ନବରଙ୍ଗପୁର ଅତିରିକ୍ତ ଉପଜିଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ପଡ଼ୋଶୀଙ୍କ ଛାତରୁ ମିଳିଲା ବିଡ଼ାବିଡ଼ା ଟଙ୍କା

ଭୁବନେଶ୍ୱର/ଭଦ୍ରକ,୨୩ା୬(ସତ୍ୟଜିତ ରାଉତ/ସନାତନ ରାଉତ): ନବରଙ୍ଗପୁର ଅତିରିକ୍ତ ଉପଜିଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସର ଏକ ଟିମ୍‌ ଚଢ଼ାଉ କରିଛି। ଭୁବନେଶ୍ୱର, ନବରଙ୍ଗପୁର ସମେତ ଭଦ୍ରକର ବହୁଦରଡ଼ା ଗ୍ରାମର ବାସଭବନରେ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ୯ଟି ଟିମ୍‌ ଏହି ଚଢ଼ାଉରେ ସାମିଲ ଅଛନ୍ତି।

ତେବେ ଏହି ଚଢ଼ାଉ ସମୟରେ ଭୁବନେଶ୍ୱରସ୍ଥିତ କାନନବିହାର ତଥା ପ୍ରଶାନ୍ତଙ୍କ ପଡ଼ୋଶୀଙ୍କ ଛାତ ଉପରୁ ବିଡ଼ାବିଡ଼ା ୫୦୦ ଟଙ୍କିଆ ନୋଟ୍‌ ମିଳିଛି। ତେବେ ଚଢ଼ାଉ ହେବାର ସୂଚନା ପାଇ ପ୍ରଶାନ୍ତ ତାଙ୍କ ପଡ଼ୋଶୀ ଛାତ ଉପରକୁ ଟଙ୍କା ଫୋପାଡ଼ି ଦେଇଥିବା ସୂଚନା ମିଳିଛି।

ମେଶିନ ଦ୍ୱାରା ଏସବୁ ନୋଟକୁ ଭିଜିଲାନ୍ସ ଟିମ୍‌ ଗଣିବା ପ୍ରକ୍ରିୟା ଜାରି ରଖିଛି। ଏହି ଟଙ୍କା ୨ କୋଟିରୁ ଊର୍ଦ୍ଧ୍ୱ ହେବ ବୋଲି ଭିଜିଲାନ୍ସ ଆକଳନ କରୁଛି। ଭିଜିଲାନ୍ସ ଟିମ୍‌ ପକ୍ଷରୁ ଅଧିକ ଯାଞ୍ଚ ଜାରି ରହିଛି। ଏହି ଚଢ଼ାଉରେ ନିୟୋଜିତ ୯ଟି ଟିମ୍‌ରେ ଦୁଇ ଅତିରିକ୍ତ ଏସ୍‌ପି, ୭ ଡିଏସ୍‌ପି, ୮ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ କର୍ମଚାରୀ ସାମିଲ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri