ବଲାଙ୍ଗୀରରେ ମା’ ସମଲେଶ୍ୱରୀଙ୍କୁ ନବାନ୍ନ ଅର୍ପଣ, ଦେବୀଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ବଲାଙ୍ଗୀର,୨୮ା୮(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀରରେ ଉତ୍ସାହ ଉଦ୍ଦୀପନାର ସହ ଗଣପର୍ବ ନୂଆଖାଇ ପାଳନ ଆରମ୍ଭ ହୋଇଛି। ବଲାଙ୍ଗୀର ସମଲେଶ୍ବରୀ ମନ୍ଦିରରେ ଧାର୍ଯ୍ୟ ଲଗ୍ନ ଅନୁସାରେ, ଗୁରୁବାର ପୂର୍ବାହ୍ନ ୯ଟା ୪୭ରୁ ୧୧ଟା୧୧ମିନିଟ୍‌ ମଧ୍ୟରେ ପାରମ୍ପରିକ ରୀତିରେ ନବାନ୍ନ ଅର୍ପଣ କରାଯାଇଛି। ଶତାଧିକ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଗହଣରେ ମୁଖ୍ୟ ପୂଜକ ଦେବୀଙ୍କୁ ନୂଆକୁଣ୍ଡା ଅର୍ପଣ କରି ସମସ୍ତ ପ୍ରାଣୀଙ୍କ ମଙ୍ଗଳ ବିଧାନ ପାଇଁ ପ୍ରାର୍ଥନା କରିଛନ୍ତି। ଦେବୀଙ୍କ ନୂଆକୁଣ୍ଡା ନେଇ ଲୋକେ ଘରକୁ ଫେରିବା ପରେ ପାରମ୍ପରିକ ରୀତିନୀତିରେ ପ୍ରତ୍ୟେକ ଘରେ ନିଜ କୁଳ ଦେବାଦେବୀଙ୍କ ଠାରେ ନବାନ୍ନ ଲାଗିଛି । ସମାନ ବିଧିରେ ଦେବୀ ପାଟଣେଶ୍ବରୀଙ୍କ ମନ୍ଦିରରେ ମଧ୍ୟ ନୂଆ ଲାଗିଛି। ଏହାପରେ ଶ୍ରଦ୍ଧାଳୁମାନେ ଇଷ୍ଟଦେବୀ ପାଟଣେଶ୍ୱରୀ, ସମଲେଶ୍ବରୀ ମନ୍ଦିରକୁ ଆସି ଦର୍ଶନ କରିବା ପରେ ପାରମ୍ପରିକ ନୂଆଖାଇ ଜୁହାର ଭେଟ ଆରମ୍ଭ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri