁଡାର ନିକଟସ୍ଥ ହସ୍ପିଟାଲରେ ନବଙ୍କୁ ପ୍ରାଥମିକ ଚିକିତ୍ସା କରାଯାଇଥିଲା । ପରେ ଏକ ସୱତନ୍ତ୍ର ବିମାନରେ ଭୁବନେଶ୍ୱର ପହଞ୍ଚାଯାଇ ବିମାନବନ୍ଦରରୁ ଗ୍ରୀନ କରିଡର ମଧ୍ୟରେ ଆମୱୁଲାନ୍ସ ମାଧ୍ୟମରେ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ନାଁରେ ସାଂଘାତିକ ଅଭିଯୋଗ: ନିଦରୁ ଉଠି ପ୍ରଳାପ କରୁଛନ୍ତି…

ଭୁବନେଶ୍ୱର,୭।୨: ବିରୋଧୀଦଳ ନେତା ନବୀନଙ୍କୁ AG ପୀତାମ୍ବର ଆଚାର୍ଯ୍ୟ କଡ଼ା କାଉଣ୍ଟର କରିଛନ୍ତି। ‘ଏକ୍ସ’ରେ ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ନେଇ କଡ଼ା ଜବାବ…

ମନର ଭାବନାକୁ ପାର୍ଟନରଙ୍କ ଆଗରେ ଖୋଲାଖୋଲି ପ୍ରକାଶ କରିବାର ଦିନଟିଏ…

ପ୍ରତିବର୍ଷ ଫେବୃଆରୀ ୮ରେ ବିଶେଷକରି ଯୁବପିଢ଼ି ପାଳନ କରିଥାନ୍ତି ପ୍ରପୋଜ ଡେ’। ଭାଲେଣ୍ଟାଇନ୍ସ ଉଇକ୍‌ର ଦ୍ୱିତୀୟ ଦିନ ହେଉଛି ପ୍ରପୋଜ ଡେ’। ଏହି ଦିନଟି ନିଜର ଭାବନାକୁ…

T20 World Cupରେ ସବୁଠାରୁ ଦ୍ରୁତତମ ଅର୍ଦ୍ଧଶତକ କଲେ ଶିମରନ ହେଟମାୟାର, ଭାଙ୍ଗିଲା କ୍ରିସ ଗେଲଙ୍କ ୧୬ ବର୍ଷ ପୁରୁଣା ରେକର୍ଡ

ନୂଆଦିଲ୍ଲୀ,୬।୨: 2026 T20 World Cupର ଦ୍ୱିତୀୟ ମ୍ୟାଚ ୱେଷ୍ଟଇଣ୍ଡିଜ ଏବଂ ସ୍କଟଲାଣ୍ଡ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚରେ ଶିମରନ ହେଟମାୟାର କ୍ରିସ ଗେଲଙ୍କ ୧୬ ବର୍ଷର…

ମେକ୍ସ ପିକଅପରେ ଚାଲାଣ ବେଳେ ମାଡ଼ିବସିଲା ଅଡବା ପୋଲିସ, ପୁରୀକୁ ଭାଙ୍ଗ…

ମୋହନା,୭।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ବେବେରୀ ଛକରୁ ୧୧ କ୍ବିଣ୍ଟାଲରୁ ଉର୍ଦ୍ଧ୍ ଭାଙ୍ଗ ଜବତ କଲା ଅଡବା ପୋଲିସ ।…

ତୁଟୁନି ବିବାଦ ନାଣ୍ଡୁଙ୍କ ନାଁରେ ଏତଲା ପରେ ଏତଲା

ଭୁବନେଶ୍ୱର,୭।୨: ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ ବିବାଦ। ପୁଣି ଥରେ ବିବାଦର ଅଡ଼ୁଆ ସୂତାରେ ଛନ୍ଦି ହୋଇଛନ୍ତି ତୁଳସୀ ଗଣନାଟ୍ୟର ମାଲିକ । କଳାକାରଙ୍କୁ ନିର୍ଯାତନା ଦେଉଥିବା…

ଜଙ୍ଗଲ କାଟି ଅଫିମ ଚାଷ, ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଛ ନଷ୍ଟ କଲା ଅବକାରୀ ବିଭାଗ

ଟେନ୍‌ସା,୭ା୨(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଶନିବାର ୩୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଫିମ ଗଛ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି।…

ମାଲେସିଆ ପହଞ୍ଚିଲେ ମୋଦି, ଗୋଟିଏ କାରରେ ଏକାଠି ଗଲେ ଦୁଇ ପ୍ରଧାନମନ୍ତ୍ରୀ

କୁଆଲାଲମ୍ପୁର,୭।୨: ମାଲେସିଆ ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ମାଲେସିଆର ପ୍ରତିପକ୍ଷ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ସ୍ବାଗତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ X ହ୍ୟାଣ୍ଡେଲରେ…

୩ଶହ ଗ୍ରାମ ଚୋରି ସୁନା ଜବତ କଲା ଗଜପତି ପୋଲିସ, ଆଲମାରୀ ଭାଙ୍ଗି….

ଗଜପତି,୭।୨(ଗିରିଧାରୀ ପରିଛା): ଗଜପତି ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ୩ଜଣିଆ ଚୋର ଗ୍ୟାଙ୍ଗକୁ ଧରିବା ସହ ସେମାନଙ୍କ ନିକଟରୁ ୩ଶହ ଗ୍ରାମ ଚୋରି ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri