ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ହେବା ନେଇ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ। ମଙ୍ଗଳବାର ଅପରାହ୍ନ ୪ ଟା ସମୟରେ ଶ୍ରୀ ଶ୍ରୀ ବ୍ରହ୍ମ ପଣ୍ଡିତ ମହାସଭାରେ ଏଥିପାଇଁ ଲଗ୍ନ ନିର୍ଦ୍ଧାରଣ ହୋଇଛି।

ସ୍ଥାନୀୟ ବ୍ରହ୍ମପୁରା ମନ୍ଦିରରେ ଅନୁଷ୍ଠିତ ବ୍ରହ୍ମ ପଣ୍ଡିତ ମହାସଭାର ପଣ୍ଡିତ ଓ ବିଦ୍ବାନଙ୍କ ଏକ ବୈଠକରେ ବିଷ୍ଣୁସହସ୍ର ନାମ ପାଠ ପରେ ଆସନ୍ତା ସେପ୍ଟେମ୍ବର ୮ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ରବିବାର ପୂର୍ବାହ୍ନ ୯ଟା ୧୨ ମିନିଟ୍ ରୁ ୯ ଟା ୨୭ ମଧ୍ୟରେ ତୁଳା ଲଗ୍ନରେ ସମ୍ବଲପୁରର ଆରାଦ୍ଧ୍ଯ ଦେବୀ ମାଁ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ପାଇଁ ଦିନ ଓ ସମୟ ଧାର୍ଯ୍ଯ ହୋଇଛି।

ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟବୋର୍ଡ ତରଫରୁ ନୂଆଖାଇ ଲଗ୍ନ ସମ୍ପର୍କରେ ସୂଚନା ଦିଆଯାଇଛି। ପରମ୍ପରାନୁଯାୟୀ ଜନ୍ମାଷ୍ଟମୀ ପରଦିନ ନନ୍ଦଉତ୍ସବ ଆବସରରେ ନୂଆଖାଇ ଲାଗି ଲଗ୍ନ ବାହାରିବା ପରେ ଲଗ୍ନ ପତ୍ରକୁ ବ୍ରହ୍ମପୁରା ମନ୍ଦିର ପୂଜକ ଓ ଟ୍ରଷ୍ଟ ସଭ୍ୟମାନେ ମାଁ ସମଲେଶ୍ୱରୀଙ୍କ ଠାରେ ଅର୍ପଣ କରିଛନ୍ତି।

ନୂଆଖାଇ ଏକ ଗଣପର୍ବ । ଧାନ ଅମଳର ଖୁସିରେ ଚାଷୀମାନେ ଏହାକୁ ପାଳନ କରିଥାନ୍ତି । ବର୍ଷା ଶେଷ ହେବାପରେ ଶରତ ଋତୁ ଧରା ପୃଷ୍ଠରେ ଅବତରଣ କରେ । ଏହି ସମୟରେ ଚାଷୀ ଜମିରେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାଏ ପରେ ସହଳ ଆମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର କାର୍ଯ୍ୟ କରିଥାଏ । ଚାଷୀ ପ୍ରଥମକରି ଆମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କଠାରେ ସମର୍ପଣ କରିବା ହିଁ ନବାନ୍ନ ଭକ୍ଷଣ । ଏହାକୁ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ ନୂଆଁଖାଇ କୁହାଯାଏ । ନୂଆଖାଇ ପାଳନ ନିମନ୍ତେ ଆଗରୁ “ଲଗନ” ବା “ତିଥି” ନିର୍ଣ୍ଣୟ କରି ପୂଜା ଆଦି ସହ ଆରିସା ପିଠା ଭୋଗ କରାଯାଇଥାଏ ।

 


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri