Posted inରାଜ୍ୟ

ନବ ଦାସ ହତ୍ୟା ତଦନ୍ତ ଦାବି: ଚୂଡାନ୍ତ ନିଷ୍ପତ୍ତି ନେବେ ସରକାର

ଭୁବନେଶ୍ୱର, ୨୪।୧(ସୁନିତ୍‌ ମିଶ୍ର): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତଦନ୍ତ ପ୍ରକ୍ରିୟା କ’ଣ ହେବ ସେ ନେଇ ଖୁବ୍‌ଶୀଘ୍ର ସରକାର ନିଷ୍ପତ୍ତି ନେବେ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ହରିଚନ୍ଦନ କହିଛନ୍ତି, ନବ ଦାସଙ୍କ ହତ୍ୟା ମାମଲା ଏବେ ବିଚାରାଧୀନ ରହିଛି। ଏହି ଘଟଣାର ବିଭିନ୍ନ ତଥ୍ୟ ଗୋଟି ଗୋଟି କରି ସାମ୍ନାକୁ ଆସୁଛି। ପୂର୍ବ ସରକାର ସମୟରେ ଭୟର ବାତାବରଣ ଥିବାରୁ ଅନେକ ଲୋକ ମୁହଁ ଖୋଲୁ ନ ଥିଲେ।

ଏପରିକି ନବ ଦାସଙ୍କ ପରିବାର ଲୋକ ମଧ୍ୟ ମୁହଁ ଖୋଲିବାକୁ ସାହସ କରୁ ନ ଥିଲେ। ଏବେ ସେ ଭୟ ଦୂରେଇ ଯାଇଛି। ଅନେକ ବିଷୟ ଧୀରେ ଧୀରେ ସାମ୍ନାକୁ ଆସିବା ଆରମ୍ଭ ହୋଇଛି। ସେସବୁ ତଥ୍ୟକୁ ହୁଏତ ଆଗାମୀ ଦିନରେ ତଦନ୍ତ ପରିସରଭୁକ୍ତ କରାଯିବ। ସବୁ ଘଟଣାକୁ ତଦନ୍ତ ପରିସରଭୁକ୍ତ କଲେ କିଏ ଓ କାହିଁକି ନବ ଦାସଙ୍କୁ ହତ୍ୟା କଲେ, ଷଡ଼ଯନ୍ତ୍ରରେ କିଏ ଭାଗୀଦାରି ଏସବୁ କଥା ନିଶ୍ଚିତ ଆସିବ ବୋଲି ମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, କିଛିଦିନ ହେଲା ନବ ଦାସଙ୍କ ହତ୍ୟାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି। ପୂର୍ବତନ ମନ୍ତ୍ରୀଙ୍କ ହତ୍ୟା ଘଟଣାର ତଦନ୍ତ ପ୍ରକ୍ରିୟାକୁ ନେଇ ପ୍ରଶ୍ନ ଉଠିବା ସହ ଭିନ୍ନ ଭିନ୍ନ ଦଳର ରାଜନେତାମାନେ ନାନା ପ୍ରକାର ମତ ରଖୁଛନ୍ତି, ଯାହାକୁ ନେଇ ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ କରାଇବାକୁ ଦାବି ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ…

LPG ସଙ୍କଟ: ୧୨ ହଜାର ସ୍ଥାନରେ ରେଡ୍, ୧୫ ହଜାର ସିଲିଣ୍ଡର ଜବତ

ନୂଆଦିଲ୍ଲୀ,୧୭।୫: ଦେଶରେ LPG ସିଲିଣ୍ଡରର ଅଭାବକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏଭଳି ସମୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ଇରାନ…

୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା TMC: ନନ୍ଦିଗ୍ରାମ ନୁହେଁ, ଏହି ଆସନରୁ ଲଢିବେ ମମତା ବାନାର୍ଜୀ

କୋଲକାତା,୧୭।୫: ତୃଣମୂଳ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। କାଳିଘାଟସ୍ଥିତ ଟିଏମସି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ସୁପ୍ରିମୋ…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri