ଆଜି ନବଯୌବନ ଦର୍ଶନ

ପୁରୀ,୧୯ା୬(ଅଜିତ ମହାନ୍ତି): ଅନବସର ଗୁପ୍ତ ନୀତି ସରିବା ପରେ ସୋମବାର ନେତ୍ର ଉତ୍ସବରେ ଦୁର୍ଲଭ ନବଯୌବନ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ ସହ ନୀତିକାନ୍ତି ଓ ଦର୍ଶନ ନେଇ ସମୟ ଧାର୍ଯ୍ୟ କରାଯାଇଛି। ପ୍ରଥମେ ଶ୍ରୀବିଗ୍ରହମାନଙ୍କ ଚକା ଅପସର ନୀତି ଅନୁଷ୍ଠିତ ହେବ। ସକାଳ ୬ଟାରେ ଚକା ଅପସର ପରେ ୬ଟା ୧୦ରେ ମଙ୍ଗଳ ଆଳତି, ୬ଟା ୨୫ରେ ମଇଲମ, ୭ଟାରେ ଅବକାଶ ହୋଇ ୭ଟା ୩୦ରେ ଦଶ ଅବତାର ଠାକୁରଙ୍କ ବାହୁଡ଼ା ବିଜେ ନୀତି ହେବ। ସକାଳ ୮ଟାରେ ତାଟି ଫିଟା ପରେ ପାରମାଣିକ ଦର୍ଶନ ଆରମ୍ଭ ହୋଇ ୯ଟା ପର୍ଯ୍ୟନ୍ତ ଚାଲିବ।
ଏହି ଦର୍ଶନ ପାଇଁ ୭ହଜାର ଟିକେଟ୍‌ ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ଟିକେଟ୍‌ ମୂଲ୍ୟ ୧୦୦ ଟଙ୍କା ରହିଛି। ପରିମାଣିକ ଟିକେଟଧାରୀଙ୍କୁ ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ପଟେ ଭିତରକୁ ଛଡ଼ାଯିବ। ଭିଆଇପିଙ୍କୁ ମଧ୍ୟ ପରିମାଣିକ ଦର୍ଶନ ଲାଗି ଭକ୍ତଙ୍କ ସହ ଛଡ଼ାଯିବ। ଏହାପରେ ସିଂହଦ୍ୱାରରେ ଅପେକ୍ଷାରତ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କୁ ସାହାଣମେଲାରେ ଦର୍ଶନ କରିବେ। ପୂର୍ବାହ୍ନ ୯ଟାରୁ ୧୧ଟା ପର୍ଯ୍ୟନ୍ତ ଦୁଇଘଣ୍ଟା ସାହାଣ ମେଲା ଦର୍ଶନ ହେବ। ପରେ ଦର୍ଶନ ବ୍ୟବସ୍ଥା ବନ୍ଦ କରାଯାଇ ମହାପ୍ରଭୁଙ୍କ ନୀତି ଆରମ୍ଭ କରାଯିବ। ତେବେ ଭକ୍ତମାନେ ଶ୍ରୀମନ୍ଦିର ଭିତରବେଢ଼ା ବୁଲି ପାର୍ଶ୍ୱ ଦେବଦେବୀଙ୍କ ଦର୍ଶନ କରିପାରିବେ ଏବଂ ମହାପ୍ରସାଦ ପାଇପାରିବେ। ସର୍ବସାଧାରଣ ଦର୍ଶନ ପରେ ପୂର୍ବାହ୍ନ ୧୧ଟା ୩୦ରେ ଧୁଆଧୋଇ ହୋଇ ଚୂନ ପଡ଼ିବ। ଦଇତାପତି ସର୍ବାଙ୍ଗ, ବନ୍ଦାପନା ଅନୁଷ୍ଠିତ ହୋଇ ନେତ୍ର ଉତ୍ସବ ବନ୍ଦାପନା ସମ୍ପନ୍ନ ହେବ। ପରେ ରୋଷ ହୋମ, ରାଜନୀତି, ଯାତ୍ରାଙ୍ଗୀ ମହାସ୍ନାନ, ମଇଲମ, ଘଣ୍ଟ ଛତା ସର୍ବାଙ୍ଗ ଶେଷ ହୋଇ ଅନ୍ୟାନ୍ୟ ନୀତି ବଢ଼ିବ। ରାତିରେ ଦଇତାପତିମାନେ ଶ୍ରୀବିଗ୍ରହମାନଙ୍କୁ ସେନାପଟା ଲାଗି କରିବେ। ମଙ୍ଗଳବାର ରଥଯାତ୍ରା ଅନୁଷ୍ଠିତ ହେବ। ରଥଯାତ୍ରା ଉପଲକ୍ଷେ ଶ୍ରୀବିଗ୍ରହମାନଙ୍କ ନୀତିକାନ୍ତି ନିମନ୍ତେ ସମୟ କମ୍‌ ଥିବାରୁ ଦର୍ଶନ ଲାଗି ମାତ୍ର ୩ଘଣ୍ଟା ଧାର୍ଯ୍ୟ ହୋଇଥିବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଅନ୍ୟପକ୍ଷରେ ଶନିବାର ଓ ରବିବାର ଅଣସର ଘରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି କରାଯାଇଛି। ଦତ୍ତମହାପାତ୍ର ସେବକମାନେ ଏହି ଗୁପ୍ତ ନୀତି ସମ୍ପାଦନ କରିଥିଲେ। ନବଯୌବନ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ, ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ, ଯାନବାହନ ପାର୍କିଂ ଏବଂ ଟ୍ରାଫିକ ବ୍ୟବସ୍ଥା ଉପରେ ବିଶେଷ ଧ୍ୟାନ ଦିଆଯାଉଛି। ବ୍ୟାରିକେଡ୍‌ ବ୍ୟବସ୍ଥା ସହ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri