ନବ ଦାସଙ୍କ ହତ୍ୟାର ବନ୍ଧୁକ ଛଡ଼ାଇଥିବା ଯୁବକଙ୍କୁ ଜେରା

ଭୁବନେଶ୍ୱର,୨୨ା୩: ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଖୋଳତାଡ଼ ଆରମ୍ଭ କରିଛି। ବ୍ରଜରାଜନଗର ଥାନାରେ କ୍ରାଇମବ୍ରାଞ୍ଚ ପଚରାଉଚରା କରିଛି। ସରୋଜ ସା’ ନାମକ ଜଣେ ଯୁବକଙ୍କୁ କ୍ରାଇମବ୍ରାଞ୍ଚ ପଚରାଉଚରା କରିଛି। ହତ୍ୟାକାଣ୍ଡ ଦିନ ଘଟଣାସ୍ଥଳରେ ଉପସ୍ଥିତ ଥିଲେ ସରୋଜ। ତତ୍କାଳୀନ ଆଇଆଇସିଙ୍କ ବନ୍ଧୁକ ଛଡ଼ାଇ ଆଣିଥିଲେ ସରୋଜ। ତେବେ ଆଜି ତାଙ୍କୁ ପଚରାଉଚରା କରିଛି କ୍ରାଇମବ୍ରାଞ୍ଚ।

ଦୀର୍ଘ ଦୁଇ ବର୍ଷ ପରେ ପୁଣି ନବ ଦାସ ହତ୍ୟା ମାମଲାରେ ତଦନ୍ତ ଆରମ୍ଭ ହୋଇଛି । କ୍ରାଇମବ୍ରାଞ୍ଚ ପ୍ରଥମେ ପରିବାରକୁ ଭେଟିଥିଲା ଯେଉଁଠି ସମସ୍ତଙ୍କ ବୟାନ ରେକର୍ଡ କରାଯାଇଥିଲା ଏହା ପରେ ହତ୍ୟାକାଣ୍ତ ଘଟଣାସ୍ଥଳରେ ପହଞ୍ଚଥିଲା ଟିମ୍ ସେହିପରି, ଡାକ୍ତରଖାନାକୁ ଯାଇ ମଧ୍ୟ ପଚରାଉଚରା କରିଥିଲା କ୍ରାଇମବ୍ରାଞ୍ଚ ଟିମ। ମୁଖ୍ୟ ଡାକ୍ତରଖାନାର ତତ୍କାଳୀନ ସିଡିଏମ୍‌ଓ ଡୋଳାମଣି ପଟେଲଙ୍କୁ ନବ ଦାସ ହତ୍ୟାକାଣ୍ଡ ଦିନର ସମସ୍ତ ତଥ୍ୟ ପଚାରିବା ପରେ ୧୬୧ରେ ତାଙ୍କ ବୟାନ ରେକର୍ଡ କରାଯାଇଥିଲା।

ଏହାପରେ କ୍ରାଇମବ୍ରାଞ୍ଚର ଅତିରିକ୍ତ ଏସ୍‌ପି ବିଜୟ ମଲ୍ଲିକ ଖବରଦାତାଙ୍କ ପ୍ରଶ୍ନର ଉତ୍ତରରେ କହିଥିଲେ ଯେ ନବ ଦାସଙ୍କ ପରିବାରକୁ ଯାହା ପ୍ରଶ୍ନ ପଚାରିଥିଲୁ ସବୁ ପ୍ରଶ୍ନର ସନ୍ତୋଷ ମୂଳକ ଉତ୍ତର ଦେଇଥିଲେ। ସେମାନେ ଆମକୁ ଏହି ଘଟଣାର ତଦନ୍ତ ପାଇଁ ସାହାଯ୍ୟ କରୁଛନ୍ତି। ତତ୍କାଳୀନ ସିଡିଏମ୍‌ଓ ଡୋଳାମଣିଙ୍କୁ ମଧ୍ୟ ଏ ସମ୍ପର୍କରେ ସମସ୍ତ ପ୍ରଶ୍ନ ପଚାରି ୧୬୧ରେ ତାଙ୍କ ବୟାନ ରେକର୍ଡ କରାଯାଇଛି। ଆଗକୁ ନବ ଦାସଙ୍କୁ ଚିକିତ୍ସା କରିଥିବା ଡାକ୍ତରଙ୍କ ମଧ୍ୟ ବୟାନ ରେକର୍ଡ ହେବ ବୋଲି ମଲ୍ଲିକ କହିଥିଲେ।

ଖବରଦାତାଙ୍କ ପ୍ରଶ୍ନର ଉତ୍ତର ଦେଇ ମଲ୍ଲିକ କହିଥିଲେ ଯେ ଝାରସୁଗୁଡ଼ା ବିମାନ ବନ୍ଦରରେ ନବ ଦାସଙ୍କୁ ଏୟାର ଲିଫ୍ଟ କରିବା ସମୟର ସମସ୍ତ ତଥ୍ୟ ମଗାଯାଇଛି, ତାହା ନେଇ ଯିବୁ। ଆମେ ତଦନ୍ତ ପ୍ରକ୍ରିୟାରେ ନୂତନ ପ୍ରମାଣ ଯୋଗାଡ଼ କରିବାକୁ ଏହି ଅତିରିକ୍ତ ତଦନ୍ତ ଚାଲିଛି ଏବଂ ଏହା କେତେ ଦିନ ପର୍ଯ୍ୟନ୍ତ ଚାଲିବ ଆମେ ମଧ୍ୟ ଜାଣି ନାହୁଁ ବୋଲି କହିଥିଲେ। ମଲ୍ଲିକ ଆହୁରି କହିଥିଲେ ଯେ ନବ ଦାସଙ୍କୁ ବାଜିଥିବା ଗୁଳି ଏ ଯାଏ ମିଳିନି।

ସେ ଗୁଳି ନ ପାଇଲେ କହିହେବ ନାହିଁ ଯେ ତାହା ପୋଲିସର ଗୁଳି ନା ଆଉ କାହାର। ତେଣୁ ନବ ଦାସଙ୍କ ହତ୍ୟା ଗୋପାଳ ଦାସଙ୍କ ଗୁଳିରେ ହୋଇଥିଲା ନା ଆଉ କାହା ଗୁଳିରେ। ଇସିଜି ରିପୋର୍ଟ କୋର୍ଟରେ ପୂର୍ବରୁ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଅଧିକାରୀମାନେ ଦେଇ ନ ଥିବା ପ୍ରଶ୍ନର ଉତ୍ତର ରଖି ସେ କହିଥିଲେ ଯେ, ଡକ୍ୟୁମେଣ୍ଟ ଭେରିଫିକେଶନ ହେବା ପରେ ଏହାର ଉତ୍ତର ଦିଆଯିବ। ବର୍ତ୍ତମାନ କୌଣସି ଡକ୍ୟୁମେଣ୍ଟ କିମ୍ବା ସାମଗ୍ରୀ ସିଜ୍‌ କରାଯାଇନାହିଁ, ଦରକାର ପଡିଲେ ସିଜ୍‌ କରିବୁ ବୋଲି ମଲ୍ଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri