Naba Das Murder: ସିଧା କହିଦେଲେ ପ୍ରଦୀପ ପୁରୋହିତ, ଦୀପାଳିଙ୍କ ଉପରେ ଚାପ ପକାଉଛନ୍ତି ବିଜେଡିର ଏହି ୨ ବଡ଼ମୁଣ୍ଡ

ଭୁବନେଶ୍ୱର,୨।୩: ନବ ଦାସଙ୍କୁ ନେଇ ସାଂଘାତିକ କଥା କହିଲେ ବରଗଡ ଏମପି ପ୍ରଦୀପ ପୁରୋହିତ। Naba Das Murder ଗଣମାଧ୍ୟମରେ ଏମପି କହିଛନ୍ତି, ନବଙ୍କ ପରିବାର ଉପରେ ଚାପ ପକାଉଛି ବିଜେଡି। CBI ତଦନ୍ତ ପାଇଁ ପରିବାର ଲେଖିଲେ ବିଜେଡିର ୨ ବଡ଼ମୁଣ୍ଡ ଫସିଯିବେ। ସେଥିପାଇଁ ଦୀପାଳିଙ୍କ ଉପରେ ବିଜେଡି ଚାପ ବଢ଼ିଛି। CBI ତଦନ୍ତ ପାଇଁ ଲେଖିକି ରାଜ୍ୟ ସରକାରଙ୍କୁ ଦେବାକୁ ମନା କରିଛି

Naba Das Murder: ଜଣେ IAS ଅଧିକାରୀ ଯିଏ ମୁଖ୍ୟମନ୍ତ୍ରୀ ହେବାକୁ ସ୍ବପ୍ନ ଦେଖୁଥିଲେ, ଆଉ ଜଣେ ବିଜେଡିର ବଡ଼ ନେତା ଯିଏ ସାରା ରାଜ୍ୟକୁ ଚଳାଉଥିଲେ। ସେମାନେ ନବଙ୍କ ପରିବାର ଉପରେ ଚାପ ପକାଉଛନ୍ତି। ନବୀନଙ୍କ ପରେ ମୁଖ୍ୟମନ୍ତ୍ରୀ ହେବାକୁ ସେମାନଙ୍କ ମଧ୍ୟରେ ବୁଝାମଣା ହୋଇଥିଲା।ଗୋପାଳ ଜରିଆରେ ଯେଉଁମାନେ ମାରିଲେ ରାଜ୍ୟବାସୀ ଜାଣିବାର ଅଛି। ଭାଜପା ଚାହୁଁଛି ନବ ହତ୍ୟାର ପୁଙ୍ଖାନୁପୁଙ୍ଖ ତଦନ୍ତ ହେଉ ବୋଲି ଏମପି ପ୍ରଦୀପ କହିଛନ୍ତି।

ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି  ହୋଇଛି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଅରିନ୍ଦମ ସିହ୍ନା ଏବଂ ବିଚାରପତି ମୃଗାଙ୍କ ଶେଖର ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ ନବ ଦାସ ହତ୍ୟା ମାମଲାର ତଦନ୍ତ ସ୍ଥିତି ସଂକ୍ରାନ୍ତରେ ଜଣାଇବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାର ଏହି ରିପୋର୍ଟ ଲିଖିତ ଆକାରରେ ଦାଖଲ କରିବେ।

ସୂଚନାନୁସାରେ, ନବ ଦାସଙ୍କ ହତ୍ୟା ଘଟଣା ସହ ଏକାଧିକ ପ୍ରସଙ୍ଗରେ ଆବେଦନରେ ଉଲ୍ଲେଖ ରହିଛି। ନବ ଦାସଙ୍କ ହତ୍ୟା ଘଟଣା ଏ ପର୍ଯ୍ୟନ୍ତ ପ୍ରହେଳିକା ଭିତରେ ରହିଯାଇଛି ବୋଲି ଆବେଦନକାରୀ ପିନାକପାଣି ମହାନ୍ତି ଅଦାଲତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏହି ଘଟଣାରେ ସିବିଆଇ ତଦନ୍ତ କରାଗଲେ ପ୍ରକୃତ ରହସ୍ୟ ଉନ୍ମୋଚନ ହେବ ବୋଲି ସେ ପ୍ରାର୍ଥନା କରିଛନ୍ତି। ଏଥିସହ ଚିଟ୍‌ଫଣ୍ଡ ସ୍କାମ୍‌ରେ ବିଜେଡିର ଅନେକ ନେତାଙ୍କ ସମ୍ପୃକ୍ତି ଥିବାବେଳେ ଏହାର ତଦନ୍ତ ନିର୍ଦ୍ଦେଶ ଦେବାକୁ ସେ ପ୍ରାର୍ଥନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri