ନବ ଦାସ ହତ୍ୟା ଘଟଣା:ସେପ୍ଟେମ୍ବର ୨କୁ ଘୁଞ୍ଚିଲା ଶୁଣାଣି

ସମ୍ବଲପୁର,୨୨ା୮(ଶୁଭାଶିଷ ପାଢୀ):ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ବହିଷ୍କୃତ ପୋଲିସ ଏଏସ୍‌ଆଇ ଗୋପାଳ ଦାସଙ୍କ ସୋମବାର ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଝାରସୁଗୁଡା ଅତିରିକ୍ତ ଜିଲା ଜଜ୍‌ କୋର୍ଟରେ ଶୁଣାଣି ରହିଥିଲା। ହେଲେ ବିଚାରପତିଙ୍କ ଅନୁପସ୍ଥିତ ଯୋଗୁ ଶୁଣାଣି ହୋଇପାରି ନାହିଁ। ଏହାର ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୨ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଏହି ମାମଲାରେ ଅଗଷ୍ଟ ୯ରେ ଅଭିଯୁକ୍ତ ଗୋପାଳ ଦାସଙ୍କୁ ଝାରସୁଗୁଡ଼ା ଅତିରିକ୍ତ ଜିଲା ଦୌରା ଜଜ୍‌ଙ୍କ କୋର୍ଟରେ ହାଜର କରାଯାଇଥିଲା। ମାମଲାରୁ ଗୋପାଳଙ୍କୁ ମୁକ୍ତ କରିବା ଲାଗି ତାଙ୍କ ଓକିଲ ନରେଶ ନାଏକ ଡିସ୍‌ଚାର୍ଜ ପିଟିସନ୍‌ ଦାଖଲ କରିଥିଲେ। ଏହି ପିଟିସନ୍‌ ଯୋଗୁ ଗୋପାଳଙ୍କ ବିରୋଧରେ ସୋମବାର ଭିଡ଼ିଓ କନ୍‌ଫରେସିଂରେ ହେବାକୁ ଡିସ୍‌ଚାର୍ଜ ଫ୍ରେମ୍‌ କୌଣସି କାରଣରୁ ହୋଇପାରିନାହିଁ। ଆସନ୍ତା ୨ ତାରିଖରେ ଏହାର ଶୁଣାଣି ହେବ ବୋଲି ଓକିଲ ନାଏକ କହିଛନ୍ତି। ସେ ଆହୁରି କହିଛନ୍ତି, ଗୋପାଳ ନିର୍ଦ୍ଦୋଷ। ସେ ମାନସିକ ରୋଗରେ ପୀଡ଼ିତ। ବର୍ତ୍ତମାନ ମଧ୍ୟ ତାଙ୍କ ମାନସିକ ଅବସ୍ଥା ଠିକ୍‌ ନ ଥିବାରୁ ସେ ଜେଲରେ ଡାକ୍ତରଙ୍କ ପରାମର୍ଶକ୍ରମେ ଔଷଧ ଖାଉଛନ୍ତି। ତେଣୁ ଗୋପାଳଙ୍କୁ ନିର୍ଦ୍ଦୋଷରେ ଖଲାସ କରାଯାଉ। ଏପରିକି ଆବଶ୍ୟକ ପଡିଲେ ସୁପ୍ରିମକୋର୍ଟ ଯିବୁ ବୋଲି ପୂର୍ବରୁ ଗୋପାଳଙ୍କ ଓକିଲ ମହେଶ ଜେନା କହିଥିଲେ।
ସୂଚନାଯୋଗ୍ୟ, ଜାନୁୟାରୀ ୨୯ରେ ବ୍ରଜରାଜନଗର ଗାନ୍ଧୀ ଛକରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିବା ନବ ଦାସଙ୍କୁ ଗୋପାଳ ଗୁଳି କରି ହତ୍ୟା କରିଥିଲେ। ପରେ ପୋଲିସ ତାଙ୍କୁ ଗିରଫ କରିଥିଲା। ସେତେବେଳେ ରାଜ୍ୟ ସରକାର ଏହାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ଦେଇଥିଲେ। ଘଟଣାର ୧୧୮ଦିନ ପରେ କ୍ରାଇମବ୍ରାଞ୍ଚ ୫୩୪ ପୃଷ୍ଠାର ଚାର୍ଜଶିଟ ଦାଖଲ କରିଥିଲା। ଏଥିରେ ୮୯ ଜଣଙ୍କ ସାକ୍ଷ୍ୟ ଓ ଜେରା କରଯାଇଥିବା ରିପୋର୍ଟ ରହିଥିଲା। ବ୍ୟକ୍ତିଗତ ଆକ୍ରୋଶ ରଖି ନବଙ୍କୁ ଗୋପାଳ ହତ୍ୟା କରିଥିବା ଚାର୍ଜଶିଟରେ ଉଲ୍ଲେଖ ରହିଥିଲା। ଏପରି କି ଗୋପାଳ ସମ୍ପୂର୍ଣ୍ଣ ସୁସ୍ଥ ମସ୍ତିଷ୍କରେ ଏହି ହତ୍ୟାକାଣ୍ଡ ଘଟାଇଥିଲେ। ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ଥିଲା। ହେଲେ କେଉଁ କାରଣରୁ ସେ ହତ୍ୟାକାଣ୍ଡ ଘଟାଇଥିଲେ ତାହା ସ୍ପଷ୍ଟ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri