ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ ହାଜର ହୋଇ ସାକ୍ଷ୍ୟ ପ୍ରଦାନ କରିଛନ୍ତି।

ଦେଓ ସାକ୍ଷ୍ୟ ପ୍ରଦାନ ବେଳେ କହିଛନ୍ତି, ୨୦୨୩ ଜାନୁଆରୀ ୨୯ ତାରିଖରେ ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ଗାନ୍ଧୀଛକଠାରେ ଏକ ଦଳୀୟ କାର୍ଯ୍ୟକ୍ରମରେ ନବ ଦାସ ଯୋଗଦେବାକୁ ଯାଉଥିଲେ। ସେ ତାଙ୍କ ଇନୋଭା କାର୍‌ର ଆଗ ସିଟ୍‌ରେ ବସିଥିବା ବେଳେ ପଛ ସିଟ୍‌ରେ ଅନ୍ୟ ୩ ଜଣ ବସିଥିଲେ। ମୁଁ ତାଙ୍କ କାର ପଛରେ ଥିବା ଏକ ବୋଲେରୋରେ ବସିଥିଲି। ସଭାସ୍ଥଳ ନିକଟରେ ପହଞ୍ଚିବା ପରେ ବାଦ୍ୟ ବାଜିବା ସହିତ ବାଣ ଫୁଟୁଥିଲା। ନବ ଦାସ କାରରୁ ଓହ୍ଲାଇବା ସମୟରେ ଉପସ୍ଥିତ ଜନସାଧାରଣ ତାଙ୍କୁ ଫୁଲମାଳ ପିନ୍ଧାଉଥିବା ବେଳେ ବନ୍ଧୁକରୁ ଗୁଳି ଫୁଟିବା ଶବ୍ଦ ଶୁଣିବାକୁ ମିଳିଥିଲା। ଏହି ସମୟରେ ଲୋକମାନେ ଭୟରେ ଦୌଡ଼ାଦୌଡ଼ି ହୋଇ ପଳାଉଥିବା ବେଳେ ମୁଁ ନବ ଦାସଙ୍କ ପାଖରେ ପହଞ୍ଚି ଥିଲି। ମୋତେ କିଏ ଗୁଳି ମାରିଦେଲା ବୋଲି ନବ କହିଥିଲେ।

ଏହି ସମୟରେ ଇନୋଭା କାର ନିକଟରେ ତତ୍କାଳୀନ ଗାନ୍ଧୀଛକ ଫାଣ୍ଡି ଅଧିକାରୀ ଗୋପାଳ ଦାସ ବନ୍ଧୁକ ଧରି ଛିଡ଼ା ହୋଇଥିଲେ। ତତ୍କାଳୀନ ବ୍ରଜରାଜନଗର ଥାନା ଅଧିକାରୀ ପହଞ୍ଚି ଆୟତ୍ତ କରିବା ପାଇଁ ଗୋପାଳ ବନ୍ଧୁକ ଧରିଥିବା ହାତକୁ ଉପରକୁ ଟେକି ଦେଇଥିଲେ। ଫଳରେ ଦୁଇଟି ବ୍ଲାଙ୍କ୍‌ ଫାୟାରିଂ ମଧ୍ୟ ହୋଇଥିଲା। ନବ ଦାସଙ୍କୁ ତୁରନ୍ତ ଝାରସୁଗୁଡ଼ା ଜିଲା ହସ୍ପିଟାଲକୁ ନିଆଯାଇଥିଲା। ସେଠାରୁ ତାଙ୍କୁ ଭୁବନେଶ୍ୱର ଏୟାରଲିଫ୍ଟ କରାଯାଇଥିଲା। ଏ ସମ୍ପର୍କରେ ମିତ୍ରଭାନୁ କୋର୍ଟଙ୍କୁ ଜଣାଇଥିବା ନେଇ ଅଭିଯୁକ୍ତ ଗୋପାଳ ଦାସଙ୍କ ଓକିଲ ନରେଶ ନାୟକ ପ୍ରକାଶ କରିଛନ୍ତି। ଅପରପକ୍ଷେ ଏହି ଘଟଣାରେ ଗିରଫ ହୋଇ ଚୌଦ୍ୱାର ଜେଲରେ ଥିବା ଅଭିଯୁକ୍ତ ଗୋପାଳ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କୋର୍ଟରେ ହାଜର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

୪ ବର୍ଷ ତଳେ ହୋଇଥିଲା ପୋଷ୍ଟିଂ, ଭଡ଼ା ଘରୁ ଉଦ୍ଧାର ହେଲା ପୋଷ୍ଟମ୍ୟାନଙ୍କ ମୃତଦେହ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଗୋଠଗାଁ ପୋଷ୍ଟମ୍ୟାନଙ୍କ ମୃତଦେହକୁ ତାଙ୍କ ଭଡାଘରୁ ଉଦ୍ଧାର କରାଯାଇଛି। ମୃତ ପୋଷ୍ଟମ୍ୟାନ ଜଣଙ୍କ ହେଲେ ଗଜପତି ଜିଲା…

ବାଲ୍ୟ ବିବାହ ରୋକିଲା ପ୍ରଶାସନ, ସୂଚନା ଦେଇଥିବା ଲୋକଙ୍କ ଘର ଆଗରେ ହଟ୍ଟଗୋଳ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ପଞ୍ଚାୟତ ତାଳପଡା ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ ବିବାହ ହେଉଥିବା ନେଇ ସୂଚନା ପାଇ ପ୍ରଶାସନ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri