ଆଜି ମହାପ୍ରଭୁଙ୍କ ନେତ୍ର ଉତ୍ସବ, ନବଯୌବନ ଦର୍ଶନ

ପୁରୀ,୨୬ା୬(ଅଜିତ୍‌ କୁମାର ମହାନ୍ତି): ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀବିଗ୍ରହମାନେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଜ୍ୱରରେ ପୀଡ଼ିତ ହୋଇ ୧୫ ଦିନ ଅଣସରରେ ରହି ଗୁପ୍ତସେବା ହେବା ପରେ ଗୁରୁବାର ନେତ୍ର ଉତ୍ସବରେ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିସହ ମହାପ୍ରଭୁ ନବଯୌବନ ବେଶରେ ସଜେଇ ହେବେ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଅମାବାସ୍ୟା ଅବସରରେ ବୁଧବାର ଅଣସର ଘରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି କରାଯାଇଛି।

ଶୁକ୍ଳ ପ୍ରତିପ୍ରଦା ତିଥିରେ ଗୁରୁବାର ଭକ୍ତଙ୍କୁ ଦର୍ଶନ ଦେବେ ଦାରୁଦିଅଁ। ପରମ୍ପରା ଅନୁସାରେ ପ୍ରଥମେ ଶ୍ରୀବିଗ୍ରହମାନଙ୍କ ଚକା ଅପସର ନୀତି ଅନୁଷ୍ଠିତ ହେବ। ପ୍ରଶାସନର ନିଷ୍ପତ୍ତି ଅନୁଯାୟୀ, ସକାଳ ୬ଟାରେ ଚକା ଅପସର, ୬ଟା ୧୦ରେ ମଙ୍ଗଳ ଆଳତି, ୬ଟା୨୫ରେ ମଇଲମ, ୭ଟାରେ ଅବକାଶ ହୋଇ ୭ଟା ୩୦ରେ ଦଶାବତାର ଠାକୁରଙ୍କ ବାହୁଡ଼ାବିଜେ ନୀତି ହେବ। ୮ଟାରେ ତାଟିଫିଟା ପରେ ୯ଟା ପର୍ଯ୍ୟନ୍ତ ପରିମାଣିକ ଦର୍ଶନ ଚାଲିବ। ଟିକେଟଧାରୀଙ୍କୁ ଶ୍ରୀମନ୍ଦିର ଦକ୍ଷିଣଦ୍ୱାର ପଟେ ଭିତରକୁ ଛଡ଼ାଯିବ। ଭିଆଇପିଙ୍କୁ ମଧ୍ୟ ପରମାଣିକ ଦର୍ଶନ ଲାଗି ଭକ୍ତଙ୍କ ସହ ଛଡ଼ାଯିବ। ଏହାପରେ ସିଂହଦ୍ୱାରରେ ଅପେକ୍ଷାରତ ଭକ୍ତ ମହାପ୍ରଭୁଙ୍କୁ ସାହାଣମେଲାରେ ସକାଳ ୯ଟାରୁ ୧୦ଟା ୩୦ ପର୍ଯ୍ୟନ୍ତ ଦର୍ଶନ କରିବେ। ଏହାପରେ ମହାପ୍ରଭୁଙ୍କ ଅନ୍ୟ ନୀତି ଆରମ୍ଭ କରାଯିବ। ତେବେ ଭକ୍ତମାନେ ଶ୍ରୀମନ୍ଦିର ଭିତରବେଢା ବୁଲି ପାର୍ଶ୍ୱଦେବଦେବୀଙ୍କୁ ଦର୍ଶନ କରିପାରିବେ। ପୂର୍ବାହ୍ନ ୧୧ଟା ୩୦ରେ ଧୂଆଧୋଇ ହୋଇ ଚୂନ ପଡ଼ିବା ପରେ ସର୍ବାଙ୍ଗ, ବନ୍ଦାପନା ଅନୁଷ୍ଠିତ ହୋଇ ନେତ୍ର ଉତ୍ସବ ବନ୍ଦାପନା ସମ୍ପନ୍ନ ହେବ। ରୋଷ ହୋମ, ରାଜନୀତି, ଯାତ୍ରାଙ୍ଗୀ ମହାସ୍ନାନ, ମଇଲମ, ଘଣ୍ଟ ଛତା ସର୍ବାଙ୍ଗ ପରେ ଅନ୍ୟାନ୍ୟ ନୀତି ବଢିବ। ରାତିରେ ଦଇତାପତିମାନେ ଶ୍ରୀବିଗ୍ରହମାନଙ୍କୁ ସେନାପଟା ଲାଗି କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri