ନବରଙ୍ଗପୁର ବିଜେଡି ନେତା, କର୍ମୀ ଭାଜପାରେ ମିଶିଲେ

ଭୁବନେଶ୍ୱର, ୩।୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ୍‌ ପ୍ରକାଶ ନଡ୍ଡାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ନବରଙ୍ଗପୁର ଜିଲା ବିଜେଡି ସଂଖ୍ୟାଲଘୁ ପ୍ରକୋଷ୍ଠ ସଭାପତି ସୟଦ କାଝାମ ମାଦାନୀ ନିଜ ଶତାଧିକ ସମର୍ଥକଙ୍କୁ ନେଇ ଆନୁଷ୍ଠାନିକ ଭାବେ ଭାଜପାରେ ଯୋଗଦେଇଛନ୍ତି। ରାଜ୍ୟ କାର୍ଯ୍ୟାଳରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ନୂତନ ଭାବେ ଯୋଗଦାନ କରିଥିବା କାଝାମଙ୍କ ସମେତ ସମସ୍ତ ସଦସ୍ୟଙ୍କୁ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ଭାଜପାକୁ ସ୍ବାଗତ ଜଣାଇଛନ୍ତି ା ଏହି ଅବସରରେ ଉମରକୋଟ ବିଧାୟକ ତଥା ଭାଜପା ରାଜ୍ୟ ଅନୁସୂଚିତ ଜନଜାତି ମୋର୍ଚ୍ଚା ରାଜ୍ୟ ସଭାପତି ନିତ୍ୟାନନ୍ଦ ଗଣ୍ଡ, ପୂର୍ବତନ ଏମ୍‌ପି ବଳଭଦ୍ର ମାଝି, ଭୃଗୁ ବକ୍ସିପାତ୍ର, ବିଧାୟକ ମୁକେଶ ମହାଲିଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ। ଆଇନଶୃଙ୍ଖଳା, ଶିକ୍ଷା, ସ୍ବାସ୍ଥ୍ୟ ଭଳି ମୌଳିକ ସୁବିଧା ସୁଯୋଗ ପାଇବାରୁ ରାଜ୍ୟବାସୀଙ୍କୁ ସରକାର ବଞ୍ଚିତ କରୁଛନ୍ତି। ଆଦିବାସୀ ଓ ପଛୁଆ ଜିଲା ଭାବେ ପରିଗଣିତ ନବରଙ୍ଗପୁରକୁ ଦେଶର ଆକାଂକ୍ଷୀ ଜିଲା ଭାବେ ଗ୍ରହଣକରି ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ପ୍ରୟାସ ଜାରି ରହିଛି। ହେଲେ ରାଜ୍ୟରେ ଭ୍ରଷ୍ଟାଚାରୀ ଶାସକ ବିଜେଡି ଯୋଗୁ ଅଞ୍ଚଳର ବିକାଶ କାର୍ଯ୍ୟ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ବିଜେଡି ଗରିବ, ଆଦିବାସୀ, ପଛୁଆ ବର୍ଗଙ୍କ ବିକାଶର ବାଧକ ବୋଲି ନେତାମାନେ ମତ ଦେଇଥିଲେ। ବିକାଶଧାରାରେ ନିଜକୁ ସାମିଲକରି ନୂଆ ଓଡ଼ିଶା ଗଠନ ଲକ୍ଷ୍ୟରେ ଭାଜପାରେ ସାମିଲ ହୋଇଥିବାରୁ ସମସ୍ତ ନୂତନ ସଦସ୍ୟଙ୍କୁ ସଭାପତି ମହାନ୍ତି ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri