Posted inରାଜ୍ୟ

ନବଦାସ ହତ୍ୟାକାଣ୍ଡ: ସୁରେଶ ପୂଜାରୀ କହିଲେ ସାଂଘାତିକ କଥା, ବହୁ ତଥ୍ୟ…

ଭୁବନେଶ୍ୱର,୨୩।୧:ପୂର୍ବତନ ମନ୍ତ୍ରୀ ନବଦାସ ହତ୍ୟାକାଣ୍ଡ ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ହତ୍ୟା ମାମଲାରେ ସରକାର ଏବଂ ବିରୋଧୀ ଦଳର ନେତାଙ୍କ ବୟାନ ବାଜି ମଧ୍ୟରେ ସିବିଆଇ ତଦନ୍ତ ଦାବି କରିଛନ୍ତି ଝିଅ ଦୀପାଳି ଦାସ। ଏହାରି ମଧ୍ୟରେ ସବୁ ଦଳର ନେତା ବିଭିନ୍ନ ପ୍ରକାରର ବିସ୍ଫୋରକ ବୟାନ ଦେଉଛନ୍ତି।

ବରଗଡ଼ ଲୋକସଭା ଏମପି ପ୍ରଦୀପ ପୁରୋହିତଙ୍କ ପରେ ଏବେ ମନ୍ତ୍ରୀ ସୁରେଶ ପୂଜାରୀ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ବହୁତ୍ ତଥ୍ୟ ସେ ସମୟରେ ଦେଇଥିଲି, ଆଜି ବି ଦେଇଛି। ଏ ବିଷୟରେ ବିସ୍ତାର ଭାବେ ଆଗକୁ ଆଲୋଚନା ହେବ। ବରଗଡ଼ ଲୋକସଭା ଏମପି ବଡ଼ ବୟାନ ଦେଇଛନ୍ତି। ପ୍ରଦୀପ କହିଛନ୍ତି,  ନବ ଦାସ ହତ୍ୟା ପଛରେ ଚକ୍ରାନ୍ତକାରୀ ଗୋଷ୍ଠୀର ହାତ ଥିବା ପୂର୍ବରୁ କହିଥିଲି। ନବୀନଙ୍କ ପରେ ମୁଖ୍ୟମନ୍ତ୍ରୀ ହେବାକୁ ସ୍ବପ୍ନ ଦେଖୁଥିବା ବ୍ୟକ୍ତି ହିଁ ମୁଖ୍ୟ ଷଡ଼ଯନ୍ତ୍ରକାରୀ। କିନ୍ତୁ ଦୁର୍ଭାଗ୍ୟ ସେ ସମୟରେ ନବଙ୍କ ପରିବାର ନିରବ ରହିଲେ। କ୍ଷମତା ଲୋଭ, ସଂପତ୍ତି ସୁରକ୍ଷା ପାଇଁ ତଦନ୍ତ ଠିକ୍ ହେଉଥିବା କହିଲେ। ତେଣୁ ନବ ହତ୍ୟାକାଣ୍ଡର ଅଧିକ ତଦନ୍ତ ଆବଶ୍ୟକ ଏବଂ ପରଦା ପଛର ଖଳନାୟକମାନେ ଧରାପଡ଼ିବା ଦରକାର।”

ସେପଟେ ବାପା ନବ ଦାସଙ୍କ ହତ୍ୟା ମାମଲାରେ ରବିବାର ବଡ ପ୍ରତିକ୍ରିୟା ଦେଇଛନ୍ତି ଝିଅ ଦୀପାଳି ଦାସ। ପୂର୍ବରୁ ଅନେକ ଥର ନବ ଦାସ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି ହେଉଥିଲା ବେଳେ ଏହି ସ୍ୱର ଆହୁରି ମଜବୁଥ୍ ହୋଇଛି। ସିବିଆଇ ତଦନ୍ତ ପାଇଁ ଲିଖିତ ଭାବେ ଦେବାକୁ କହିଛନ୍ତି ଦୀପାଳି। ଏବେ ପରିବାରରେ ଆଲୋଚନା ଚାଲିଛି, ଆଗକୁ ନିଶ୍ଚିତ ଲେଖିକି ଜଣାଇବୁ।

ଏହା ପୂର୍ବରୁ ଏକ ଖବରଦାତା ସମ୍ମିଳନୀରେ ଦୀପାଳି କହିଥିଲେ, ‘ବର୍ତ୍ତମାନ ଭାଜପା ସରକାରରେ ଥିବା କେତେକ ବିଧାୟକ ମୋତେ ଓ ଆମ ପରିବାରକୁ ବଦନାମ କରିବା ଭଳି ମନ୍ତବ୍ୟ ଦେଉଛନ୍ତି। ଏପରିକି କିଛି ଗଣମାଧ୍ୟମ ଆମ ପରିବାର ଏବଂ ମୋ ବିଷୟରେ ବାରମ୍ବାର ଖବର ମଧ୍ୟ ପ୍ରସାରଣ କରୁଛନ୍ତି। ଏପରିକି ଭାଜପା ସରକାରରେ ଥିବା ୨ ବିଧାୟକ ବାରମ୍ବାର ମୋ ବାପାଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ କରାଇବାରେ କାହିଁକି ଦୀପାଳି ଚୁପ ରହିଛନ୍ତି ବୋଲି ପ୍ରଶ୍ନ କରୁଛନ୍ତି। ଏଣୁ ଆମ ପରିବାର ଏବଂ ମୋ ପକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ ମୋ ବାପା ତଥା ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରିବେ କି ବୋଲି ପ୍ରଶ୍ନ କରିଛନ୍ତି। ଏହା ସହିତ ମୋର ଭାଇ ବିଶାଳ ଦାସଙ୍କୁ ବିନା ୱାରେଣ୍ଟ କିମ୍ବା ବିନା ଜୁଡ଼ିସିଆଲ ଆଦେଶରେ କାହିଁକି ଛତିଶଗଡ଼ରେ ପୋଲିସ ହାଜତରେ ରଖାଯାଇଥିଲା ତା’ର ଉତ୍ତର ମୋହନ ସରକାର ଦିଅନ୍ତୁ ବୋଲି ଦୀପାଳି କହିଛନ୍ତି।’


Enter your email to get our daily news in your inbox.

All Right Reserved By Dharitri.Com

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri