ନବରଙ୍ଗପୁର ଓକିଲ ସଂଘ ନିର୍ବାଚନ: ସିରାଜ ସଭାପତି, ତପନ ସମ୍ପାଦକ

ନବରଙ୍ଗପୁର,୨୯।୩(ସଦାଶିବ ପ୍ରହରାଜ)- ନବରଙ୍ଗପୁର ଓକିଲ ସଂଘ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ୨୦୨୫-୨୬ ବର୍ଷ ପାଇଁ ଅପ୍ରତିଦ୍ବନ୍ଦୀ ଭାବରେ ବିଜୟ ଲାଭ କରିଥିବା ପ୍ରାର୍ଥୀ ମାନଙ୍କ ନାମ ନିର୍ବାଚନ ଅଧିକାରୀ ବରିଷ୍ଠ ଆଇନଜୀବୀ ସି ଏଚ୍‌ ବାବା ଯୁଗନ୍ଧର ବିଧିବଦ୍ଧ ଭାବରେ ଘୋଷଣା କରିଛନ୍ତି । ସଭାପତି ଭାବେ ପୂର୍ବତନ ବାର ସଭାପତି ସିରାଜୁଦ୍ଦିନ ଅହମ୍ମଦ ନିର୍ବାଚିତ ହୋଇଥିବା ବେଳେ ଉପସଭାପତି ଭାବେ ସଦାଶିବ ସାହୁ, ସମ୍ପାଦକ ଭାବେ ଲଗାତର ତୃତୀୟ ଥର ନିର୍ବାଚିତ ହୋଇ ତପନ କୁମାର ସିଂ ହ୍ୟାଟ୍ରିକ ବିଜୟ ହାସଲ କରିଛନ୍ତି । ଅପରପକ୍ଷେ କୋଷାଧକ୍ଷ ରୂପେ ସେଖ ବାବା ଅଲିଶା ଓ କାର୍ଯ୍ୟକାରୀ ସଦସ୍ୟ ରୂପେ ଗଜେନ୍ଦ୍ର ଦାସଙ୍କ ନାମ ଘୋଷଣା କରାଯାଇଛି ।

ଗତ ୯ ତାରିଖ ଦିନ ଯାଞ୍ଚ ପ୍ରକ୍ରିୟାରେ ନାମାଙ୍କନ ଦାଖଲ କରିଥିବା ପ୍ରାର୍ଥୀମାନଙ୍କ ନାମାଙ୍କନ କାଏମ ରହିବା ପରେ ୧୨ ତାରିଖ ଦିନ ଅନୁଷ୍ଠିତ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଦିବସରେ କିଛି ପ୍ରାର୍ଥୀ ନିଜ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଥିଲେ । ଏହାପରେ ଗୋଟିଏ ଯୁଗ୍ମ ସମ୍ପାଦକ ପଦବୀ ଓ ୩ଟି କାର୍ଯ୍ୟକାରୀ ସଦସ୍ୟ ପଦବୀ ଖାଲି ପଡିଥିଲା । ଆଗାମୀ ଦିନରେ ଏହି ପଦବୀ ପୂରଣ ପାଇଁ ପଦକ୍ଷେପ ଗ୍ରହଣ କରାଯିବ । ଏପ୍ରିଲ ପହିଲାଠାରୁ ୨୦୨୬ ମସିହା ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ନୂତନ କର୍ମକର୍ତ୍ତାଙ୍କ କାର୍ଯ୍ୟକାଳ ରହିବ । ଏହି ନିର୍ବାଚନ ପ୍ରକ୍ରିୟାକୁ ନିର୍ବାଚନ ଅଧିକାରୀ ବରିଷ୍ଠ ଆଇନଜୀବୀ ସି ଏଚ୍‌ ବାବା ଯୁଗନ୍ଧର ପରିଚାଳନା କରିଥିବା ବେଳେ ସହକାରୀ ନିର୍ବାଚନ ଅଧିକାରୀ ଆଇନଜୀବୀ କିଶୋର ପଟ୍ଟନାୟକ ଓ ଆଇନଜୀବୀ ତାଜ ଇମରାନ ଶରିଫ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri