ନବ ଦାସ ହତ୍ୟା ମାମଲା: ଝାରସୁଗୁଡ଼ା ବିମାନବନ୍ଦରରେ କ୍ରାଇମବ୍ରାଞ୍ଚର ଖୋଳତାଡ଼ ଆରମ୍ଭ

ଝାରସୁଗୁଡ଼ା,୨୧।୩: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ଟିମ୍‌ ଶୁକ୍ରବାର ଚତୁର୍ଥ ଦିନରେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଛି। ତଦନ୍ତ ବେଳେ କ୍ରାଇମବ୍ରାଞ୍ଚ ଟିମ୍‌ ଝାରସୁଗୁଡ଼ା ବିମାନ ବନ୍ଦରରୁ ନବ ଦାସଙ୍କୁ ଏୟାର ଲିଫ୍ଟ କରିବା ସମୟର ସମସ୍ତ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଯାଞ୍ଚ କରିବ ବୋଲି ଜଣାପଡିଛି। ଏପରିକି ପୂର୍ବରୁ କ୍ରାଇମବ୍ରାଞ୍ଚ ଟିମ୍‌ ଏୟାର ଲିଫ୍ଟ ସମୟର ସମସ୍ତ ତଥ୍ୟ ମାଗିସାରିଛି। ତାହା ନେଇ କ୍ରାଇମବ୍ରାଞ୍ଚ ଟିମ୍‌ ଆସିବ ବୋଲି ଏକ ବିଶେଷ ସୂତ୍ରରୁ ଜଣାପଡିଛି।

ଏପରିକି କ୍ରାଇମବ୍ରାଞ୍ଚ ତଦନ୍ତ ପ୍ରକ୍ରିୟାରେ ନୂତନ ପ୍ରମାଣ ଯୋଗାଡ଼ କରୁଛି। ଏନେଇ ଅତିରିକ୍ତ ତଦନ୍ତ ଚାଲିଛି। ଏହା କେତେ ଦିନ ପର୍ଯ୍ୟନ୍ତ ଚାଲିବ ଆମେ ମଧ୍ୟ ଜାଣି ନାହୁଁ ବୋଲି କ୍ରାଇମବ୍ରାଞ୍ଚର ଅତିରିକ୍ତ ଏସ୍‌ପି ବିଜୟ ମଲ୍ଲିକ ଗୁରୁବାର ଖବରଦାତାଙ୍କ ପ୍ରଶ୍ନର ଉତ୍ତରରେ କହିଥିଲେ।

ମଲ୍ଲିକ ଆହୁରି କହିଥିଲେ ଯେ, ନବ ଦାସଙ୍କୁ ବାଜିଥିବା ଗୁଳି ଏ ଯାଏ ମିଳିନି। ସେ ଗୁଳି ନ ପାଇଲେ କହିହେବ ନାହିଁ ଯେ ତାହା ପୋଲିସର ଗୁଳି ନା ଆଉ କାହାର। ତେଣୁ ନବ ଦାସଙ୍କ ହତ୍ୟା ଗୋପାଳ ଦାସଙ୍କ ଗୁଳିରେ ହୋଇଥିଲା ନା ଆଉ କାହା ଗୁଳିରେ। ଇସିଜି ରିପୋର୍ଟ କୋର୍ଟରେ ପୂର୍ବରୁ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଅଧିକାରୀମାନେ ଦେଇ ନ ଥିବା ପ୍ରଶ୍ନର ଉତ୍ତର ରଖି ସେ କହିଥିଲେ ଯେ, ଡକ୍ୟୁମେଣ୍ଟ ଭେରିଫିକେଶନ ହେବା ପରେ ଏହାର ଉତ୍ତର ଦିଆଯିବ। ବର୍ତ୍ତମାନ କୌଣସି ଡକ୍ୟୁମେଣ୍ଟ କିମ୍ବା ସାମଗ୍ରୀ ସିଜ୍‌ କରାଯାଇନାହିଁ, ଦରକାର ପଡିଲେ ସିଜ୍‌ କରିବୁ ବୋଲି ମଲ୍ଲିକ କହିଛନ୍ତି।

ତଦନ୍ତର ତୃତୀୟ ଦିନରେ କ୍ରାଇମ୍ବ୍ରାଞ୍ଚ ଟିମ୍‌ ଝାରସୁଗୁଡା ମୁଖ୍ୟ ଡାକ୍ତରଖାନା ଏବଂ ନବ ଦାସଙ୍କୁ ହତ୍ୟା କରାଯାଇଥିବା ବ୍ରଜରାଜନଗରସ୍ଥିତ ଗାନ୍ଧୀ ଛକରେ ପହଞ୍ଚି ତଦନ୍ତ କରିଥିଲା। ଏପରିକି ଗୋପାଳ ଦାସଙ୍କ ଭାଇ ହୋଟେଲ କରିଥିବା ଘର ମାଲିକ ଏବଂ ପାର୍ଶ୍ୱବର୍ତ୍ତୀ ଦୋକାନରେ ପଚରାଉଚରା କରିଥିଲା।

ପରେ ଝାରସୁଗୁଡ଼ା ମୁଖ୍ୟ ଡାକ୍ତରଖାନାରେ ପହଞ୍ଚି ଥିଲା କ୍ରାଇମବ୍ରାଞ୍ଚ ଟିମ୍‌। ମୁଖ୍ୟ ଡାକ୍ତରଖାନାର ତତ୍କାଳୀନ ସିଡିଏମ୍‌ଓ ଡୋଳାମଣି ପଟେଲଙ୍କୁ ନବ ଦାସ ହତ୍ୟାକାଣ୍ଡ ଦିନର ସମସ୍ତ ତଥ୍ୟ ପଚାରିବା ପରେ ୧୬୧ରେ ତାଙ୍କ ବୟାନ ରେକର୍ଡ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri