ନବ ଦାସ ହତ୍ୟା ମାମଲାର ହେବ CBI ତଦନ୍ତ, ଦୀପାଳି କହିଲେ ବଡ଼ କଥା

ଭୁବନେଶ୍ୱର,୧୯ା୧: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ବଡ ପ୍ରତିକ୍ରିୟା ଦେଇଛନ୍ତି ଝିଅ ଦୀପାଳି ଦାସ। ପୂର୍ବରୁ ଅନେକ ଥର ନବ ଦାସ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି ହେଉଥିଲା ବେଳେ ଏହି ସ୍ୱର ଆହୁରି ମଜବୁଥ୍ ହୋଇଛି। ସିବିଆଇ ତଦନ୍ତ ପାଇଁ ଲିଖିତ ଭାବେ ଦେବାକୁ କହିଛନ୍ତି ଦୀପାଳି।

ସେ କହିଛନ୍ତି ସିବିଆଇ ତଦନ୍ତ ପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି। ଏବେ ପରିବାରରେ ଆଲୋଚନା ଚାଲିଛି, ଆଗକୁ ନିଶ୍ଚିତ ଲେଖିକି ଜଣାଇବୁ।

ଏହା ପୂର୍ବରୁ ଏକ ଖବରଦାତା ସମ୍ମିଳନୀରେ ଦୀପାଳି କହିଥିଲେ, ‘ବର୍ତ୍ତମାନ ଭାଜପା ସରକାରରେ ଥିବା କେତେକ ବିଧାୟକ ମୋତେ ଓ ଆମ ପରିବାରକୁ ବଦନାମ କରିବା ଭଳି ମନ୍ତବ୍ୟ ଦେଉଛନ୍ତି। ଏପରିକି କିଛି ଗଣମାଧ୍ୟମ ଆମ ପରିବାର ଏବଂ ମୋ ବିଷୟରେ ବାରମ୍ବାର ଖବର ମଧ୍ୟ ପ୍ରସାରଣ କରୁଛନ୍ତି। ଏପରିକି ଭାଜପା ସରକାରରେ ଥିବା ୨ ବିଧାୟକ ବାରମ୍ବାର ମୋ ବାପାଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ କରାଇବାରେ କାହିଁକି ଦୀପାଳି ଚୁପ ରହିଛନ୍ତି ବୋଲି ପ୍ରଶ୍ନ କରୁଛନ୍ତି। ଏଣୁ ଆମ ପରିବାର ଏବଂ ମୋ ପକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ ମୋ ବାପା ତଥା ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରିବେ କି ବୋଲି ପ୍ରଶ୍ନ କରିଛନ୍ତି। ଏହା ସହିତ ମୋର ଭାଇ ବିଶାଳ ଦାସଙ୍କୁ ବିନା ୱାରେଣ୍ଟ କିମ୍ବା ବିନା ଜୁଡ଼ିସିଆଲ ଆଦେଶରେ କାହିଁକି ଛତିଶଗଡ଼ରେ ପୋଲିସ ହାଜତରେ ରଖାଯାଇଥିଲା ତା’ର ଉତ୍ତର ମୋହନ ସରକାର ଦିଅନ୍ତୁ ବୋଲି ଦୀପାଳି କହିଛନ୍ତି।’


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଜିଲାରେ ଆଜି ସ୍କୁଲ ଛୁଟି

ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ଓଡ଼ିଶାର ଲୋକେ ବହୁତ ଭଲ।…

ସମ୍ବଲପୁରରେ ପ୍ରବଳ ବର୍ଷା: ଜଣେ ଭାସିଗଲେ, ଜଣେ ଉଦ୍ଧାର

ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ…

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri