‘ନବ ଦାସ ହତ୍ୟାକାଣ୍ଡ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାର ବଳିଷ୍ଠ ଉଦାହରଣ’

ଭୁବନେଶ୍ବର,୨୦ା୨(ବ୍ୟୁରୋ): ରାଜ୍ୟର ପ୍ରଭାବଶାଳୀ ମନ୍ତ୍ରୀ ନବ ଦାସଙ୍କୁ ସୁରକ୍ଷା ଦାୟିତ୍ୱରେ ଥିବା ଜଣେ କାର୍ଯ୍ୟରତ ପୋଲିସ ଅଧିକାରୀ ଦିନ ଦ୍ୱିପ୍ରହରରେ ଗୁଳିକରି ହତ୍ୟା କଲେ। ରାଜ୍ୟ ଇତିହାସରେ ଏହା ଏକ ବିରଳ ଘଟଣା ଏବଂ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ସର୍ବଶ୍ରେଷ୍ଠ ଉଦାହରଣ। ଗୃହ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସୁରକ୍ଷା ଦେବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ଘଟଣାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ନୂଆ ନୂଆ ଗପ ଶୁଣାଇବାରେ ଧୁରନ୍ଦର। ଅଭିଯୁକ୍ତ ଗୋପାଳ ଦାସଙ୍କୁ ବାହାର ରାଜ୍ୟକୁ ନିଆଯାଇ କରାଯାଇଥିବା ଲାଏ ଡିଟେକ୍‌ସନ ଟେଷ୍ଟ, ନାର୍କୋ ଟେଷ୍ଟର ବୈଧତା କ’ଣ ବୋଲି ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ପ୍ରଶ୍ନ କରିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଲେଖାଶ୍ରୀ କହିଛନ୍ତି, ଅନେକ ପ୍ରଶ୍ନର ଜବାବ ଦେବାରେ ବିଫଳ ହୋଇଥିବା କ୍ରାଇମ୍‌ବ୍ରାଞ୍ଚ ବର୍ତ୍ତମାନ ନୀରବ ସାଜିଛି। ନବ ଦାସ ହତ୍ୟାକାଣ୍ଡର ସତ୍ୟାସତ୍ୟର ପର୍ଦ୍ଦାଫାଶ ଭୟରେ ସରକାର ବିରୋଧୀ ଦଳ ନେତାଙ୍କ ଉପରେ ମାନସିକ ଓ ଶାରୀରିକ ଚାପ ପକାଇ ଘଟଣାକୁ ଅନ୍ୟ ମୋଡ଼ ଦେବାକୁ ଅପଚେଷ୍ଟା କରୁଛନ୍ତି। ରାଜ୍ୟ ସରକାର କଳ ଓ ବଳର ଅପବ୍ୟବହାର କରି ଘଟଣାର ପ୍ରମାଣ ଓ ତଥ୍ୟକୁ ନଷ୍ଟ କରୁଥିବାବେଳେ ବିଜେଡି ମୁଖ୍ୟ ପ୍ରସଙ୍ଗରୁ ବାହାରି ଯାଇ ଅପ୍ରସଙ୍ଗକୁ ପ୍ରସଙ୍ଗ କରୁଛି। ନବ ଦାସ ହତ୍ୟାକାଣ୍ଡର ନିରପେକ୍ଷ ତଦନ୍ତ ସିବିଆଇ ଦ୍ୱାରା କରାଯାଉ। ବିରୋଧୀ ଦଳ ନେତାଙ୍କୁ ମାରିଦେବାର ଧମକ ଦେଇଥିବା ବିଜେଡି ନେତା ଅରୂପ ପଟ୍ଟନାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନାହିଁ। ଅତୀତରେ ଅର୍ଥନୈତିକ କାରବାର ସମ୍ପର୍କିତ ମାମଲା ନେଇ ଅଭୟ ପାଠକଙ୍କୁ ଗିରଫ କରାଯାଇଥିବା ବେଳେ ତାଙ୍କ ବ୍ୟବସାୟିକ ସହଯୋଗୀ ଅରୂପ ପଟ୍ଟନାୟକଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। ତେଣୁ ବିଜେଡି ଦ୍ୱାରା ପୋଲିସ ଓ ପ୍ରଶାସନର ରାଜନୀତିକରଣ କରାଯାଉଛି ବୋଲି ଲେଖାଶ୍ରୀ କହିଛନ୍ତି। ଲେଖାଶ୍ରୀଙ୍କ ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖି ବିଜେଡି ମୁଖପାତ୍ର ଈପ୍ସିତା ସାହୁ କହିଛନ୍ତି, ଲେଖାଶ୍ରୀ ୨୦୧୪ରେ ଖୋଲାଖୋଲି ଭାବେ ନବୀନ ନିବାସକୁ ଆସି ବିଜେଡି ଟିକେଟ ମାଗିଥିଲେ। ୨୦୧୯ରେ ସେ ପୁନର୍ବାର ଲୁଚିଛପି ନବୀନ ନିବାସ ଆସି ବିଜେଡି ପାର୍ଟି ଟିକେଟ ମାଗିଲେ। ଆମେ ଜାଣୁ ସେ ପୁଣି ୨୦୨୪ରେ ଲୁଚିଛପି ଆସି ବିଜେଡି ପାର୍ଟି ଟିକେଟ ମାଗିବେ। ଲେଖାଶ୍ରୀ ଜଣେ ଆତ୍ମ-ଘୋଷିତ ତଦନ୍ତକାରୀ ଅଧିକାରୀ ଏବଂ ଫୋରେନ୍‌ସିକ୍‌ ବିଶେଷଜ୍ଞ, ଯାହାଙ୍କୁ ତାଙ୍କ ଦଳର କିଛି ଲୋକ ମାମଲାର ତଦନ୍ତ ଉପରେ ଆଲୋଚନା କରିବାକୁ ନିୟୋଜିତ କରନ୍ତି। ସେ ଘଟଣା ସଂକ୍ରାନ୍ତରେ କିଛି ନ ବୁଝି ନ ଶୁଝି ମତ ରଖନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ନିର୍ବାଚନରେ ବଢିଚାଲିଛି ଖର୍ଚ୍ଚ ସୀମା, ଲୋକ ସଭା ନିର୍ବାଚନରେ ଏତେ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ୨୦୨୪ର ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ନିର୍ବାଚନ କମିଶନରଙ୍କ ଦାୟିତ୍ୱ ରହିଥାଏ କି କ୍ଷମତାସୀନ ଦଳ...

ଆଜି ଗୁଡ୍‌ ଫ୍ରାଇଡେ: ବାଇବେଲ ପାଠକରି ସାମୂହିକ ପ୍ରାର୍ଥନା କଲେ ଶ୍ରଦ୍ଧାଳୁ

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ ): ଆଜି ଗୁଡ୍‌ ଫ୍ରାଇଡେ। ଏହାକୁ ଶ୍ରଦ୍ଧାଳୁମାନେ ରୀତିନୀତି ଅନୁସାରେ ପାଳନ କରିଛନ୍ତି। ଯିଶୁଖ୍ରୀଷ୍ଟଙ୍କୁ ଆଜିର ଦିନରେ କାଲବରୀ ନାମକ ଏକ...

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ...

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri