ଆଜି ନବଯୌବନ ଦର୍ଶନ

ପୁରୀ,୧୯ା୬(ଅଜିତ ମହାନ୍ତି): ଅନବସର ଗୁପ୍ତ ନୀତି ସରିବା ପରେ ସୋମବାର ନେତ୍ର ଉତ୍ସବରେ ଦୁର୍ଲଭ ନବଯୌବନ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ ସହ ନୀତିକାନ୍ତି ଓ ଦର୍ଶନ ନେଇ ସମୟ ଧାର୍ଯ୍ୟ କରାଯାଇଛି। ପ୍ରଥମେ ଶ୍ରୀବିଗ୍ରହମାନଙ୍କ ଚକା ଅପସର ନୀତି ଅନୁଷ୍ଠିତ ହେବ। ସକାଳ ୬ଟାରେ ଚକା ଅପସର ପରେ ୬ଟା ୧୦ରେ ମଙ୍ଗଳ ଆଳତି, ୬ଟା ୨୫ରେ ମଇଲମ, ୭ଟାରେ ଅବକାଶ ହୋଇ ୭ଟା ୩୦ରେ ଦଶ ଅବତାର ଠାକୁରଙ୍କ ବାହୁଡ଼ା ବିଜେ ନୀତି ହେବ। ସକାଳ ୮ଟାରେ ତାଟି ଫିଟା ପରେ ପାରମାଣିକ ଦର୍ଶନ ଆରମ୍ଭ ହୋଇ ୯ଟା ପର୍ଯ୍ୟନ୍ତ ଚାଲିବ।
ଏହି ଦର୍ଶନ ପାଇଁ ୭ହଜାର ଟିକେଟ୍‌ ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ଟିକେଟ୍‌ ମୂଲ୍ୟ ୧୦୦ ଟଙ୍କା ରହିଛି। ପରିମାଣିକ ଟିକେଟଧାରୀଙ୍କୁ ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ପଟେ ଭିତରକୁ ଛଡ଼ାଯିବ। ଭିଆଇପିଙ୍କୁ ମଧ୍ୟ ପରିମାଣିକ ଦର୍ଶନ ଲାଗି ଭକ୍ତଙ୍କ ସହ ଛଡ଼ାଯିବ। ଏହାପରେ ସିଂହଦ୍ୱାରରେ ଅପେକ୍ଷାରତ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କୁ ସାହାଣମେଲାରେ ଦର୍ଶନ କରିବେ। ପୂର୍ବାହ୍ନ ୯ଟାରୁ ୧୧ଟା ପର୍ଯ୍ୟନ୍ତ ଦୁଇଘଣ୍ଟା ସାହାଣ ମେଲା ଦର୍ଶନ ହେବ। ପରେ ଦର୍ଶନ ବ୍ୟବସ୍ଥା ବନ୍ଦ କରାଯାଇ ମହାପ୍ରଭୁଙ୍କ ନୀତି ଆରମ୍ଭ କରାଯିବ। ତେବେ ଭକ୍ତମାନେ ଶ୍ରୀମନ୍ଦିର ଭିତରବେଢ଼ା ବୁଲି ପାର୍ଶ୍ୱ ଦେବଦେବୀଙ୍କ ଦର୍ଶନ କରିପାରିବେ ଏବଂ ମହାପ୍ରସାଦ ପାଇପାରିବେ। ସର୍ବସାଧାରଣ ଦର୍ଶନ ପରେ ପୂର୍ବାହ୍ନ ୧୧ଟା ୩୦ରେ ଧୁଆଧୋଇ ହୋଇ ଚୂନ ପଡ଼ିବ। ଦଇତାପତି ସର୍ବାଙ୍ଗ, ବନ୍ଦାପନା ଅନୁଷ୍ଠିତ ହୋଇ ନେତ୍ର ଉତ୍ସବ ବନ୍ଦାପନା ସମ୍ପନ୍ନ ହେବ। ପରେ ରୋଷ ହୋମ, ରାଜନୀତି, ଯାତ୍ରାଙ୍ଗୀ ମହାସ୍ନାନ, ମଇଲମ, ଘଣ୍ଟ ଛତା ସର୍ବାଙ୍ଗ ଶେଷ ହୋଇ ଅନ୍ୟାନ୍ୟ ନୀତି ବଢ଼ିବ। ରାତିରେ ଦଇତାପତିମାନେ ଶ୍ରୀବିଗ୍ରହମାନଙ୍କୁ ସେନାପଟା ଲାଗି କରିବେ। ମଙ୍ଗଳବାର ରଥଯାତ୍ରା ଅନୁଷ୍ଠିତ ହେବ। ରଥଯାତ୍ରା ଉପଲକ୍ଷେ ଶ୍ରୀବିଗ୍ରହମାନଙ୍କ ନୀତିକାନ୍ତି ନିମନ୍ତେ ସମୟ କମ୍‌ ଥିବାରୁ ଦର୍ଶନ ଲାଗି ମାତ୍ର ୩ଘଣ୍ଟା ଧାର୍ଯ୍ୟ ହୋଇଥିବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଅନ୍ୟପକ୍ଷରେ ଶନିବାର ଓ ରବିବାର ଅଣସର ଘରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି କରାଯାଇଛି। ଦତ୍ତମହାପାତ୍ର ସେବକମାନେ ଏହି ଗୁପ୍ତ ନୀତି ସମ୍ପାଦନ କରିଥିଲେ। ନବଯୌବନ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ, ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ, ଯାନବାହନ ପାର୍କିଂ ଏବଂ ଟ୍ରାଫିକ ବ୍ୟବସ୍ଥା ଉପରେ ବିଶେଷ ଧ୍ୟାନ ଦିଆଯାଉଛି। ବ୍ୟାରିକେଡ୍‌ ବ୍ୟବସ୍ଥା ସହ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri