ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ହେବା ନେଇ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ। ମଙ୍ଗଳବାର ଅପରାହ୍ନ ୪ ଟା ସମୟରେ ଶ୍ରୀ ଶ୍ରୀ ବ୍ରହ୍ମ ପଣ୍ଡିତ ମହାସଭାରେ ଏଥିପାଇଁ ଲଗ୍ନ ନିର୍ଦ୍ଧାରଣ ହୋଇଛି।

ସ୍ଥାନୀୟ ବ୍ରହ୍ମପୁରା ମନ୍ଦିରରେ ଅନୁଷ୍ଠିତ ବ୍ରହ୍ମ ପଣ୍ଡିତ ମହାସଭାର ପଣ୍ଡିତ ଓ ବିଦ୍ବାନଙ୍କ ଏକ ବୈଠକରେ ବିଷ୍ଣୁସହସ୍ର ନାମ ପାଠ ପରେ ଆସନ୍ତା ସେପ୍ଟେମ୍ବର ୮ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ରବିବାର ପୂର୍ବାହ୍ନ ୯ଟା ୧୨ ମିନିଟ୍ ରୁ ୯ ଟା ୨୭ ମଧ୍ୟରେ ତୁଳା ଲଗ୍ନରେ ସମ୍ବଲପୁରର ଆରାଦ୍ଧ୍ଯ ଦେବୀ ମାଁ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ପାଇଁ ଦିନ ଓ ସମୟ ଧାର୍ଯ୍ଯ ହୋଇଛି।

ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟବୋର୍ଡ ତରଫରୁ ନୂଆଖାଇ ଲଗ୍ନ ସମ୍ପର୍କରେ ସୂଚନା ଦିଆଯାଇଛି। ପରମ୍ପରାନୁଯାୟୀ ଜନ୍ମାଷ୍ଟମୀ ପରଦିନ ନନ୍ଦଉତ୍ସବ ଆବସରରେ ନୂଆଖାଇ ଲାଗି ଲଗ୍ନ ବାହାରିବା ପରେ ଲଗ୍ନ ପତ୍ରକୁ ବ୍ରହ୍ମପୁରା ମନ୍ଦିର ପୂଜକ ଓ ଟ୍ରଷ୍ଟ ସଭ୍ୟମାନେ ମାଁ ସମଲେଶ୍ୱରୀଙ୍କ ଠାରେ ଅର୍ପଣ କରିଛନ୍ତି।

ନୂଆଖାଇ ଏକ ଗଣପର୍ବ । ଧାନ ଅମଳର ଖୁସିରେ ଚାଷୀମାନେ ଏହାକୁ ପାଳନ କରିଥାନ୍ତି । ବର୍ଷା ଶେଷ ହେବାପରେ ଶରତ ଋତୁ ଧରା ପୃଷ୍ଠରେ ଅବତରଣ କରେ । ଏହି ସମୟରେ ଚାଷୀ ଜମିରେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାଏ ପରେ ସହଳ ଆମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର କାର୍ଯ୍ୟ କରିଥାଏ । ଚାଷୀ ପ୍ରଥମକରି ଆମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କଠାରେ ସମର୍ପଣ କରିବା ହିଁ ନବାନ୍ନ ଭକ୍ଷଣ । ଏହାକୁ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ ନୂଆଁଖାଇ କୁହାଯାଏ । ନୂଆଖାଇ ପାଳନ ନିମନ୍ତେ ଆଗରୁ “ଲଗନ” ବା “ତିଥି” ନିର୍ଣ୍ଣୟ କରି ପୂଜା ଆଦି ସହ ଆରିସା ପିଠା ଭୋଗ କରାଯାଇଥାଏ ।

 


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri