ଆଜି ମହାପ୍ରଭୁଙ୍କ ନେତ୍ର ଉତ୍ସବ, ନବଯୌବନ ଦର୍ଶନ

ପୁରୀ,୨୬ା୬(ଅଜିତ୍‌ କୁମାର ମହାନ୍ତି): ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀବିଗ୍ରହମାନେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଜ୍ୱରରେ ପୀଡ଼ିତ ହୋଇ ୧୫ ଦିନ ଅଣସରରେ ରହି ଗୁପ୍ତସେବା ହେବା ପରେ ଗୁରୁବାର ନେତ୍ର ଉତ୍ସବରେ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିସହ ମହାପ୍ରଭୁ ନବଯୌବନ ବେଶରେ ସଜେଇ ହେବେ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଅମାବାସ୍ୟା ଅବସରରେ ବୁଧବାର ଅଣସର ଘରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି କରାଯାଇଛି।

ଶୁକ୍ଳ ପ୍ରତିପ୍ରଦା ତିଥିରେ ଗୁରୁବାର ଭକ୍ତଙ୍କୁ ଦର୍ଶନ ଦେବେ ଦାରୁଦିଅଁ। ପରମ୍ପରା ଅନୁସାରେ ପ୍ରଥମେ ଶ୍ରୀବିଗ୍ରହମାନଙ୍କ ଚକା ଅପସର ନୀତି ଅନୁଷ୍ଠିତ ହେବ। ପ୍ରଶାସନର ନିଷ୍ପତ୍ତି ଅନୁଯାୟୀ, ସକାଳ ୬ଟାରେ ଚକା ଅପସର, ୬ଟା ୧୦ରେ ମଙ୍ଗଳ ଆଳତି, ୬ଟା୨୫ରେ ମଇଲମ, ୭ଟାରେ ଅବକାଶ ହୋଇ ୭ଟା ୩୦ରେ ଦଶାବତାର ଠାକୁରଙ୍କ ବାହୁଡ଼ାବିଜେ ନୀତି ହେବ। ୮ଟାରେ ତାଟିଫିଟା ପରେ ୯ଟା ପର୍ଯ୍ୟନ୍ତ ପରିମାଣିକ ଦର୍ଶନ ଚାଲିବ। ଟିକେଟଧାରୀଙ୍କୁ ଶ୍ରୀମନ୍ଦିର ଦକ୍ଷିଣଦ୍ୱାର ପଟେ ଭିତରକୁ ଛଡ଼ାଯିବ। ଭିଆଇପିଙ୍କୁ ମଧ୍ୟ ପରମାଣିକ ଦର୍ଶନ ଲାଗି ଭକ୍ତଙ୍କ ସହ ଛଡ଼ାଯିବ। ଏହାପରେ ସିଂହଦ୍ୱାରରେ ଅପେକ୍ଷାରତ ଭକ୍ତ ମହାପ୍ରଭୁଙ୍କୁ ସାହାଣମେଲାରେ ସକାଳ ୯ଟାରୁ ୧୦ଟା ୩୦ ପର୍ଯ୍ୟନ୍ତ ଦର୍ଶନ କରିବେ। ଏହାପରେ ମହାପ୍ରଭୁଙ୍କ ଅନ୍ୟ ନୀତି ଆରମ୍ଭ କରାଯିବ। ତେବେ ଭକ୍ତମାନେ ଶ୍ରୀମନ୍ଦିର ଭିତରବେଢା ବୁଲି ପାର୍ଶ୍ୱଦେବଦେବୀଙ୍କୁ ଦର୍ଶନ କରିପାରିବେ। ପୂର୍ବାହ୍ନ ୧୧ଟା ୩୦ରେ ଧୂଆଧୋଇ ହୋଇ ଚୂନ ପଡ଼ିବା ପରେ ସର୍ବାଙ୍ଗ, ବନ୍ଦାପନା ଅନୁଷ୍ଠିତ ହୋଇ ନେତ୍ର ଉତ୍ସବ ବନ୍ଦାପନା ସମ୍ପନ୍ନ ହେବ। ରୋଷ ହୋମ, ରାଜନୀତି, ଯାତ୍ରାଙ୍ଗୀ ମହାସ୍ନାନ, ମଇଲମ, ଘଣ୍ଟ ଛତା ସର୍ବାଙ୍ଗ ପରେ ଅନ୍ୟାନ୍ୟ ନୀତି ବଢିବ। ରାତିରେ ଦଇତାପତିମାନେ ଶ୍ରୀବିଗ୍ରହମାନଙ୍କୁ ସେନାପଟା ଲାଗି କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri