ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବ ଦାସଙ୍କ ପରିବାର

ଭୁବନେଶ୍ୱର,୧୯ା୩: ବୁଧବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ସ୍ବର୍ଗତ ନବ ଦାସଙ୍କ ପରିବାର। ସ୍ତ୍ରୀ ମିନତି, ଝିଅ ଦୀପାଳି ଏବଂ ପୁଅ ବିଶାଳ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ଚାଲିଥିବା କ୍ରାଇମବ୍ରାଞ୍ଚ ତଦନ୍ତ ଏବଂ ସିବିଆଇ ତଦନ୍ତ ଦାବି ନେଇ ଆଲୋଚନା ଚାଲିଛି ।

ବହୁଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ହତ୍ୟାକାଣ୍ଡ ମାମଲା ଏବେ ରୋଚକ ମୋଡ଼ ନେଇଛି। ଦୀର୍ଘଦିନ ଧରି ତାଙ୍କ ଝିଅ ଦୀପାଳି ଦାସ ମୁଖ୍ୟମନ୍ତ୍ରୀଙ୍କଠାରେ ସିବିଆଇ ତଦନ୍ତ ଲାଗି ଦାବି କରିବେ ବୋଲି କହି ଆସୁଥିବାବେଳେ ସୋମବାର ନବଙ୍କ ସ୍ତ୍ରୀ ମିନତି ଦାସ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ୍‌ କରିଥିଲେ। ଉକ୍ତ ଘଟଣାରେ ସରକାର ହସ୍ତକ୍ଷେପ କରନ୍ତୁ ବୋଲି ସେ ଅନୁରୋଧ କରିଥିଲେ।
ଏହି ପରିପ୍ରେକ୍ଷୀରେ ବୁଧବାର ମୁଖ୍ୟମନ୍ତ୍ରୀଙ୍କୁ ମିନତି ଭେଟିବା ପାଇଁ ସମୟ ଦିଆଯାଇଥିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଥିଲା। ଅପରାହ୍ନ ୫ଟାରେ ମିନତି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଉକ୍ତ ହତ୍ୟାକାଣ୍ଡ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି।

ଅନ୍ୟପକ୍ଷରେ ମଙ୍ଗଳବାର ଗୃହରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମୁଲତବୀ ଆଲୋଚନା କାଳରେ କହିଛନ୍ତି ଯେ, ବିରୋଧୀମାନେ ଆଜି ଯେଉଁ ଆଙ୍ଗୁଠି ଆମକୁ ଦେଖାଉଛନ୍ତି ଆଗେ ସେମାନେ ନିଜେ ବୁଝିବା ଦରକାର। ନବ ଦାସଙ୍କ ହତ୍ୟା ଘଟଣାରେ ପରିବାର ଲୋକେ ଅସନ୍ତୁଷ୍ଟ ରହିଛନ୍ତି। ପୂର୍ବ ସରକାର ତାଙ୍କୁ ନ୍ୟାୟ ଦେଇପାରିଲା ନାହିଁ। ଏବେ ସେମାନେ ମୋହନ ସରକାରଙ୍କ ଉପରେ ଭରସା କରିଛନ୍ତି। ଏହାକୁ ନେଇ ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ମଙ୍ଗଳବାର କ୍ରାଇମ୍‌ବ୍ରାଞ୍ଚର ଗୋଟିଏ ଟିମ୍‌ ନବଙ୍କ ଘରେ ଘଟଣାର ଅନୁସନ୍ଧାନ କରି ବୟାନ ରେକର୍ଡ କରିଛି ବୋଲି ମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri