ନବରଙ୍ଗପୁର ଓକିଲ ସଂଘ ନିର୍ବାଚନ: ସିରାଜ ସଭାପତି, ତପନ ସମ୍ପାଦକ

ନବରଙ୍ଗପୁର,୨୯।୩(ସଦାଶିବ ପ୍ରହରାଜ)- ନବରଙ୍ଗପୁର ଓକିଲ ସଂଘ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ୨୦୨୫-୨୬ ବର୍ଷ ପାଇଁ ଅପ୍ରତିଦ୍ବନ୍ଦୀ ଭାବରେ ବିଜୟ ଲାଭ କରିଥିବା ପ୍ରାର୍ଥୀ ମାନଙ୍କ ନାମ ନିର୍ବାଚନ ଅଧିକାରୀ ବରିଷ୍ଠ ଆଇନଜୀବୀ ସି ଏଚ୍‌ ବାବା ଯୁଗନ୍ଧର ବିଧିବଦ୍ଧ ଭାବରେ ଘୋଷଣା କରିଛନ୍ତି । ସଭାପତି ଭାବେ ପୂର୍ବତନ ବାର ସଭାପତି ସିରାଜୁଦ୍ଦିନ ଅହମ୍ମଦ ନିର୍ବାଚିତ ହୋଇଥିବା ବେଳେ ଉପସଭାପତି ଭାବେ ସଦାଶିବ ସାହୁ, ସମ୍ପାଦକ ଭାବେ ଲଗାତର ତୃତୀୟ ଥର ନିର୍ବାଚିତ ହୋଇ ତପନ କୁମାର ସିଂ ହ୍ୟାଟ୍ରିକ ବିଜୟ ହାସଲ କରିଛନ୍ତି । ଅପରପକ୍ଷେ କୋଷାଧକ୍ଷ ରୂପେ ସେଖ ବାବା ଅଲିଶା ଓ କାର୍ଯ୍ୟକାରୀ ସଦସ୍ୟ ରୂପେ ଗଜେନ୍ଦ୍ର ଦାସଙ୍କ ନାମ ଘୋଷଣା କରାଯାଇଛି ।

ଗତ ୯ ତାରିଖ ଦିନ ଯାଞ୍ଚ ପ୍ରକ୍ରିୟାରେ ନାମାଙ୍କନ ଦାଖଲ କରିଥିବା ପ୍ରାର୍ଥୀମାନଙ୍କ ନାମାଙ୍କନ କାଏମ ରହିବା ପରେ ୧୨ ତାରିଖ ଦିନ ଅନୁଷ୍ଠିତ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଦିବସରେ କିଛି ପ୍ରାର୍ଥୀ ନିଜ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଥିଲେ । ଏହାପରେ ଗୋଟିଏ ଯୁଗ୍ମ ସମ୍ପାଦକ ପଦବୀ ଓ ୩ଟି କାର୍ଯ୍ୟକାରୀ ସଦସ୍ୟ ପଦବୀ ଖାଲି ପଡିଥିଲା । ଆଗାମୀ ଦିନରେ ଏହି ପଦବୀ ପୂରଣ ପାଇଁ ପଦକ୍ଷେପ ଗ୍ରହଣ କରାଯିବ । ଏପ୍ରିଲ ପହିଲାଠାରୁ ୨୦୨୬ ମସିହା ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ନୂତନ କର୍ମକର୍ତ୍ତାଙ୍କ କାର୍ଯ୍ୟକାଳ ରହିବ । ଏହି ନିର୍ବାଚନ ପ୍ରକ୍ରିୟାକୁ ନିର୍ବାଚନ ଅଧିକାରୀ ବରିଷ୍ଠ ଆଇନଜୀବୀ ସି ଏଚ୍‌ ବାବା ଯୁଗନ୍ଧର ପରିଚାଳନା କରିଥିବା ବେଳେ ସହକାରୀ ନିର୍ବାଚନ ଅଧିକାରୀ ଆଇନଜୀବୀ କିଶୋର ପଟ୍ଟନାୟକ ଓ ଆଇନଜୀବୀ ତାଜ ଇମରାନ ଶରିଫ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri